ଝାରସୁଗୁଡା ପାଇଁ ଆସିଲା ଆଉ ଏକ ଦୁଃଖଦ ଖବର, ମୁଖ୍ୟମନ୍ତ୍ରୀଙ୍କ ଶୋକ

Published: Mar 19, 2023, 11:28 am IST
Pandey

ଭୁବନେଶ୍ବର: ଝାରସୁଗୁଡା ପାଇଁ ଆସିଲା ଆଉ ଏକ ଦୁଃଖଦ ଖବର। ତାହା ହେଲା ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ପରଲୋକ। ସେ ଭୁବନେଶ୍ବରର ଏକ ଘରୋଇ ହସପିଟାଲେ ଚିକିତ୍ସିତ ହେଉଥିବା ବେଳେ ସେ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

ସେ ଝାରସୁଗୁଡ଼ାରୁ କଂଗ୍ରେସ ଦଳରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୮୦, ୧୯୮୫ ଓ ୧୯୯୫ରେ ସେ ବିଧାୟକ ଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

Related posts