Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭୟଙ୍କୁ ନୂଆ ଜୀବନ ଦେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
ଆଜିର ଖବର

ଅଭୟଙ୍କୁ ନୂଆ ଜୀବନ ଦେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

March 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BSKY
ଅଭୟଙ୍କୁ ନୂଆ ଜୀବନ ଦେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଦିଲୋ ଗ୍ରାମର ବାସିନ୍ଦା ଅଭୟ କୁମାର ରାଉତ ଗତ ମାର୍ଚ୍ଚ ୧୫ତାରିଖ ବିଳମ୍ବିତ ରାତିରେ ହଠାତ୍ ହୃଦ୍ ଘାତର ଶିକାର ହେଲେ। ପରିବାରବର୍ଗ ନିଜର ବୁଦ୍ଧି ବଳରେ ପମ୍ପିଂ କରି ଅଭୟଙ୍କୁ ହୋସ୍ କୁ ଆଣିଥିଲେ।

ପରବର୍ତ୍ତୀ ସମୟରେ କଣ କରିବେ ବୋଲି ଭାବି ଚିନ୍ତିତ ହୋଇ ଓଡ଼ିଶା-ମୋ ପରିବାରର ସହାୟତା ଲୋଡ଼ିଥିଲେ। ହେଲ୍ପଡେସ୍କ ସଂଯୋଜକ ରଶ୍ମୀ ରଞ୍ଜନ ପ୍ରଧାନ ଘଟଣା ସମ୍ପର୍କରେ ଜାଣିବା ପରେ ତୁରନ୍ତ ତାଙ୍କୁ ସମ୍ ହସ୍ପିଟାଲ ଆସିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ସେମାନେ ହସ୍ପିଟାଲରେ ପହଞ୍ଚିବା ପରେ ରଶ୍ମୀ, ଆବଶ୍ୟକୀୟ ଚିକିତ୍ସା ସହାୟତା ଯୋଗାଇ ଦେଇଥିଲେ।

ଡାକ୍ତର ପରୀକ୍ଷା କରିବା ପରେ, ତାଙ୍କ ହାର୍ଟରେ ଦୁଇଟି ବ୍ଲକେଜ ଥିବାର ଜଣା ପଡ଼ିଥିଲା। ପରବର୍ତ୍ତୀ ସମୟରେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଅସ୍ତ୍ରୋପଚାର ହୋଇଥିଲା। ହୃଦ୍ ରୋଗ ବିଶେଷଜ୍ଞ ଡ଼ଃ ସୌମ୍ୟ ମହାପାତ୍ର ତାଙ୍କର ଅସ୍ତ୍ରୋପଚାର କରିଥିଲେ, ଯାହା ସଫଳ ମଧ୍ୟ ହୋଇଥିଲା। ଏହାପରେ ତାଙ୍କ ହାର୍ଟରେ ଦୁଇଟି ଷ୍ଟେଣ୍ଟ ଲାଗିଥିଲା, ଯାହାର ମୂଲ୍ୟ ପାଖାପାଖି ଦୁଇ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ହେବ କିନ୍ତୁ ଖୁସିର କଥା ତାହା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଅନ୍ତର୍ଭୁକ୍ତ ହୋଇ ବିନା ମୂଲ୍ୟରେ ଲାଗିଥିଲା।

ବର୍ତ୍ତମାନ ଅଭୟ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ଅତିଶୀଘ୍ର ଡିଶ୍ଚାର୍ଜ ହୋଇ ଘରକୁ ଫେରିବେ ବୋଲି ଡାକ୍ତର କହିଛନ୍ତି। ଏଭଳି ଅସମୟରେ ଅଭୟଙ୍କ ପରିବାରବର୍ଗକୁ ସହାୟତାର ହାତ ବଢାଇ ଥିବାରୁ, ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା-ମୋ ପରିବାରକୁ ଅଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି।

BSKY ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026
Latest News

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.