Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର
ଆଜିର ଖବର

ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର

March 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର। ଏହି ସେଂଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ କରୁନଥିବା କ୍ଷେତ୍ରରେ ଅନ୍ୟ ଔଷଧ ପ୍ରୟୋଗ କରାଯିବା ସହ ବିଭିନ୍ନ ବିଭାଗ ଦ୍ୱାରା ଚିକିତ୍ସା ପ୍ରଦାନ କରାଯାଇ ପୀଡ଼ିତଙ୍କୁ ସୁସ୍ଥ କରାଇବାର ପ୍ରଚେଷ୍ଟା କରାଯିବ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ବିଶ୍ୱ ଯକ୍ଷ୍ମା ଦିବସ ପାଳନ ଅବସରରେ ଶନିବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସୂଚନା ଦେଇଛନ୍ତି ଅନୁଷ୍ଠାନର ଡିନ୍ ପ୍ରଫେସର ସଂଘମିତ୍ରା ମିଶ୍ର।

୨୦୨୫ ସୁଦ୍ଧା ସାରା ଦେଶରେ ଯକ୍ଷ୍ମା ରୋଗର ମୂଳୋତ୍ପାଟନ ନେଇ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ଏହି ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ୍‌ରେ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର ଖୋଲାଯାଇ ସାରା ରାଜ୍ୟରୁ ଚିକିତ୍ସା ନିମନ୍ତେ ଆସୁଥିବା ଯକ୍ଷ୍ମା ରୋଗୀଙ୍କୁ ଚିକିତ୍ସା କରାଯିବାର ଲକ୍ଷ୍ୟ ରହିଛି ବୋଲି ପ୍ରଫେସର ମିଶ୍ର ସୂଚନା ଦେଇଛନ୍ତି।

ହସ୍ପିଟାଲ୍‌ର ପଲମୁନାରୀ ମେଡିସିନ୍ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ଥାନେ ସ୍ଥିତ ଜୁପିଟର ହସ୍ପିଟାଲ୍‌ର ପଲ୍‌ମୁନାରୀ ମେଡିସିନ୍ ବିଭାଗର ମୁଖ୍ୟ ତଥା ମୁମ୍ବାଇର ଜିଟିବି ହସ୍ପିଟାଲ୍‌ର ଡିଆର ଟିବି ସେଂଟରର ନୋଡାଲ୍ ଚେୟାରମ୍ୟାନ୍ ଡାକ୍ତର ଆଲ୍‌ପା ଦଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଯକ୍ଷ୍ମା ରୋଗର କାରଣ, ଚିକିତ୍ସା ଓ ନିରାକରଣ ନେଇ ଛାତ୍ରଛାତ୍ରୀମାନଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ।

କୋଭିଡ ମହାମାରୀ ପରବର୍ତ୍ତୀ ସମୟରେ ପଲ୍‌ମୁନାରୀ ମେଡିସିନ୍ ବିଭାଗର ଗୁରୁତ୍ୱ ବଢ଼ିଛି ବୋଲି ପ୍ରକାଶ କରି ଡାକ୍ତର ଦଲାଲ ଯକ୍ଷ୍ମା ରୋଗକୁ ସମାପ୍ତ କରିବା ନିମନ୍ତେ ସମସ୍ତେ ଏକତ୍ରିତ ହୋଇ କାର୍ଯ୍ୟ କରିବା ନିମନ୍ତେ ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇଥିଲେ।
ଯକ୍ଷ୍ମା ରୋଗୀଙ୍କୁ କିଭଳି ଚିକିତ୍ସା କରାଯିବ, ହସ୍ପିଟାଲ୍‌ର ଭିତିଭୂମି କିଭଳି ହେବ, ବାହ୍ୟ ଓ ଆନ୍ତଃରୋଗୀଙ୍କ ଚିକିତ୍ସା ନିମନ୍ତେ କିଭଳି ସୁବିଧା ଉପଲବ୍ଧ ହେବା ଆବଶ୍ୟକ ସେ ବିଷୟରେ ତଥ୍ୟ ରଖି ଡାକ୍ତର ଦଲାଲ ପ୍ରଶିକ୍ଷଣ ପାଇଥିବା ନର୍ସ ଓ ପାରାମେଡିକ୍ସଙ୍କୁ ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର କୋଭିଡ ସମୟରେ ହସ୍ପିଟାଲ୍‌ର କ୍ରିଟିକାଲ କେୟାର, ପଲ୍‌ମୁନାରୀ ମେଡିସିନ୍ ଓ ଇମ୍ୟୁନୋଲୋଜି ବିଭାଗର ଡାକ୍ତର, ନର୍ସ ଓ ପାରାମେଡିକ୍ସ ମାନଙ୍କ ଉଚ୍ଚକୋଟୀର ସ୍ୱାସ୍ଥ୍ୟ ସେବାକୁ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମ୍ ହସ୍ପିଟାଲ୍‌ର ପଲ୍‌ମୁନାରୀ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ବନାନୀ ଜେନା ସାରା ବିଶ୍ୱରେ ଯକ୍ଷ୍ମା ରୋଗକୁ ନେଇ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ବିଶ୍ୱ ଯକ୍ଷ୍ମା ଦିବସ ପାଳନ କରାଯାଏ ବୋଲି କହିଥିଲେ। ଯକ୍ଷ୍ମା ଏକ ଜୀବାଣୁଜନିତ ରୋଗ ଏବଂ ଚିକିତ୍ସା ଦ୍ୱାରା ସମ୍ପୂର୍ଣ୍ଣ ଆରୋଗ୍ୟ ମିଳିପାରେ ବୋଲି ପ୍ରଫେସର ଜେନା କହିଥିଲେ। ୨୦୧୭ ପର ଠାରୁ କେନ୍ଦ୍ର ସରକାର ନ୍ୟାସ୍‌ନାଲ୍ ଟ୍ୟୁବରକ୍ୟୁଲୋସିସ୍ ଇରାଡିକେସନ୍ ପ୍ରୋଗ୍ରାମ୍ ଆରମ୍ଭ କରିଥିବା ବେଳେ ୨୦୨୫ ସୁଦ୍ଧା ଏହାକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।

ତେବେ ସାରା ବିଶ୍ୱର ୨୭ ପ୍ରତିଶତ ଯକ୍ଷ୍ମା ରୋଗୀ କେବଳ ଭାରତରେ ଥିବା ବେଳେ ଔଷଧ କାମ କରୁନଥିବା ରୋଗୀଙ୍କ କ୍ଷେତ୍ରରେ ଭାରତ ଚୀନ ତଳକୁ ରହିଛି। ତେଣୁ ଏ ଦିଗରେ ସମସ୍ତେ ଯତ୍ନବାନ ହେବା ଉଚିତ୍ ବୋଲି ପ୍ରଫେସର ଜେନା କହିଥିଲେ।

ପଲ୍‌ମୁନାରୀ ମେଡିସିନ୍ ବିଭାଗ ଯକ୍ଷ୍ମା ରୋଗ ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.