Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ: ନୂତନ ଷ୍ଟାଡ଼ିୟମ ପାଇଁ କଲେ ଭୂମିପୂଜନ
ଆଜିର ଖବର

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ: ନୂତନ ଷ୍ଟାଡ଼ିୟମ ପାଇଁ କଲେ ଭୂମିପୂଜନ

April 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

କୋରାପୁଟ: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ‘ଉତ୍କଳ ଦିବସ’ର ମହାନ ଅବସରରେ କୋରାପୁଟ ଜିଲ୍ଲା ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ ଷ୍ଟାଡ଼ିୟମ ପାଇଁ ଭୂମିପୂଜନ କରିବା ସହ ପ୍ରାଧ୍ୟାପକଙ୍କ ପାଇଁ ଓ୍ୱାର୍କ ଷ୍ଟେସନ ଓ ଡିଜିଟାଲ ଭାଷା ଲ୍ୟାବର ଉଦଘାଟନ କରିଛନ୍ତି। ଏହାସହ ବିଶ୍ୱବିଦ୍ୟାଳୟରେ ସନ୍ଥ କବି ଭୀମ ଭୋଇ ଚେୟାର ପ୍ରତିଷ୍ଠା କରାଯାଇଛି।

ଏହି ଅବସରରେ ଶ୍ରୀ ପ୍ରଧାନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବି.ଇଡି ବିଭାଗ ଏବଂ ଓଡ଼ିଆ ବିଭାଗ ମିଳିତ ଭାବେ କୋରାପୁଟରେ କଥିତ ସମସ୍ତ ଜନଜାତି ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ହଜାର ବର୍ଷ ପୂର୍ବରୁ ସମାଜର ପୂରଣ କରିବାର ଦାୟିତ୍ୱ ନେଇଥିଲେ। ଭାଷା ପାଇଁ ମଧ୍ୟ ଦାୟିତ୍ୱ ନେବାକୁ ପଡିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ସେହିପରି ବର୍ତ୍ତମାନ ସମୟରେ ପେଟ୍ରୋକେମିକାଲ ସେକ୍ଟର ସବୁଠୁ ସ୍ପିଡରେ ଗ୍ରୋଥ କରୁଛି । କେବଳ ଫିଜିକ୍ସ ପଢାଇବା ନା ପେଟ୍ରୋକେମିକାଲ ରିଲେଟେଡ୍ ଆପ୍ଲାଏଡ ପେଟ୍ରୋକେମିକାଲ କେମେଷ୍ଟ୍ରି ପଢାଇବା। ତେଣୁ ଆଧୁନିକ ସମୟ ସହ ତାଳ ଦେଇ ପାଠପଢା ଉପରେ ଗୁରୁତ୍ୱ ଦେବାକୁ ସେ କହିଥିଲେ।

ମହିମା ଗୋସାଇଁଙ୍କ ବିଚାରକୁ ପ୍ରଚାର ପ୍ରସାର କରିବା ଓ ଭୀମ ଭୋଇଙ୍କ ବୌଦ୍ଧିକ ପକ୍ଷକୁ ସମାଜ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ପରେ ଆଜି ଉତ୍କଳ ଦିବସରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଏହି ଚେୟାର ଖୋଲାଯିବା ଖୁସିର ବିଷୟ।

ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶହୀଦ ଲକ୍ଷ୍ମଣ ନାଏକଙ୍କ ଦାୟଦର ଯୁବବର୍ଗଙ୍କ ମଧ୍ୟରେ କ୍ରୀଡା, ଦକ୍ଷତା, ଜଙ୍ଗଲ ସୁରକ୍ଷା, ଜୈବ ବିବିଧତାକୁ ସମୃଦ୍ଧ କରିବା ଦିଗରେ ଅଦମ୍ୟ ସାହସ ଓ ଉତ୍ସାହ ଅଛି। କୋରାପୁଟ ମାନବ ସଭ୍ୟତାର ପ୍ରାଚୀନ ପ୍ରୟୋଗଶାଳା। ଏହି ଅମୂଲ୍ୟ ଜ୍ଞାନ ଭଣ୍ଡାରକୁ ଏକବିଂଶ ଶତାବ୍ଦୀରେ ପୁନର୍ଜୀବିତ କରିବା। ଏହାସହ ଓଡ଼ିଶା ୨୦୩୬ରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବାର ସମୟ ଅବଧିରେ ଯୁବପିଢିଙ୍କୁ ବଡ ଭାବିବା ବଡ ସ୍ୱପ୍ନ ଦେଖିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଥିଲେ।

ଉଲ୍ଲେଖନୀୟ ଯେ, ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ଏବଂ ପ୍ରାଧ୍ୟାପକଙ୍କ ସହ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ। କୋରାପୁଟର ସ୍ଥାନୀୟ କୁଇ ଭାଷାରେ ଗବେଷଣା କରିବା, ଅଞ୍ଚଳର ଜୈବିକ ଚାଷକୁ ପ୍ରୋତ୍ସାହନ, ଭାରତମାଳା ପ୍ରକଳ୍ପ ଦ୍ୱାରା ଅର୍ଥନୀତିର ଅଭିବୃଦ୍ଧି ଏବଂ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ଦିଗରେ ଆଲୋଚନା କରିଥିଲେ। ଏହାସହ ପ୍ରାଧ୍ୟାପକ ନିଯୁକ୍ତି ସହ କ୍ୟାମ୍ପସର ଓଭରାଲ କ୍ୟାପିଟାଲ ସ୍ପେଣ୍ଡିଂ, ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଆଧାରିତ ପାଠ୍ୟକ୍ରମ ନେଇ ଆଲୋଚନା ହୋଇଥିଲା। ସେଣ୍ଟରାଲ ୟୁନିଭରସିଟିର ଶ୍ରୀବୃଦ୍ଧି କରିବା ପାଇଁ ସବୁ ପଦକ୍ଷେପ ନିଆଯିବା ନେଇ ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ।

ଉତ୍କଳ ଦିବସ ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.