ଏପ୍ରିଲ ୧୧ ରୁ ରାଜ୍ୟରେ ସକାଳୁଆ ସ୍କୁଲ, ଜିଲ୍ଲାପାଳ ଚାହିଁଲେ କରିପାରିବେ ପରିବର୍ତ୍ତନ

Published: Apr 3, 2023, 3:09 pm IST

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ଶିକ୍ଷାବର୍ଷ ୨୦୨୩-୨୪ରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା କାର୍ଯ୍ୟକ୍ରମ ଚଳିତ ଅପ୍ରେଲ ମାସ ୩ ତାରିଖରୁ ଆରମ୍ଭ ହେବ।

ପୁନଶ୍ଚ ଗ୍ରୀଷ୍ମ ଋତୁ ପାଇଁ ଆସନ୍ତା ଏପ୍ରିଲ ୧୧ରୁ ବିଦ୍ୟାଳୟଗୁଡ଼ିକର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଇଛି।

ସ୍ଥଳ ବିଶେଷରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ। ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗେଇ ଦେବା ପାଇଁ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯନିବାନ ହେବେ।

Related posts