Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୈଷୟିକ କର୍ମଶାଳା ଅନୁଷ୍ଠିତ
ଆଜିର ଖବର

ଜି-୨୦ ଜନଭାଗିଦାରୀ: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୈଷୟିକ କର୍ମଶାଳା ଅନୁଷ୍ଠିତ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି କିଟ୍‌ କ୍ୟାମ୍ପସରେ ଏକ କର୍ମଶାଳା ଆୟୋଜନ କରାଯାଇଥିଲା। ବାଙ୍ଗାଲୋର ସ୍ଥିତ ସିପିଆରଆଇର ପୂର୍ବତନ ମହାନିର୍ଦ୍ଦେଶକ ପ୍ରଫେସର ଅଶୋକ କୁମାର ତ୍ରିପାଠୀ ଏହି କର୍ମଶାଳାରେ ଯୋଗ ଦେଇ ‘‘ପ୍ରଯୁକ୍ତି ଆଧାରିତ ଅଧ୍ୟୟନକୁ ଅଧିକ ସମାବେଶୀ, ଗୁଣାତ୍ମକ ଏବଂ ସହଭାଗୀ କରିବା’’ ବିଷୟବସ୍ତୁ ଉପରେ ବୈଷୟିକ ଆଲୋଚନାଚକ୍ରକୁ ସମ୍ବୋଧିତ କରିଥିଲେ। ସେ କମ୍ପ୍ୟୁଟର ପ୍ରଯୁକ୍ତିର ଯୁଗ, ବିଭିନ୍ନ ପ୍ରକାର ଉପକରଣ, ସଫ୍ଟ କମ୍ପ୍ୟୁଟିଂ ପାଇଁ ସଫ୍ଟୱେର, ଆଧୁନିକ ଅଧ୍ୟୟନ ପ୍ରଯୁକ୍ତି, ସହଭାଗୀ ପ୍ରକଳ୍ପ, ପାୱାର ସିଷ୍ଟମ ପ୍ରୟୋଗ, ବିଭିନ୍ନ ପ୍ରକାର ସମସ୍ୟା, ସବୁଜ ହାଇଡ୍ରୋଜେନ ଏବଂ ବିଭିନ୍ନ ଅଧ୍ୟୟନ ପ୍ରଯୁକ୍ତି ଉପରେ ବକ୍ତବ୍ୟ ରଖିଥିଲେ। ଏହି କର୍ମଶାଳାରେ ମୋଟ୍‌ ୯୨ ଜଣ ଇଞ୍ଜିନିୟରିଂ ସ୍ନାତକ ଓ ସ୍ନାତକୋତ୍ତୋର ଛାତ୍ରଛାତ୍ରୀ, ଗବେଷକ, ପ୍ରୟୋଗଶାଳା ବୈଷୟିକ ସହାୟକ ଏବଂ ଅଧ୍ୟାପକମାନେ ଅଂଶଗ୍ରହଣ କରିଥିଲେ।

ଅନ୍ୟପକ୍ଷରେ କନ୍ଧମାଳ ସ୍ଥିତ ସରକାରୀ ପଲିଟେକ୍ନିକ ଠାରେ କିଟ୍‌ ବିଶ୍ୱବିଦ୍ୟାଳୟ ସହଯୋଗରେ ଏକ ପଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ‘ଜି-୨୦ ଏବଂ ଭାରତର ଭୂମିକା’ ଶୀର୍ଷକ ଏହି ପ୍ରତିଯୋଗିତାରେ ୫୨ ଜଣ ପଲିଟେକ୍ନିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

କିଟ୍ ବିଶ୍ୱବିଦ୍ୟାଳୟ ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026
Latest News

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026

ବିସ୍ତୃତ ରାଶିଫଳ: ଜୁଲାଇ ୧୪ ତାରିଖ ମଙ୍ଗଳବାରରେ ଛଅଟି ରାଶିର ବ୍ୟକ୍ତି ହେବେ ମାଲାମାଲ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.