Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟମିତ ଦାବିରେ ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଙ୍ଘର ମହାସମାବେଶ
ଆଜିର ଖବର

ନିୟମିତ ଦାବିରେ ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଙ୍ଘର ମହାସମାବେଶ

April 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନିୟମିତ କରିବା ଦାବିରେ ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଆଜି ଏକ ମହାସମାବେଶ ସଙ୍ଘଠିତ କରିଥିଲା। ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଆଜି ନିୟମିତ ହେବା ଦାବିରେ ହଜାର ହଜାର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରତିବାଦ ଜଣାଇଥିଲେ। ଯାହା ସୂଚନା ଅଛି ଏହି ଶିକ୍ଷକ ଶିକ୍ଷୟିତ୍ରୀ
ଗତ ଏପ୍ରେଲ ୧ ତାରିଖ ଦିନ ଉତ୍କଳ ଦିବସରୁ ସାରା ଓଡିଶାର ପ୍ରାୟ ୧୮ ହଜାରରୁ ଉର୍ଦ୍ଧ୍ଵ ଚୁକ୍ତିଭିତ୍ତିକ ତଥା ଇନିସିଆଲ ଆପଇଣ୍ଟି ଶିକ୍ଷକ/ଶିକ୍ଷୟିତ୍ରୀ ମାନେ ନିୟମିତ ହେବା ଦାବିରେ ଧାରଣାରେ ବସିଛନ୍ତି।

ଧାରଣାର ତୃତୀୟ ଦିବସରେ ଉଭୟ ସଚିବ ଏବଂ ବିଭାଗୀୟ ମନ୍ତ୍ରୀ ସହ ଆଲୋଚନା ହୋଇଥିଲା। ଆଲୋଚନା ପରେ ମନ୍ତ୍ରୀ ମହୋଦୟ ପ୍ରତିଶୃତି ଦେଇଥିଲେ ଯେ, ଉକ୍ତ ଦିନ ନିୟମିତ ନିର୍ଦେଶାନାମାଟି ପ୍ରକାଶ ପାଇବ। କିନ୍ତୁ ମନ୍ତ୍ରୀଙ୍କର ଘୋଷଣା ପରେ ବି ନିର୍ଦ୍ଦେଶ ନାମାଟି ପ୍ରକାଶ ପାଇଲା ନାହିଁ, ମନ୍ତ୍ରୀଙ୍କର ପ୍ରତିଶୃତି ପାଣିର ଗାର ସଦୃଶ ହୋଇଅଛି ବୋଲି ସଂଘ କହିଛି।

ଏପଟେ ମୁଖ୍ୟମନ୍ତ୍ରୀଙ୍କର ଘୋଷଣାକୁ ୬ ମାସ ସମୟ ବିତିଗଲେ ବି ଶିକ୍ଷକ ଶିକ୍ଷୟିତ୍ରୀ ମାନେ ନିୟମିତ ହେବାରୁ ବଞ୍ଚିତ ହୋଇ ବାରମ୍ବାର ରାଜ ରାସ୍ତାକୁ ଆସୁଛନ୍ତି। ଶିକ୍ଷକ ଶିକ୍ଷୟତ୍ରୀ ନିୟମିତ ହୋଇନଥିବାରୁ ଦରମା ପାଉନାହାନ୍ତି। ଇତି ମଧ୍ୟରେ ୬ ଜଣ ଶିକ୍ଷକ ନିୟମିତ ନହୋଇପାରି ମୃତ୍ୟୁବରଣ ମଧ୍ୟ କରିଛନ୍ତି। ତଥାପି ବିଭାଗ ପକ୍ଷରୁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନିୟମିତ କରିବା ପାଇଁ ନିର୍ଦ୍ଧେଶନାମା ଜାରି କରାଯାଇନି ବୋଲି ସଙ୍ଘର ସଭାପତି ପଞ୍ଚାନନ ଜେନା ଅଭିଯୋଗ କରିଛନ୍ତି।

ତେଣୁ ଏହାକୁ ବିରୋଧ କରି ସମସ୍ତ ଚୁକ୍ତିଭିତ୍ତିକ ତଥା ଇନିସିଆଲ ଆପଇଣ୍ଟି ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କୁ ତୁରନ୍ତ ନିୟମିତ କରିବା ଭଳି ଏକ ଦଫା ଦାବି ନେଇ ଆଜିର ଏହି ଆନ୍ଦୋଳନ ଅନିର୍ଦ୍ଧିଷ୍ଟ କାଳ ତଥା ନିୟମିତ ନିର୍ଦ୍ଧେଶନାମା ପ୍ରକାଶ ପାଇବା ପର୍ଯ୍ୟନ୍ତ ବିଧାନସଭା ଆଗରେ ସମସ୍ତ ଚୁକ୍ତିଭିତ୍ତିକ ତଥା ଇନିସିଆଲ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ଚାଲିବ ବୋଲି ରାଜ୍ୟ ସଙ୍ଘର ସମ୍ପାଦକ ସତ୍ୟଭୂଷଣ ତରାଇ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

ଓଡିଶା ନିୟମିତ ଦାବି ମହାସମାବେଶ ସରକାରୀ ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026

ଆଉ ଗୋଟିଏ ବର୍ଷ ପର୍ଯ୍ୟନ୍ତ ବଢିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅବଧି

April 12, 2026
Latest News

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026

ଆଉ ଗୋଟିଏ ବର୍ଷ ପର୍ଯ୍ୟନ୍ତ ବଢିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅବଧି

April 12, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.