Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏସଆଇଆର-ଆଇଏମଏମଟି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ
ଆଜିର ଖବର

ସିଏସଆଇଆର-ଆଇଏମଏମଟି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

April 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଭୁବନେଶ୍ୱର ସ୍ଥିତ ବୈଜ୍ଞାନିକ ଏବଂ ଔଦ୍ୟୋଗିକ ଅନୁସନ୍ଧାନ ପରିଷଦ (ସିଏସଆଇଆର) – ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି) ପକ୍ଷରୁ ଆଜି ଏକ ବୈଜ୍ଞାନିକ-ଛାତ୍ରଛାତ୍ରୀ ମତବିନିମୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସିଏସଆଇଆର- ଆଇଏମଏମଟିର ବୈଜ୍ଞାନିକ ସାମାଜିକ ଉତ୍ତରଦାୟିତ୍ୱ କାର୍ଯ୍ୟକ୍ରମ ଜିଜ୍ଞାସା ଦ୍ୱାରା କ୍ୟାମ୍ପସ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଏମବିବି ସାଇନ୍ସ କଲେଜ, ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ୟୁନିଭର୍ସିଟୀ ହାଇସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ଜି୨୦ ଓ ଭବିଷ୍ୟତର ଶିକ୍ଷା ଓ ଗବେଷଣା କାର୍ଯ୍ୟ ଉପରେ ଆଲୋଚନାଚକ୍ର, ପ୍ରଶ୍ନୋତ୍ତର ପ୍ରତିଯୋଗିତା, ଗବେଷଣାଗାର ପରିଦର୍ଶନ, ବୈଜ୍ଞାନିକ ପ୍ରୟୋଗ ପ୍ରଦର୍ଶନ, ବୈଜ୍ଞାନିକ, ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ନେଇ ଭବିଷ୍ୟତର କାର୍ଯ୍ୟ ବିଷୟରେ ଆଲୋଚନା, ଆଇଏମଏମଟି ପରିସରରେ ଥିବା ଜିଜ୍ଞାସା ଉଦ୍ୟାନ (ଔଷଧିୟ, ସୁଗନ୍ଧିତ ଏବଂ ପୁଷ୍ପଉଦ୍ୟାନ) ପରିଦର୍ଶନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ ୪୦୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ଏବଂ ଦୁଇଟି ବର୍ଗରେ ପ୍ରାୟ ୧୨ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ଅପରାହ୍ଣରେ, ସିଏସଆଇଆର ଆଇଏମଏମଟି ପରିସରରେ ଥିବା ଆମ୍ବ ଉଦ୍ୟାନରେ ଏକ ବୈଠକ ଆୟୋଜନ କରାଯାଇଥିଲା। ଏଥିରେ ଜି୨୦ ଏବଂ ଭବିଷ୍ୟତର କାର୍ଯ୍ୟ ଉପରେ ଆଲୋଚନା କରାଯାଇଥିଲା। ଏଥିରେ ଜାତୀୟ ଦକ୍ଷତା ବିକାଶ ଆୟୋଗ (ଏନଏସଡିସି)ର ଡିଜିଏମ ଶ୍ରୀମତୀ ଭାବନା ବର୍ମା ମୁଖ୍ୟ ଅତିଥି, ଏନଏସଡିସିର ଅଧିକାରୀ ଦେବୀ ପ୍ରସାଦ ଏବଂ ସ୍ମୃତି ରଞ୍ଜନ  ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସିଏସଆଇଆର-ଆଇଏମଏମଟିର ମୁଖ୍ୟ ବୈଜ୍ଞାନିକ ତଥା ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକର ନୋଡାଲ ଅଧିକାରୀ ଡକ୍ଟର ଅଶୋକ କୁମାର ସାହୁ, କାର୍ଯ୍ୟକ୍ରମର ସଂଯୋଜକ ଡକ୍ଟର ଦେବୀ ପ୍ରସାଦ ଦାସ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ଆଇଏମଏମଟି ଜନଭାଗିଦାରୀ କାର୍ଯ୍ୟକ୍ରମ ଜି-୨୦ ସିଏସଆଇଆର
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.