Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

April 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ଆଜି ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ, ଭୁବନେଶ୍ୱର ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ପାଇଁ ବାର୍ତ୍ତା ଦେଇଥିଲେ।

ଅନୁରୂପ ଭାବେ କଟକ ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଦିବ୍ୟାଙ୍ଗମାନଙ୍କ ପାଇଁ ଗମ୍ଭୀର ଅସୁସ୍ଥତାରୁ ଆରାମ ପାଇବା ଲାଗି ଯୋଗ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ସେହିପରି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇନଫର୍ମେସନ ଟେକ୍ନୋଲୋଜୀ ଏଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ ପକ୍ଷରୁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା। ୟି ଏଣ୍ଡ ଲରେନ୍ସ ଏଣ୍ଡ ମାୟୋ ଟିମ୍‌ ପକ୍ଷରୁ ଆୟାଜିତ ଏହି କାର୍ଯ୍ୟକ୍ରମର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ସେମାନଙ୍କର ଚକ୍ଷୁ ପରୀକ୍ଷା କରାଇଥିଲେ।

ଅନ୍ୟପକ୍ଷରେ ଭୁବନେଶ୍ୱରସ୍ଥିତ ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ୍‌ ସୌଧ୍ୟା ଗ୍ରାମ ପଞ୍ଚାୟତ ଠାରେ ଏକ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ସେହିପରି ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ ଟ୍ରାଭେଲ ଏଣ୍ଡ ଟୁରିଜିମ୍‌ ମ୍ୟାନେଜମେଣ୍ଟ, ଭୁବନେଶ୍ୱର ପକ୍ଷରୁ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ‘‘ଓଡ଼ିଶା : ଇଣ୍ଡିଆସ୍‌ ବେଷ୍ଟ କେପ୍ଟ ସିକ୍ରେଟ୍‌’’ ବିଷୟବସ୍ତକୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସେହିପରି ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଅନୁଗୁଳ ସ୍ଥିତ ଜବାହର ନବୋଦାୟ ବିଦ୍ୟାଳୟ ଦ୍ୱାରା ଏକ ଜି-୨୦ ଲୋଗୋ ଡିଜାଇନ କର୍ମଶାଳା ଆୟୋଜନ କରାଯାଇଥିଲା। ଜି-୨୦ରେ ଭାରତର ନେତୃତ୍ୱ ବିଷୟକୁ ନେଇ ଛାତ୍ରଛାତ୍ରୀମାନେ ଲୋଗୋ ଡିଜାଇନ କରିଥିଲେ।

ଜି-୨୦ ଜନଭାଗିଦାରୀର ଅଂଶବିଶେଷ ଭାବେ ଭୁବନେଶ୍ୱରସ୍ଥିତ ଆଇସିଏମଆର ଆରଏମଆରସି ପକ୍ଷରୁ ଏକ ଯୋଗ ଶିବିର ଆୟୋଜନ କରାଯାଇଥିଲା।

ଜନଭାଗିଦାରୀ କାର୍ଯ୍ୟକ୍ରମ ଜି-୨୦ ଭୁବନେଶ୍ୱର ଶିକ୍ଷାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.