Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ନେଇ ଏମ୍ସ ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଆଜିର ଖବର

କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ନେଇ ଏମ୍ସ ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

April 12, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ତଥା ଏହି କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ)ର ପ୍ରୟୋଗ କରି ଏକ ନୂତନ ସଂଚାର ସୃଷ୍ଟି ଲକ୍ଷ୍ୟରେ ଦୁଇ ପ୍ରମୁଖ ଜାତୀୟ ଅନୁଷ୍ଠାନ ଏମ୍ସ ଭୁବନେଶ୍ୱର ଏବଂ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ରାଜ୍ୟରେ ପ୍ରଥମ କରି ଦୁଇ ପ୍ରମୁଖ ଅନୁଷ୍ଠାନ ମଧ୍ୟରେ ଗତକାଲି ହୋଇଥିବା ଏହି ବୁଝାମଣା ଫଳରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ସମ୍ମୀଶ୍ରଣ ଘଟିବ। ଏହା ସ୍ୱାସ୍ଥ୍ୟସେବାକୁ ଏକ ନୂତନ ଦିଶା ଦେବା ସହିତ ବିଭିନ୍ନ କ୍ଷେତ୍ରରେ ଗବେଷଣା ଓ ପାଠ୍ୟକ୍ରମକୁ ପ୍ରୋତ୍ସାହିତ କରିବ। ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ ଶ୍ରୀପଦ କରମାଲକର ଏହି ଏମଓୟୁ ସ୍ୱାକ୍ଷର କରିଛନ୍ତି।

ସାଧାରଣଲୋକଙ୍କ ହିତ ପାଇଁ ଉଭୟ ଅନୁଷ୍ଠାନ ରୋଗର ତ୍ବରିତ ଚିହ୍ନଟ, ଶୀଘ୍ର ନିରାକରଣ, କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ଏବଂ ତଥ୍ୟର ବିଶ୍ଳେଷଣ, ଜୈବ ପ୍ରାଦ୍ୟୋଗିକ ଜ୍ଞାନକୌଶଳ, ରୋଗର ପୂର୍ବାନୁମାନ କୌଶଳ ସୃଷ୍ଟି, ଡିଜିଟାଲ ସ୍ୱାସ୍ଥ୍ୟ, ଚିକିତ୍ସା କ୍ଷେତ୍ର ନିମନ୍ତେ ବିଭିନ୍ନ ଉପକରଣର ବିକାଶ ଏବଂ ଏହି କ୍ଷେତ୍ରରେ ଉନ୍ନତ ଗବେଷଣା ନିମନ୍ତେ ସହଯୋଗ କରିବାକୁ ସହମତ ହୋଇଛନ୍ତି।

ରାଜ୍ୟରେ ପ୍ରଥମ କରି ହୋଇଥିବା ଏପରି ପ୍ରୟାସ ଜନସ୍ୱାସ୍ଥ୍ୟ ଏବଂ ରୋଗୀ ଚିକିତ୍ସା କ୍ଷେତ୍ରରେ ରହିଥିବା ବିଭିନ୍ନ ଆହ୍ବାନଗୁଡ଼ିକର ସମାଧାନ ପାଇଁ ନୂତନ ମାର୍ଗ ପ୍ରସ୍ତୁତ କରିବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ରୋଗର ନିରାକରଣ ଏବଂ ଚିକିତ୍ସାରେ ବେଶ ସହାୟକ ହେବବୋଲି ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ପ୍ରକାଶ କରିଛନ୍ତି। ଏହି ବୁଝାମଣା ଫଳରେ ବିଭିନ୍ନ ରୋଗର ଚିହ୍ନଟ, ଚିକିତ୍ସାଉପକରଣ, ଆପ୍, ପରିଧାନଯୋଗ୍ୟ ସେନ୍ସର ବିକାଶ, ପ୍ରତିଛବିଭିତ୍ତିକ ନିରାକରଣ(ଇମେଜିଂ) ଆଦି କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ପ୍ରୟୋଗକୁ ସୁଦୃଢ଼ କରିବ। ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଏପରି ବୁଝାମଣାକୁ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍ ମାଣ୍ଡଭିୟ ସର୍ବଦା ଉତ୍ସାହିତ କରିଥାଆନ୍ତି। ସଫତଳାର ସହିତ ଏହି ଏମଓୟୁ ସ୍ବାକ୍ଷରିତ ହେବାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୂମିକା ବେଶ ଗୁରୁତ୍ବପୂର୍ଣ୍ଣ। ତେଣୁ ଉଭୟ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଡ. ବିଶ୍ବାସ।

ଏପରି ନିଆରା ବୁଝାମଣାରେ ଖୁସି ପ୍ରକଟ କରିବା ସହିତ ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ ଶ୍ରୀପଦ୍ କରମଲକର କହିଛନ୍ତି ଯେ ଆଇଆଇଟି ଭୁବନେଶ୍ୱର ଏବଂ ଏମ୍ସ ସାମୂହିକ ଭାବେ ସମ୍ଭାବ୍ୟ ପାରସ୍ପରିକ ଭାଗିଦାରୀ ଉପରେ ଦୃଷ୍ଟି ରଖିଛନ୍ତି। ଏହି ଦୁଇଟି ଅନୁଷ୍ଠାନ ମଧ୍ୟରେ ହୋଇଥିବା ବୁଝାମଣା ରାଜ୍ୟ ତଥା ସମଗ୍ର ଦେଶରେ ସାମାଜିକ ପ୍ରଭାବ ବୃଦ୍ଧି କରିବ। ଜନହିତକର କାର୍ଯ୍ୟ ପାଇଁ ଏହି ପ୍ରୟାସ ବେଶ ସଫଳ ହେବ। ଏପରି ଏମଓୟୁକୁ ଉତ୍ସାହିତ କରିଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ଶ୍ରୀ କରମଲକର। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏପରି ଜ୍ଞାନକୌଶଳର ପ୍ରୟୋଗ ଠୋସ୍ ଫଳାଫଳ ଆଣିବା ନେଇ ଶତପ୍ରତିଶତ ପ୍ରୟାସ କରାଯିବ ବୋଲି କହିଛନ୍ତି ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ।

ଅସ୍ଥିଶଲ୍ୟ, ରେଡିଓଲୋଜି, କର୍କଟ ଭଳି ବିଭିନ୍ନ ବିଭାଗରେ କୃତ୍ରିମ ବୁଦ୍ଧିମତାର ପୟୋଗ ଫଳରେ ବେଳ ଥାଉ ଥାଉ ସ୍ତନ କର୍କଟ ଭଳି ରୋଗକୁ ମଧ୍ୟ ଚିହ୍ନଟ କରାଯାଇପାରିବ। ଯାହାକି ଏହାର ଚିକିତ୍ସାକୁ ସହଜ କରିବ। ସେହିପରି ଉଭୟ ଅନୁଷ୍ଠାନ ଏକ ଉତ୍ସର୍ଗୀକୃତ ଅତ୍ୟାଧୁନିକ ଗବେଷଣାଗାର ବିକାଶ ଉପରେ ଧ୍ୟାନ ଦେବେ। ଏଥିସହିତ “ବାୟୋମେଡିକାଲ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି” ଭଳି ଏକ ଉନ୍ନତ ଅନୁସନ୍ଧାନ କେନ୍ଦ୍ର ସ୍ଥାପନା ସହିତ ବିଭିନ୍ନ ଚିକିତ୍ସା ସାମଗ୍ରୀ ଏବଂ ଉପକରଣ ଉତ୍ପାଦନର ମାର୍ଗ ପ୍ରସ୍ତୁତ ହେବ।

ଡାକ୍ତରୀ ଏବଂ ବୈଷୟିକ ଛାତ୍ରଛାତ୍ରୀଙ୍କ ପାଇଁ ଉଭୟ ଅନୁଷ୍ଠାନ ଏକାଧିକ ସ୍ବଳ୍ପକାଳୀନ ପାଠ୍ୟକ୍ରମ ଆରମ୍ଭ କରିବା ନେଇ ଯୋଜନା ରହିଛି। ଉଭୟ ଅନୁଷ୍ଠାନ ମଧ୍ୟରେ ଅଧ୍ୟାପକ ଏବଂ ଛାତ୍ର ବିନିମୟ କାର୍ଯ୍ୟକ୍ରମ ସହିତ ତାଲିମ ପାଠ୍ୟକ୍ରମର ପ୍ରବର୍ତ୍ତନ ଏହି କ୍ଷେତ୍ରରେ ଉତ୍କର୍ଷ ଆଣିବ। ପ୍ୟାଟେଣ୍ଟିଂ, ଉତ୍ପାଦ ବିକାଶ, ପ୍ରଯୁକ୍ତିବିଦ୍ୟା ସ୍ଥାନାନ୍ତର ଏବଂ ଶିଳ୍ପ ସହଯୋଗ ଆଦି ଦିଗରେ ଉଭୟ ଅନୁଷ୍ଠାନ ପରସ୍ପରକୁ ସହଯୋଗ କରିବେ। ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉଚ୍ଚତର ଗବେଷଣା ନିମନ୍ତେ ପ୍ରେରଣା ସୃଷ୍ଟି କରିବ। ଏହା ମଧ୍ୟ ଆମର ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ମେକ୍ ଇନ୍ ଇଣ୍ଡିଆ ଅଭିଯାନକୁ ସଫଳ କରିବାରେ ସହଯୋଗ କରିବ।

ଏହି ଅବସରରେ ଏମ୍ସ ଭୁବନେଶ୍ୱର ଷ୍ଟାଣ୍ଡିଂ ଏକାଡେମିକ୍ କମିଟିର ଅଧ୍ୟକ୍ଷ ପ୍ରଫେସର ଯୋଗେଶ କେ ଚାୱଲା, ମେଡିକାଲ୍ ଅଧିକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ସହଯୋଗୀ ଡିନ୍ (ଅନୁସନ୍ଧାନ) ଡ. ଭାଗିରଥୀ ଦ୍ୱିବେଦୀ, ଭେଷଜ ବିଭାଗ ମୁଖ୍ୟ ଡ. ଅନୁପମ ଦେ, ଭାରପ୍ରାପ୍ତ ଡିଡିଏ ରଶ୍ମୀରଂଜନ ସେଠୀ, ଆଇଆଇଟି ଭୁବନେଶ୍ୱରର ପ୍ରଫେସର ଦିନାକର ପାସ୍ଲା, ପି କେ ସାହୁ, ବ୍ରହ୍ମ ଦେଓ ଏବଂ ଟି ଭି ସତ୍ୟମ ପ୍ରମୁଖ ଉପସ୍ଥିତ ଥିଲେ।

ଆଇଆଇଟି ଭୁବନେଶ୍ୱର ଏମ୍ସ ଭୁବନେଶ୍ଵର କୃତ୍ରିମ ବୁଦ୍ଧିମତା ବୁଝାମଣାପତ୍ର ସ୍ୱାକ୍ଷରିତ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.