Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଚେତନତା କାର୍ଯ୍ୟକ୍ରମ ଜରିଆରେ ଜି-୨୦ ଜନଭାଗିଦାରୀ ଅଭିଯାନରେ ସାମିଲ ହେଲେ ଛାତ୍ରଛାତ୍ରୀ
ଆଜିର ଖବର

ସଚେତନତା କାର୍ଯ୍ୟକ୍ରମ ଜରିଆରେ ଜି-୨୦ ଜନଭାଗିଦାରୀ ଅଭିଯାନରେ ସାମିଲ ହେଲେ ଛାତ୍ରଛାତ୍ରୀ

April 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇନଫର୍ମେସନ ଟେକ୍ନୋଲୋଜି ପକ୍ଷରୁ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଅନୁଷ୍ଠାନର ଛାତ୍ରଛାତ୍ରୀ ଜି-୨୦ ଲୋଗୋ ଓ ବିଷୟବସ୍ତୁ ଉପରେ ରଙ୍ଗୋଲି ପ୍ରସ୍ତୁତ କରିଥିଲେ।

ସେହିପରି ଭୁବନେଶ୍ୱର ସ୍ଥିତ ସିପେଟ୍‌ ଛାତ୍ରଛାତ୍ରୀମାନେ ମଧ୍ୟ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରି ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ପୁରୀର କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ସଦାଶିବ କ୍ୟାମ୍ପସ ପରିସରରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମିଲେଟ୍ସ ସେବନକୁ ପ୍ରୋତ୍ସାହନ ଲାଗି ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା।

ସେହିପରି କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ରଙ୍ଗୋଲି ମାଧ୍ୟମରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ବାର୍ତ୍ତା ପ୍ରଚାର କରିଥିଲେ।

ଏହାଛଡ଼ା ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ୍‌ରେ ଗୋଚାଷୀମାନଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଇଥିଲା।

ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟୁରିଜିମ୍‌ ଏଣ୍ଡ ଟ୍ରାଭେଲ୍‌ ମ୍ୟାନେଜମେଣ୍ଟ (ଆଇଆଇଟିଟିଏମ)ର ହେରିଟେଜ୍‌ ଏଣ୍ଡ କଲଚର୍‌ କ୍ଲବ୍‌ ପକ୍ଷରୁ ପୁରୁଣା ଭୁବନେଶ୍ୱର ଠାରେ ଐତିହ୍ୟ ଅନ୍ୱେଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଅନ୍ୟପଟେ ଭୁବନେଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱ ବିଦ୍ୟାଳୟ ପକ୍ଷରୁ କେନ୍ଦୁଝର ଜିଲ୍ଲା ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟ ଠାରେ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଅନୁରୂପ ଭାବେ ଭୁବନେଶ୍ୱର ସ୍ଥିତ ସିଟିଟିସି ପକ୍ଷରୁ ଏକ ଯୋଗ ଶିବିର ଆୟୋଜନ କରାଯାଇଥିଲା।

ଭୁବନେଶ୍ୱରର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏକ ସଚେତନତା ପଦଯାତ୍ରା ଆୟୋଜନ କରାଯାଇଥିଲା। ଏଥିରେ ପ୍ରତିଷ୍ଠାନ ଏବଂ ଡିଏମ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଉତ୍ସାହର ସହିତର ଅଂଶଗ୍ରହଣ କରିଥିଲେ।

ଅନୁଗୁଳ ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ଜି-୨୦ ଲୋଗୋ ଡିଜାଇନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଭାରତର ଜି-୨୦ ଅଧ୍ୟକ୍ଷତା ବିଷୟବସ୍ତୁକୁ ନେଇ ଛାତ୍ରଛାତ୍ରୀମାନେ ଲୋଗୋ ଡିଜାଇନ କରିଥିଲେ।

ଜନଭାଗିଦାରୀ ଅଭିଯାନ ଜି-୨୦ ଭୁବନେଶ୍ୱର ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.