Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ
ଆଜିର ଖବର

୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

April 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଗୌରବମୟ ଅତୀତ ଓ ବର୍ତ୍ତମାନକୁ ଏକତି୍ରତ କରି ଭୁବନେଶ୍ୱରର ପ୍ରାଚୀନ ଐତିହ୍ୟ, ପ୍ରତିଷ୍ଠା, କ୍ରମବିକାଶ ଓ ସମୃଦ୍ଧିର ବାର୍ତ୍ତାବହନ କରିଛି। ମନ୍ଦିରମାଳିନୀ ଭୁବନେଶ୍ୱର ଆଜି ଭାରତର ଏକ ଅତ୍ୟାଧୁନିକ ସହରରେ ପରିଣତ ହୋଇଛି। ଦୀର୍ଘ ୭୫ ବର୍ଷର ଇତିହାସକୁ ଏହି ପ୍ରଦର୍ଶନୀରେ ଯେଉଁଭଳି ସାବଲୀଳ ଢଙ୍ଗରେ ସ୍ଥାନିତ କରାଯାଇଛି ତାହା ବାସ୍ତବରେ ପ୍ରଶଂସନୀୟ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

ଆଜି ପୂର୍ବାହ୍ନରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀକୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ଅମାତ ଉଦ୍‌ଘାଟନ କରିବା ସହ ଏହାକୁ ବୁଲି ଦେଖିଥିଲେ।

ଉଦ୍‌ଘାଟନ ସମୟରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର କର୍ମକର୍ତ୍ତାଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଯୁଗ୍ମ ନିର୍ଦ୍ଦେଶକ ସୂର୍ଯ୍ୟରଞ୍ଜନ ମହାନ୍ତି ଫଟୋଚିତ୍ରଗୁଡ଼ିକ ସମ୍ବନ୍ଧରେ ଅତିଥିମାନଙ୍କୁ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ, ଏହି ସ୍ୱତନ୍ତ୍ର ଓ ସୁନ୍ଦର ପ୍ରଦର୍ଶନୀଟି ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ ଘଟିକାରୁ ରାତି ୯ ଘଟିକା ଯାଏଁ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ।

ପ୍ରତିଷ୍ଠା ଦିବସ ପ୍ରଦିପ କୁମାର ଅମାତ ଫଟୋଚିତ୍ର ପ୍ରଦର୍ଶନୀ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Latest News

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.