Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକାର୍ପିତ ହେଲା ଚନ୍ଦକା ଓ ବାଲିଅନ୍ତା ଅଞ୍ଚଳରେ ନୂତନ ଥାନାଗୃହ
ଆଜିର ଖବର

ଲୋକାର୍ପିତ ହେଲା ଚନ୍ଦକା ଓ ବାଲିଅନ୍ତା ଅଞ୍ଚଳରେ ନୂତନ ଥାନାଗୃହ

April 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସହରାଞ୍ଚଳ ପୁଲିସ୍ ଜିଲ୍ଲା ଅନ୍ତର୍ଗତ ଚନ୍ଦକା ଓ ବାଲିଅନ୍ତା ଅଞ୍ଚଳରେ ନୂତନ ଥାନାଗୃହର ଶୁଭ ଉଦଘାଟନ ହେବା ସହ ଲୋକାର୍ପିତ ହୋଇଛି। ଏହି ଉତ୍ସବରେ ରାଜ୍ୟ ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟାନ୍ୟ ଅତିଥିଙ୍କ ମଧ୍ୟରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଉତ୍ତର ଭୁବନେଶ୍ବର ବିଧାୟକ ସୁଶାନ୍ତ କୁମାର ରାଉତ, ଜୟଦେବ ବିଧାୟକ ଡଃ.ଅରବିନ୍ଦ ଢାଲି, ପୁଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ, ଭୁବନେଶ୍ଵର-କଟକ ଦ୍ଵୈତ ନଗରୀର ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଓଡିଶା ପୁଲିସ ଗୃହ ନିର୍ମାଣ ବିଭାଗର ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିଶନର ଡଃ. ଉମାଶଙ୍କର ଦାଶ , ଭୁବନେଶ୍ଵର ଡିସିପି ପ୍ରତୀକ ସିଂହଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଅଧିକାରୀ ମାନେ ଯୋଗ ଦେଇଥିଲେ। ଏହି ନୂତନ ଥାନା ଗୃହ ମାନଙ୍କରେ କାଉନ୍ସେଲିଂ, ଶିଶୁ ଡ଼େସ୍କ, ୱେଟିଙ୍ଗ ଲବି, କନଫରେନ୍ସ ହଲ , ଜିମନାସିଅମ, ବାରାକ ଇତ୍ୟାଦି ସୁବିଧା ଥିବା ସହ ଜନସାଧାରଣଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ନିମନ୍ତେ ସମସ୍ତ ସୁବିଧା ସୁଯୋଗର ବନ୍ଦୋବସ୍ତ କରାଯାଇଅଛି।

ପ୍ରକାଶଯୋଗ୍ୟ, ରାଜ୍ୟ ଯୋଜନା- ୨୦୧୯-୨୦ ଅନୁଯାୟୀ ରାଜ୍ୟ ପୁଲିସ ଗୃହ ନିର୍ମାଣ ସଂସ୍ଥା ଦ୍ବାରା ଚନ୍ଦକାର ନୂତନ ଥାନାର କାର୍ଯ୍ୟ ତା.୦୮.୦୬.୨୦୨୦ ରିଖ ଠାରୁ ଆରମ୍ଭ ହୋଇ ତା.୩୧.୦୫.୨୦୨୨ ରିଖରେ ଶେଷ ହୋଇଥିଲା। ସେହିପରି ବାଲିଅନ୍ତାରେ ନିର୍ମିତ ନୂତନ ଥାନାର କାର୍ଯ୍ୟ ତା.୨୫.୦୮.୨୦୨୦ ରିଖରୁ ଆରମ୍ଭ ହୋଇ ତା.୦୭.୦୭.୨୦୨୨ ରିଖରେ ଶେଷ ହୋଇଥିଲା। ଉଭୟ ଥାନାର ପରିସୀମା ୧୨୭୨୯ ବର୍ଗ ଫୁଟ  ଅଟେ।

ଚନ୍ଦକା ଥାନା ତୁଷାରକାନ୍ତି ବେହେରା ଲୋକାର୍ପିତ ଶୁଭ ଉଦଘାଟନ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.