Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀଙ୍କ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତ, ବଢିଲା ରାଜନୈତିକ ଉଷ୍ମତା
ଆଜିର ଖବର

କେନ୍ଦ୍ରମନ୍ତ୍ରୀଙ୍କ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତ, ବଢିଲା ରାଜନୈତିକ ଉଷ୍ମତା

April 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଲୋକସଭା ପ୍ରବାସ ଯୋଜନା ଅନ୍ତର୍ଗତ କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଷ ଆଜି ଅପରାହ୍ନରେ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଚିଲିକା ପୂର୍ବତନ ବିଧାୟକ ଡ଼ା ବିଭୁତି ଭୂଷଣ ହରିଚନ୍ଦନ, ପୁରୀ ଲୋକସଭା ପ୍ରବାସ ଯୋଜନା ପ୍ରଭାରୀ ଅମୀୟ ଦାସ, ସହ-ପ୍ରଭାରୀ ଶଙ୍କର ପରିଡା, ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ରଶ୍ମି ରଞ୍ଜନ ଦାସ, ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ଆଦି ଉକ୍ତ ଗସ୍ତ କାର୍ଯ୍ୟକ୍ରମରେ ସାମିଲ ଥିଲେ।

କେନ୍ଦ୍ରମନ୍ତ୍ରୀ ଓ ଅନ୍ୟାନ୍ୟ ନେତୃବୃନ୍ଦ ନାଚୁଣୀଠାରେ ପୂର୍ବତନ ବିଧାୟକ ଡ଼ା ହରିଚନ୍ଦନଙ୍କ ଘରେ ଆତିଥ୍ୟ ଗ୍ରହଣ ପରେ ସ୍ଥାନୀୟ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଚିଲିକା ନିର୍ବାଚନମଣ୍ଡଳୀର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ସାଙ୍ଗଠନିକ ବୈଠକରେ ଭାଗ ନେଇଥିଲେ।  ସେଠାରୁ ସନ୍ଧ୍ୟାରେ ବାଣପୁର ଗସ୍ତ କରି ବଜାର ସାହିସ୍ଥିତ ଲକ୍ଷ୍ମୀ ମନ୍ଦିର ଧର୍ମଶାଳାରେ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ କହିବା ସହ ରାଜ୍ୟ ସରକାରଙ୍କ ଅପରାଗତାକୁ ନେଇ ବର୍ଷିଥିଲେ।

ମୋଦି ସରକାରଙ୍କ ଦେଶର ଗରିବଙ୍କ କଲ୍ୟାଣ ନିମିତ୍ତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ କେଜି ଚାଉଳ ସବୁଠାରୁ ଉକ୍ତୃଷ୍ଟ ଯୋଜନା ବୋଲି ଅଭିହିତ କରିଥିବା ବେଳେ ଓଡ଼ିଶାରେ ଆୟୁଷ୍ମାନ ଯୋଜନାକୁ ରାଜ୍ୟ ସରକାର ଗ୍ରହଣ କରି ନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ।  ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟ ସରକାର ସଠିକ ଢଙ୍ଗରେ କର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ।

ରେଳ ବିଭାଗର ଉନ୍ନତି କରଣ ପାଇଁ ରାଜ୍ୟ ସରକାର ଜାଗା ଅଧିଗ୍ରହଣ କରୁ ନଥିବାରୁ କେନ୍ଦ୍ର ଯୋଜନା କରିଥିବା ପ୍ରକଳ୍ପଗୁଡିକ କାର୍ଯ୍ୟକାରୀ ହେବାରେ ବିଳମ୍ବ ହେଉଛି ବୋଲି କେନ୍ଦ୍ର ମନ୍ତ୍ରୀ ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିଥିଲେ। ଏହା ପରେ କେନ୍ଦ୍ର ମନ୍ତ୍ରୀ ଏକ ଦୋକାନକୁ ଯାଇ ବାଣପୁର ପ୍ରସିଦ୍ଧ ବେତ ସାମଗ୍ରୀ ୟୁପିଆଇ ପେ’ ଦ୍ୱାରା କ୍ରୟ କରିଥିଲେ ଏବଂ ବିଭିନ୍ନ ଦୋକାନୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।

ପରେ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କୁ ସମସ୍ତ ନେତୃବୃନ୍ଦ ଦର୍ଶନ କରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଚିଲିକା ନିର୍ବାଚନମଣ୍ଡଳୀ ରାଜନୈତିକ ଉଷ୍ମତା
Share. Facebook Twitter LinkedIn Email WhatsApp Copy Link

Related Posts

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026
Latest News

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.