Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି: ଘଡ଼ଘଡ଼ି ସହ ହେବ ବର୍ଷା
ଆଜିର ଖବର

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି: ଘଡ଼ଘଡ଼ି ସହ ହେବ ବର୍ଷା

April 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘଡଘଡି ସହ ବର୍ଷା
ଆସନ୍ତା ୨୭ ଯାଏଁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୧.୩୦ ଯାଏଁ ରାଜ୍ୟରେ କେଉଁ ସହରରେ କେତେ ତାପମାତ୍ରା ଅଛି, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଗତକାଲି ଭଳି ଆଜି ମଧ୍ୟ ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଗତକାଲି ଝାରସୁଗୁଡାରେ ୪୩ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆଜି ୧୧.୩୦ ପର୍ଯ୍ୟନ୍ତ ୪୦.୪ ଡିଗ୍ରୀରେ ପାରଦ ପହଞ୍ଚିଛି।

ଆଜି ଦିନ ୧୧.୩୦ ସୁଦ୍ଧା ରେକର୍ଡ ତାପମାତ୍ରା

ଝାରସୁଗୁଡା: ୪୦.୪ °C
ସମ୍ବଲପୁର: ୩୯.୮ °C
କେନ୍ଦୁଝର:୩୯.୪ °C
ଭୁବନେଶ୍ୱର: ୩୮.୬ °C
ବାଲେଶ୍ୱର: ୩୮.୪ °C
ହୀରାକୁଦ: ୩୮.୪ °C
ଚାନ୍ଦବାଲି: ୩୭.୬ °C
ଗୋପାଳପୁର:୩୬ °C
ପୁରୀ: ୩୪ °C
ପାରାଦୀପ:୩୨.୨ °C

— Meteorological Centre, Bhubaneswar (@mcbbsr) April 17, 2023

 

ସେହିଭଳି ସମ୍ବଲପୁର ୧୧.୩୦ ପର୍ଯ୍ୟନ୍ତ ଦ୍ଵିତୀୟ ଉତ୍ତପ୍ତ ସହର ଭାବେ ରେକର୍ଡ କରିଛି। ସମ୍ବଲପୁରରେ ପାରଦ ୩୯.୮ ଡିଗ୍ରୀ ରହିଥିବା ବେଳେ କେନ୍ଦୁଝରରେ ୩୯.୪ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରୀ, ବାଲେଶ୍ୱର ଓ ହୀରାକୁଦରେ ୩୮.୪ ଡିଗ୍ରୀ, ଚାନ୍ଦବାଲିରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୬ ଡିଗ୍ରୀ, ପୁରୀରେ ୩୪ ଡିଗ୍ରୀ ଓ ପାରାଦୀପରେ ୩୨.୨ ଡିଗ୍ରୀ ରେକର୍ଡ ହୋଇଛି।

ତେବେ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ଆଶ୍ବସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅନୁମାନ କରାଯାଇଛି। ଏହି ଜିଲ୍ଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଘଡ଼ଘଡ଼ି ସହ ବର୍ଷା ସର୍ବାଧିକ ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

November 15, 2025
Latest News

Demat Accounts Increase: ସେୟାର ମାର୍କେଟ ପ୍ରତି ଦେଶରେ ଲୋକଙ୍କ ଆଗ୍ରହ ବୃଦ୍ଧି ପାଉଛି, ସେବି

November 15, 2025

ବାଦ ପଡିଲେ ଆନ୍ଦ୍ରେ ରସେଲଙ୍କ ସମେତ ଅନେକ ମହଙ୍ଗା ଖେଳାଳି, ଦେଖନ୍ତୁ KKR ର ରିଟେନସନ୍ ତାଲିକା

November 15, 2025

ମହାଗଠବନ୍ଧନର ପରାଜୟ ପରେ ଉଦ୍ଧବ ଠାକରେଙ୍କ ଦଳର ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ….

November 15, 2025

ଡ୍ରଗ୍ସ ବିରୋଧରେ ଶୂନ୍ୟ ସହନଶୀଳତା ଆଭିମୁଖ୍ୟ: ୪୦ କୋଟି ମୂଲ୍ୟର ରାସାୟନିକ ପଦାର୍ଥ ଜବତ

November 15, 2025

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.