Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରୟାସ
ଆଜିର ଖବର

ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରୟାସ

April 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଭିନ୍ନ ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ବୈଠକ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଉଛି।

ଏହି କ୍ରମରେ ଆଜି ଜଗତସିଂହପୁର ଜିଲ୍ଲାର କାନ୍ତବଲ୍ଲଭପୁର ସରକାର ଉନ୍ନିତ ପ୍ରାଥମିକ ବିଦ୍ୟାଳୟ ଠାରେ ବସୁଧୈବ କୁଟୁମ୍ବକମ ବିଷୟବସ୍ତକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ଛାତ୍ରଛାତ୍ରୀ ନୃତ୍ୟଗୀତ ମାଧ୍ୟମରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସହାୟତାରେ ଜଗତସିଂହପୁର ଜିଲ୍ଲାରେ ‘କାର୍ଯ୍ୟର ଭବିଷ୍ୟତ’ ବିଷୟବସ୍ତୁ ଉପରେ ଏକ ସେମିନାର ଆୟୋଜନ କରାଯାଇଥିଲା। ସ୍କୁଲ ଛାତ୍ରଛାତ୍ରୀମାନେ ଉତ୍ସାହର ସହିତ ସେମିନାରରେ ଅଂଶଗ୍ରହଣ କରିଥିଲେ।

ଅନ୍ୟପଟେ ଭୁବନେଶ୍ୱର ସ୍ଥିତ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଏକ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଅନୁରୂପ ଭାବେ ବୌଦ୍ଧ ସରକାରୀ ପଲିଟେକ୍‌ନିକ୍‌ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଅଧୀନରେ ଏକ ଯୋଗ ଶିବିର ଓ ଅନଲାଇନ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଏନଆଇଟି ରାଉରକେଲା ପକ୍ଷରୁ ‘ଡିଜିଟାଲ କାରବାରର ଭବିଷ୍ୟତ’ ବିଷୟବସ୍ତୁକୁ ନେଇ ଏକ ୱେବିନାର ଆୟୋଜନ କରାଯାଇଥିଲା।

ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ଭୁବନେଶ୍ୱର ସାଂସ୍କୃତିକ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଲାଗୁ ହେବ ରିଅଲ ଟାଇମ ଟ୍ରାଫିକ ପରିଚାଳନା: ‘ଗୋଟିଏ ନେଟୱାର୍କ-ସ୍ମାର୍ଟ ଟ୍ରାଫିକ୍’କୁ ଅନୁମୋଦନ

September 30, 2026

‘ଜ୍ଞାନେଶ କୁମାରଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବା ଉଚିତ’: ଟିଏମସି ବିଦ୍ରୋହୀ ଗୋଷ୍ଠୀ NCPIର ଦାବି

September 30, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ମନ୍ମଥ ଗିରଫ ପରେ କୋର୍ଟରେ ହାଜର

September 30, 2026

ଏସ୍‌ସିବିରେ ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ଥାନାରେ ମାମଲା ରୁଜୁ

September 30, 2026
Latest News

ଦିଲ୍ଲୀରେ ଲାଗୁ ହେବ ରିଅଲ ଟାଇମ ଟ୍ରାଫିକ ପରିଚାଳନା: ‘ଗୋଟିଏ ନେଟୱାର୍କ-ସ୍ମାର୍ଟ ଟ୍ରାଫିକ୍’କୁ ଅନୁମୋଦନ

September 30, 2026

‘ଜ୍ଞାନେଶ କୁମାରଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବା ଉଚିତ’: ଟିଏମସି ବିଦ୍ରୋହୀ ଗୋଷ୍ଠୀ NCPIର ଦାବି

September 30, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ମନ୍ମଥ ଗିରଫ ପରେ କୋର୍ଟରେ ହାଜର

September 30, 2026

ଏସ୍‌ସିବିରେ ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ଥାନାରେ ମାମଲା ରୁଜୁ

September 30, 2026

କ୍ୟାବିନେଟ୍‌ ର ବଡ଼ ନିଷ୍ପତ୍ତି: ଗହମ ସମେତ ଏହି ୬ ଟି ଫସଲର ବଢିଲା ଏମଏସପି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.