Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି
ଆଜିର ଖବର

ସମ୍ବଲପୁରରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି

April 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ଆଇନଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କ ବିଫଳତା ଓ ଅଭିଯୁକ୍ତମାନଙ୍କୁ ତୁରନ୍ତ ଦଣ୍ଡ ଦେବା ନେଇ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ବିଜେପିର ପ୍ରତିନିଧିମଣ୍ଡଳୀ ରାଜ୍ୟପାଳ ଶ୍ରୀ ଗଣେଶି ଲାଲଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ଏହି ଘଟଣାକୁ ୯ଦିନ ବିତିଥିଲେ ବି ମୁଖ୍ୟମନ୍ତ୍ର ଏନେଇ କୌଣସି ପଦକ୍ଷେପ ନେଇନାହାନ୍ତି। ପୂର୍ବ ବର୍ଷ ହନୁମାନ ଜୟନ୍ତୀରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା କିନ୍ତୁ ଏଥର ହନୁମାନ ଜୟନ୍ତୀର ଗଣ୍ଡଗୋଳ ଯୋଜନାବଦ୍ଧ ଥିଲା ବୋଲି ଆଇଆଇସି ଏଫଆଇଆରରେ ଉଲ୍ଲେଖ କରିଛନ୍ତି ଓ ଏସ୍‌ପି ଏହାକୁ ସ୍ୱୀକାର କରିଛନ୍ତି।

ଶୋଭାଯାତ୍ରାର ଭିଡିଓ ପୋଲିସ ପାଖରେ ଅଛି କିନ୍ତୁ ଏଥିପ୍ରତି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ଗତ ୧୪ତାରିଖ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ କାରଣରୁ ଜଣେ ଆଦିବାସୀ ଯୁବକଙ୍କୁ ହତ୍ୟା କରାଗଲା। କାହା ନିର୍ଦ୍ଦେଶରେ ସରକାର ଚାଲିଛି, କିଏ ଏ ସରକାର ଚଲଉଛି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରଶ୍ନ କରିଛନ୍ତି।

ଏହି ଅବସରରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ମୋହନ ଚରଣ ମାଝୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ନାଉରୀ ନାଏକ, ବୁଧାନ ମୁର୍ମୁ, କେ.ନାରାୟଣ ରାଓ, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ଅନୀତା ଶୁଭଦର୍ଶିନୀ ପଟ୍ଟନାୟକ, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ରାଜ୍ୟପାଳ ସମ୍ବଲପୁର ହନୁମାନ ଜୟନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.