Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ
ଆଜିର ଖବର

ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ

April 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଇଏମଏମ୍‌ଟି ପରିସରରେ ରବିବାର ଜି-୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଛାତ୍ରଛାତ୍ରୀଙ୍କ ୪ ଟି ଷ୍ଟାର୍ଟ ଅପ୍ ପ୍ରଦର୍ଶିତ ହୋଇଛି।

ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ଅବସରରେ କେନ୍ଦ୍ରର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋଆ ଛାତ୍ରଛାତ୍ରୀ ଙ୍କ ଷ୍ଟାର୍ଟଅପ୍ ଷ୍ଟଲ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟାର୍ଟ ଅପ୍‌କୁ ଉଚ୍ଚ ପ୍ରଶଂସା କରିଥିଲେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ “ଭବିଷ୍ୟତ କାର୍ଯ୍ୟଶୈଳୀରେ ଗହନ ପ୍ରଯୁକ୍ତି ସହ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ” କଥାବସ୍ତୁ ଉପରେ ସମ୍ମିଳନୀରେ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ ବିଶ୍ୱ ଦ୍ରୁତ ଗତିରେ ପରିବର୍ତିତ ହେଉଛି ଏବଂ ବିଶ୍ୱର ପରିବର୍ତନ ସହ ତାଳ ଦେବାକୁ ଦକ୍ଷତା ବିକାଶ ନିତ୍ୟାନ୍ତ ଆବଶ୍ୟକ।

କେନ୍ଦ୍ରମନ୍ତ୍ରୀ ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ ଶିକ୍ଷା, ସ୍ୱାସ୍ଥ୍ୟ, ମୋବିଲିଟି, ମେଟାଭର୍ସ, ରିଭର୍ସ ଇଂଜିନିୟରିଂ, ଡ୍ରୋନ ଟେକ୍‌ନୋଲୋଜି ସହ ହସ୍ତତନ୍ତ, ଓଡିଆ ଭାସ୍କର୍ଯ୍ୟ, କଳା ଓ ସଂସ୍କୃତି, ଇତ୍ୟାଦିକୁ ନେଇ ପ୍ରଦର୍ଶିତ ବିଭିନ୍ନ ସାମଗ୍ରୀକୁ ବୁଲି ଦେଖିଥିଲେ।

ପ୍ରଦର୍ଶିତ ୪ଟି ଷ୍ଟାର୍ଟ ଅପ୍ ମଧ୍ୟରୁ ୱେଡମିଷ୍ଟ ଟେକ୍‌ନୋଲୋଜି ପ୍ରାଇଭେଟ ଲିମିଟେଡ୍ ଦ୍ୱାରା ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ ସହାୟତାରେ ହାଇପର ଲୋକାଲ ସର୍ଭିସ୍ ପ୍ରୋଭାଇଡର୍‌ଙ୍କ ଆବଶ୍ୟକତାକୁ ଆଖିରେ ରଖି ପ୍ରସ୍ତୁତ କରାଯାଇଥିବା ବେଳେ ଟ୍ୱିନ୍‌ଭର୍ସ ଟେକ୍‌ନୋଲୋଜି ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ପ୍ରତ୍ନତତ୍ୱ, ପର୍ଯ୍ୟଟନ ଓ ପ୍ରଡକ୍ଟ ଡିଜାଇନ୍ କ୍ଷେତ୍ରରେ ଗୁରୁତ୍ୱ ବହନ କରୁଥିବା ତଥା କର୍ମନିଯୁକ୍ତି ସୃଷ୍ଟି କରିବା ନିମନ୍ତେ ପଦକ୍ଷେପ ନିଆଯାଇଛି।

ସହରାଂଚଳରେ ଗମନାଗମନ ନିମନ୍ତେ ଇଲେକ୍ଟ୍ରିକ୍ ଯାନ ବ୍ୟବହାର କ୍ଷେତ୍ରରେ ନୂତନ କର୍ମନିଯୁକ୍ତି ନିମନ୍ତେ ଲେଟସ୍ ଡ୍ରାଇଭ୍ ନାମକ ଷ୍ଟାର୍ଟ ଅପ୍ କାର୍ଯ୍ୟ କରୁଥିବା ବେଳେ କର୍ମସଂସ୍ଥାନ ଲୋଡୁଥିôବା ବ୍ୟକ୍ତିମାନଙ୍କର ବ୍ୟକ୍ତିଗତ ନିପୁଣତା ବୃଦ୍ଧି ନିମନ୍ତେ ଏକ୍ସଟ୍ରାଭା ଷ୍ଟଡି ଟୁର୍ସ ପକ୍ଷରୁ ପଦକ୍ଷେପ ନିଆଯାଇଛି।

ଏହି ଅବସରରେ ସୋଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ, ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ), ଆଇଟିଇଆର ପ୍ରଫେସର ରେଣୁ ଶର୍ମା, ଆସୋସିଏଟ ପ୍ରଫେସର ସତୀଶ ସାମଲ ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି ପ୍ରଦର୍ଶନୀର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା କେନ୍ଦ୍ର ଦକ୍ଷତା ବିକାଶ ଉଦ୍ୟମିତା ତଥା ସୂଚନା ଓ ପ୍ରଯୁକ୍ତି ବିଭାଗର ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ସୋଆର ଷ୍ଟଲ୍‌ଗୁଡ଼ିକ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟାର୍ଟ ଅପ୍‌କୁ ପ୍ରଶଂସା କରିଥିଲେ।

ଏହି ଅବସରରେ ଶ୍ରୀ ଚନ୍ଦ୍ରଶେଖର କହିଥିଲେ ଯେ ଭାରତ ଏବେ ନୂଆ ନୂଆ ବୈଷୟିକ ଉଦ୍‌ଭାବନକୁ ଗୁରୁତ୍ୱ ଦେବା ଆରମ୍ଭ କରିଛି। ନୂଆ ସୁଯୋଗ କ୍ଷେତ୍ରରେ ମଧ୍ୟ ପ୍ରଯୁକ୍ତି ବିଦ୍ୟାର ଅନେକ ଅବଦାନ ରହିବ ବୋଲି ସେ କହିଛନ୍ତି।

ଏହି ଅବସରରେ ସୋଆର ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ), ଆଇଟିଇଆର ପ୍ରଫେସର ରେଣୁ ଶର୍ମା, ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ, ୟୁନିଭର୍ସିଟି ଆଉଟ୍‌ରିଚ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଆଇଏମଏମ୍‌ଟି ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.