Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ ଭାରତ ଓ ସିଙ୍ଗାପୁର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଜି-୨୦ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ ଭାରତ ଓ ସିଙ୍ଗାପୁର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ

April 25, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତି ଆଧାରରେ ଦେଶର ଯୁବବର୍ଗଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ନିମନ୍ତେ ଶିକ୍ଷା ଓ ଦକ୍ଷତା ପରିସଂସ୍ଥାନର ରୂପାନ୍ତରଣ କରିବା ଲକ୍ଷ୍ୟରେ ଭାରତ ଓ ସିଙ୍ଗାପୁର ମଧ୍ୟରେ ଆଲୋଚନା ହୋଇଛି। ଏହି ଦୁଇ ରାଷ୍ଟ୍ର ଆଗାମୀ ଦିନରେ ଶିକ୍ଷା ସହ ଦକ୍ଷତା ବିକାଶ ପାଇଁ କାମ କରିବେ। ମଙ୍ଗଳବାର ଭୁବନେଶ୍ୱର ଠାରେ ଜି-୨୦ ଭାରତ ଶିକ୍ଷା ଓ୍ୱାର୍କିଂ ଗ୍ରୁପର ତୃତୀୟ ବୈଠକ ପରିପ୍ରକ୍ଷୀରେ ଭାରତ- ସିଙ୍ଗାପୁର ମଧ୍ୟରେ ଆୟୋଜିତ କର୍ମଶାଳାରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଫ୍ୟୁଚର ଅଫ୍ ଓ୍ୱାର୍କ୍ : ଭାରତ ଓ ସିଙ୍ଗାପୁରର ସ୍କିଲ ଆର୍କିଟେକଚର ଓ ଗଭର୍ଣ୍ଣାସ ମଡେଲ’ କଥାବସ୍ତୁ ଉପରେ ଆୟୋଜିତ ଏହି କର୍ମଶାଳାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ଓ ସିଙ୍ଗାପୁରର ରଣନୈତିକ ଭାଗିଦାରୀରେ ଦକ୍ଷତା ବିକାଶ ଏବଂ ଜ୍ଞାନ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଦୁଇ ଦେଶ ମିଳିତ ଭାବରେ କାମ କଲେ ଉଭୟ ରାଷ୍ଟ୍ର ପାଇଁ ଅନେକ ସୁଯୋଗ ରହିଛି। ବିଶେଷ ଭାବରେ ଭବିଷ୍ୟତର ଶ୍ରମବଳ ପ୍ରସ୍ତୁତ କରିବା ଦିଗରେ ଏହି ରାଷ୍ଟ୍ର ଦ୍ୱୟ କାମ କଲେ ଉଭୟ ଦେଶର ଲକ୍ଷ୍ୟ ସଫଳ ହେବ। ଏହି ଯୁଗ୍ମ କର୍ମଶାଳା ସିଙ୍ଗାପୁରର ପାରଦର୍ଶୀତା ଏବଂ ଜ୍ଞାନକୁ ଉପଯୋଗ କରିବା ଉପରେ ଧ୍ୟାନ ଦେବ। ସ୍କିଲ କ୍ଷେତ୍ରରେ ଥିବା ପ୍ରତିବନ୍ଧକକୁ ଦୂର କରିବା ସହ କୌଶଳ ପରିସଂସ୍ଥାନକୁ ପରିବର୍ତ୍ତନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଭବିଷ୍ୟତର କାର୍ଯ୍ୟଶୈଳି ଉପରେ ଭାରତ ଓ ସିଙ୍ଗାପୁର ମଧ୍ୟରେ ତିନି ପ୍ରସଙ୍ଗ ଯଥା ଦକ୍ଷତା ପାଇଁ ନୂଆ ପାଠ୍ୟକ୍ରମର ବିକାଶ, ଧନ୍ଦାମୂଳକ ଶିକ୍ଷା ଓ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଦକ୍ଷତା ପରିସଂସ୍ଥାନ ପାଇଁ ଫ୍ରେମଓ୍ୱାର୍କ ଏବଂ ଜୀବନବ୍ୟାପୀ ସ୍କିଲିଂ ପାଇଁ ଆପ୍ରେଣ୍ଟିସ୍-ସିପ୍ ଏବଂ ଫ୍ରେମଓ୍ୱାର୍କ ପାଇଁ ଆଲୋଚନା କରାଯାଇଛି। ଭବିଷ୍ୟତର କାର୍ଯ୍ୟଶୈଳୀକୁ ଦୃଷ୍ଟିରେ ରଖି ସ୍କିଲ ମ୍ୟାପିଂ ଉପରେ ଗୁରୁତ୍ୱ ଦିଆଯାଇଛି।

ସିଙ୍ଗାପୁର ସରକାରଙ୍କ ଶିକ୍ଷା ତଥା ଦକ୍ଷତା ବିଭାଗର ଅଧିକାରୀ, ବୈଦେଶିକ ବିଭାଗର ଅଧିକାରୀ ମାନଙ୍କ ସହ ଭାରତ ସରକାରଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟ, ସ୍କୁଲ ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ବିଭାଗ ସ୍କୁଲ ଠାରୁ ଆରମ୍ଭ କରି ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ଜାତୀୟ ଧନ୍ଦାମୂଳକ ଶିକ୍ଷା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଭିଟି), ପ୍ରଶିକ୍ଷଣ ମହାନିର୍ଦ୍ଦେଶାଳୟ (ଡିଜିଟି), ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି), କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ), ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ମିଳିତ ଭାବେ ସିଙ୍ଗାପୁର ମଡେଲକୁ ଭାରତୀୟ ଶିକ୍ଷା ବ୍ୟବସ୍ଥାରେ କିପରି ଉପଯୋଗ କରାଯାଇପାରିବ ସେ ନେଇ ଉଭୟ ଦେଶ ଚର୍ଚ୍ଚା ଆଲୋଚନା କରିଛନ୍ତି। ଏ ନେଇ ସିଙ୍ଗାପୁରର ବୈଦେଶିକ ବିଭାଗ ମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା ହୋଇଛି।

ଭାରତର ଅନେକ ରାଜ୍ୟ ସିଙ୍ଗାପୁର ସହ ଅନୁବନ୍ଧିତ ହୋଇଛନ୍ତି। ତେଣୁ ଭାରତ ଏବଂ ସିଙ୍ଗାପୁର ମିଶି କେବଳ ନିଜର ଆବଶ୍ୟକତା ପୂରଣ କରିବେ ନାହିଁ ବରଂ ସ୍କୁଲ ପାଠ୍ୟକ୍ରମରେ ସିଙ୍ଗାପୁର ଆଣିଥିବା ସ୍କିଲିଂ ବିଷୟକୁ ମଧ୍ୟ ଗ୍ରହଣ କରାଯିବ। ଏଆଇସିଟିଇ ଦ୍ୱାରା ପରିଚାଳିତ ଇଞ୍ଜିନିୟରିଂ ଏବଂ ପଲିଟେକନିକ କଲେଜର ଛାତ୍ରଛାତ୍ରୀମାନେ କିପରି ଦକ୍ଷତା ପରିସଂସ୍ଥାନରେ ଅଧିକ ଯୋଡ଼ି ହେବେ ତାହାର ଯୋଜନା କରାଯିବ। ଏହାସହ ବର୍ତ୍ତମାନର ୱାର୍କଫୋର୍ସକୁ ନିରନ୍ତର ରି-ସ୍କିଲିଂ ଏବଂ ଅପ୍-ସ୍କିଲିଂ କରାଯିବା ନେଇ ଗୁରୁତ୍ୱ ଦିଆଯାଉଛି। ଭାରତ ଓ ସିଙ୍ଗାପୁର ଉଭୟ ବିଶ୍ୱ ସମୁଦାୟର କଲ୍ୟାଣକୁ ନିଶ୍ଚିତ କରିପାରିବେ। ଏହି ଯୁଗ୍ମ କର୍ମଶାଳା ସ୍କିଲିଂ ପାଇଁ ନୂଆ ମଡେଲ ତିଆରି କରିବ, ଯେଉଁ ମଡେଲ ବିଶ୍ୱର ଆକାଂକ୍ଷାକୁ ପୂରଣ କରିବା ସହ ଯୁବବର୍ଗଙ୍କୁ ପ୍ରେରିତ କରିବ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତିରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଶିକ୍ଷା ଓ ଦକ୍ଷତାକୁ ସମାନ ଗୁରୁତ୍ୱ ଦିଆଯାଇଛି। ଏହା ନ୍ୟାସନାଲ କ୍ରେଡିଟ୍ ଫ୍ରେମଓ୍ୱାର୍କ ମାଧ୍ୟମରେ ଶିକ୍ଷା ଏବଂ ସ୍କିଲିଂ, ହରାଇଜେଣ୍ଟାଲ ଏବଂ ଭର୍ଟିକାଲ ମୋବିଲିଟିକୁ ଏକୀକରଣ କରିବା ସହ ଭାରତର ଦକ୍ଷତା ପରିସଂସ୍ଥାନର ପୁନଃବାଖ୍ୟା କରୁଛି। ନୂଆ ରାଷ୍ଟ୍ରୀୟ ଶିକ୍ଷା ନୀତି ଆଧାରରେ ସ୍କିଲିଂକୁ ଧନ୍ଦାମୂଳକ ଶିକ୍ଷାରେ ଔପଚାରିକ ରୂପ ଦେବା ନେଇ ଏକ ମିଳିତ ପ୍ରୟାସର ଆବଶ୍ୟକତା ଅଛି। ସେଥିପାଇଁ ଏହି ୱାର୍କସପର ଆୟୋଜନ କରାଯାଇଛି।

ବିଗତ ଶତାବ୍ଦୀରେ ଅର୍ଥନୀତି କ୍ଷେତ୍ରରେ ଦ୍ରୁତ ପ୍ରଗତି କ୍ଷେତ୍ରରେ ସିଙ୍ଗାପୁର ବିଶ୍ୱର ଗୋଟିଏ ମଡେଲ ହୋଇଛି। ବିଶେଷ ଭାବରେ ସିଙ୍ଗାପୁର ନିଜର ଦକ୍ଷତା ବଢାଇବା ତଥା  ଶିକ୍ଷା ସହ ଦକ୍ଷତା କ୍ଷେତ୍ରରେ ବିକାଶ କରିଥିବା କାରଣରୁ ଅର୍ଥନୀତିରେ ନିଜର ସ୍ଥାନ ନିରୂପଣ କରିସାରିଛି। ଦେଶର ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିରନ୍ତର ପ୍ରୟାସ ବଳରେ ସିଙ୍ଗାପୁର ଓ ଭାରତର ସମ୍ପର୍କ ମଜଭୂତ୍ ହୋଇଛି। ଆଣବିକ କ୍ଷେତ୍ରରେ ଭାରତ ଓ ସିଙ୍ଗାପୁର ମିଳିତ ଭାବରେ କାମ କରିବା ଦିଗରେ ଉଦ୍ୟମ ଜାରି ରହିଛି। ଭାରତର ୟୁପିଆଇ ସିଷ୍ଟମକୁ ସିଙ୍ଗାପୁର ସରକାର ଲାଗୁ କରିଛନ୍ତି।

ଏହି କର୍ମଶାଳାରେ ଭାରତର ସିଙ୍ଗାପୁର ହାଇକମିଶନର ସିମନ ଓ୍ୱଙ୍ଗ, ସିଙ୍ଗାପୁରର ଉଚ୍ଚ ଶିକ୍ଷା, ଦକ୍ଷତା ଏବଂ ଶିକ୍ଷା ମନ୍ତ୍ରଣାଳୟର ଉପସଚିବ ମେଲିସା ଖୁ, ଭାରତର ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ମନ୍ତ୍ରଣାଳୟ, ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ସଚିବ ଏବଂ  ଶିକ୍ଷା ଓ ଦକ୍ଷତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହାସହ ଭାରତ ଓ ସିଙ୍ଗାପୁରର ଶିକ୍ଷା ଓ ଦକ୍ଷତା କ୍ଷେତ୍ରର ଷ୍ଟେକହୋଲଡର, ଶିକ୍ଷାବିତ୍ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

ଜାତୀୟ ଶିକ୍ଷା ନୀତି ଜି-୨୦ ବୈଠକ ନରେନ୍ଦ୍ର ମୋଦି ଭାରତ ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.