Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ସହାୟତା ରାଶି
ଆଜିର ଖବର

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ସହାୟତା ରାଶି

April 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗତ ବୁଧବାର ଦିନ ରଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଥିଲା। ରାତିରେ ଚାଷ ଜମିକୁ ଗଲା ବେଳେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ରଣପୁର ବ୍ଲକ ମହତପଲ୍ଲା ପଞ୍ଚାୟତର ବନ୍ଧପଲ୍ଲା ଗ୍ରାମରେ ଏଭଳି  ଘଟଣାଟି ଘଟିଥିଲା।

ସେହି ଗ୍ରାମର ସ୍ବର୍ଗତ ଗୁରୁବାରୀ ଜେନାଙ୍କ ପୁଅ ଜଗବନ୍ଧୁ ଜେନା ନିଜ ଜମିରେ ଟାଇଚିନ ଧାନ ଫସଲ କରିଥିଲେ। ସବୁଦିନ ଭଳି ଗତ କାଲି ମଧ୍ୟ ଫସଲ ଜଗିବା ପାଇଁ ରାତିରେ ନିଜ ଜମିକୁ ଯାଇଥିଲେ। ଏହି ସମୟରେ ଏକ ହାତୀ ପଲ ଜମି ଭିତରେ ପଶି ଫସଲ ଖାଉଥିବାର ଦେଖିବାକୁ ପାଇଥିଲେ। ସେ ନିଜ ଫସଲକୁ ରକ୍ଷା କରିବା ପାଇଁ ହାତୀମାନଙ୍କୁ ଘଉଡ଼ାଇବା ପାଇଁ ଚେଷ୍ଟା କରିଥିଲେ। କିନ୍ତୁ ହାତୀମାନେ ଜଗବନ୍ଧୁଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ହାତୀମାନଙ୍କ ଆକ୍ରମଣରେ ଜଗବନ୍ଧୁ ଗୁରୁତର ଭାବେ ଆହତ ହୋଇଥିଲେ। ବନ ବିଭାଗ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଜଗବନ୍ଧୁଙ୍କୁ ରଣପୁର ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ବୈଦ୍ୟନାଥ ନନ୍ଦ ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହା ପରେ ଡାକ୍ତରଖାନା ତରଫରୁ ରଣପୁର ଥାନାକୁ ଖବର ଦିଆ ଯାଇଥିଲା। ସକାଳେ ମୃତ ଜଗବନ୍ଧୁଙ୍କ ଶବ ବ୍ୟବଚ୍ଛେଦ କରାଯାଇଥିଲା। ଏହା ପରେ ମୃତକଙ୍କ ପରିବାର ଲୋକେ ବିଭିନ୍ନ ଦାବି ନେଇ କିଛି ସମୟ ପାଇଁ ଥାନା ନିକଟରେ ରାସ୍ତା ରୋକ କରିଥିଲେ। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ସମେତ ସରକାରଙ୍କ ସମସ୍ତ ସୁବିଧା ଯୋଗାଇ ଦେବାକୁ ଧାରଣାକାରୀମାନେ ଦାବି କରିଥିଲେ। ଏହା ସହିତ ଆଗାମୀ ଦିନରେ ଅନ୍ୟ ଚାଷୀମାନେ କିପରି ହାତୀ ଆକ୍ରମଣର ଶିକାର ନ ହେବେ ସେଥିପାଇଁ ବନ ବିଭାଗ ସଜାଗ ରହିବା ପାଇଁ ମଧ୍ୟ ଦାବି କରିଥିଲେ। ବନ ବିଭାଗର ଅପାରଗତା ଯୋଗୁଁ ବାରମ୍ବାର ଚାଷୀମାନେ ହାତୀ ଆକ୍ରମଣର ଶିକାର ହେଉଥିବା ଧାରଣାକାରୀ ମାନେ କହିଥିଲେ।  ରଣପୁର ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ଧାରଣା ସ୍ଥଳରେ ପୋଲିସ ଟିମ ସହ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ବୁଝା ସୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହା ପରେ ମୃତକଙ୍କ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

ରଣପୁର ବନ ବିଭାଗ ଦାୟିତ୍ୱରେ ଥିବା ଦେବାଶିଷ ଭୋଇଙ୍କୁ ଏ ବିଷୟରେ ପଚାରିବାରୁ ସେ କୁହନ୍ତି ସରକାରଙ୍କ ତରଫରୁ ଥିବା ୪ ଲକ୍ଷ ସହାୟତା ରାଶି ମୃତକଙ୍କ ପରିବାରଙ୍କୁ ପ୍ରଦାନ କରାଯିବ। ବର୍ତ୍ତମାନ ମୃତକଙ୍କ ପରିବାରକୁ ୪୦ ହଜାର ପ୍ରଦାନ କରାଯିବ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଅବଶିଷ୍ଟ ୩ ଲକ୍ଷ ୬୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶ୍ରୀ ଭୋଇ କହିଛନ୍ତି। ଆଗାମୀ ଦିନରେ ହାତୀ କିଭଳି ଚାଷୀମାନଙ୍କ ଫସଲ ନଷ୍ଟ କରିବ ନାହିଁ, ଚାଷୀମାନେ ହାତୀ ଆକ୍ରମଣର ଶିକାର ହେବେ ନାହିଁ ତାହା ଡ଼ି.ଏଫ.ଓ. ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନିଆଯିବ।

ଡାକ୍ତରଖାନା ଠାରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଓ ତହସିଲଦାର ଇପ୍ସିତ ସାହୁ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ରେଡ଼କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି। ପୂର୍ବତନ ସମବାୟ ମନ୍ତ୍ରୀ ସୁରମା ପାଢ଼ୀ ମଧ୍ୟ ଡାକ୍ତରଖାନା ପରିସରରେ ପହଂଚି ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।

ରାସ୍ତା ରୋକ ସହାୟତା ରାଶି ହାତୀ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.