Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ
ଆଜିର ଖବର

ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ

April 27, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଚାଲିଛି। ଆଜି ପ୍ରତିନିଧି ସ୍ତରୀୟ ଆଲୋଚନାର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ଉଦଘାଟନୀ ବକ୍ତବ୍ୟ ରଖିଥିଲେ।

ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ସଚିବ କେ. ସଞ୍ଜୟ ମୂର୍ତ୍ତି, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ସଞ୍ଜୟ କୁମାର ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ସଚିବ ଅତୁଲ ତିୱାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଛନ୍ତି। ଜି-୨୦ ସଦସ୍ୟ ରାଷ୍ଟ୍ର ସମେତ ୨୭ଟି ନିମନ୍ତ୍ରିତ ରାଷ୍ଟ୍ର, ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ, ୟୁନିସେଫ, ୟୁନେସ୍କୋ ଏବଂ ଆର୍ଥିକ ସହଯୋଗ ଓ ବିକାଶ ସଂଗଠନ (ଓଇସିଡି)ର ୬୦ରୁ ଅଧିକ ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିଛନ୍ତି।

ସୁଭାଷ ସରକାର କହିଥିଲେ ଯେ, ଭାରତର ଅଧ୍ୟକ୍ଷତା ଅଧୀନରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ଶିକ୍ଷାର ପ୍ରସାର, ଗୁଣବତ୍ତା ଓ ପରିଣାମରେ ସୁଧାର ଆଣିବା ଲାଗି ସାଧାରଣ ବାସ୍ତବତା ଉପରେ ଆଲୋକପାତ କରିବା ଏବଂ ସାଧାରଣ ପ୍ରତିବଦ୍ଧତାକୁ ଦୋହରାଇବା ନିମନ୍ତେ ମିଳିତ ଭାବେ କାର୍ଯ୍ୟ କରୁଛି।

ଶ୍ରୀ ସରକାର କହିଥିଲେ ଯେ ଆଜିର ଦୁନିଆରେ ବଡ଼ ପରିବର୍ତ୍ତନ ସବୁ ଦେଖିବାକୁ ମିଳୁଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଇଣ୍ଡଷ୍ଟ୍ରୀ ୪.୦ ଏବଂ ୱେବ ୩.୦ ଆଦି ଉଲ୍ଲେଖନୀୟ ଭାବେ କାର୍ଯ୍ୟସ୍ଥଳୀ ଉପରେ ପ୍ରଭାବ ପକାଇବ। ଏହି ପରିବର୍ତ୍ତିତ କାର୍ଯ୍ୟ ପରିସ୍ଥିତି ସହିତ ଖାପଖୁଆଇବା ଲାଗି ଆମର ଯୁବବର୍ଗଙ୍କୁ ଆବଶ୍ୟକ ଦକ୍ଷତା ବିକାଶ ଏବଂ ଦୃଷ୍ଟିକୋଣ ସହିତ ପ୍ରସ୍ତୁତ କରିବାକୁ ହେବ।

ସମସ୍ତଙ୍କ ପାଇଁ ସମାନ ସମସ୍ୟାର ଦୀର୍ଘସ୍ଥାୟୀ ସମାଧାନ ବିକଶିତ କରିବା ଲାଗି ସହଭାଗିତା ନିମନ୍ତେ ସେ ଆହ୍ୱାନ କରିଥିଲେ। ସମାଜ କଲ୍ୟାଣ ଲକ୍ଷ୍ୟ ହାସଲ ନିମନ୍ତେ ଆମର ମିଳିତ ବିଶେଷଜ୍ଞତାକୁ ଉପଯୋଗ କରିବା ଏବଂ ଦୃଢ଼ ଗବେଷଣା ଓ ଉଦ୍ଭାବନ ଇକୋସିଷ୍ଟମ ନିର୍ମାଣ କରିବାକୁ ସେ ପରାମର୍ଶ ଦେଇଥିଲେ।

ବୈଠକ ଅବସରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବିଭିନ୍ନ ପ୍ରାଥମିକତା ପ୍ରସଙ୍ଗ ଉପରେ ଆଲୋଚନା ଅଧିବେଶନ ଆୟୋଜନ କରାଯାଇଥିଲା। ଏଥିରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରି ନିଜ ନିଜର ମତ ରଖିଥିଲେ।

ଏହି ବୈଠକ ପୂର୍ବରୁ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଧାତୁ ଓ ଖଣିଜ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସଆଇଆର-ଆଇଏମଏମଟି) ଠାରେ ଏକ ସେମିନାର ଆୟୋଜନ କରାଯାଇଥିଲା। ସେମିନାରର ବିଷୟବସ୍ତୁ ଥିଲା : ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ କ୍ଷମତା ନିର୍ମାଣ, ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ’। ସେମିନାର ସହିତ ଏକ ସପ୍ତାହବ୍ୟାପୀ ମଲ୍ଟିମିଡିଆ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଥିଲା। ଏହି ପ୍ରଦର୍ଶନୀକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଥିଲେ।

ବୈଠକ ପୂର୍ବରୁ ଆଜୀବନ ଅଧ୍ୟୟନ ଓ ଭବିଷ୍ୟତର କାର୍ଯ୍ୟ ବିଷୟବସ୍ତୁ ଉପରେ ଏକାଧିକ ସେମିନାର, ପାନେଲ ଆଲୋଚନା ଓ କର୍ମଶାଳା ଭଳି ପ୍ରାକ୍‌ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସେମିନାରରେ ବିଭିନ୍ନ ଶିକ୍ଷାନୁଷ୍ଠାନ, ଶିଳ୍ପ ସଂସ୍ଥା, ସରକାର ଏବଂ ସିଙ୍ଗାପୁର ଉଚ୍ଚାୟୁକ୍ତର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଏଥିରେ ସ୍ଥାନ ପାଇଥିବା ବିଷୟବସ୍ତୁଗୁଡ଼ିକ ହେଲା : ‘ଭବିଷ୍ୟତର କାର୍ଯ୍ୟରେ ଅତ୍ୟାଧୁନିକ ପ୍ରଯୁକ୍ତି ଉପରେ ଗୁରୁତ୍ୱାରୋପ ସହିତ ଗଭୀର ପ୍ରଯୁକ୍ତି ବା ଡିପ୍‌ ଟେକ୍‌’, ‘ଲଜିଷ୍ଟିକ୍ସ କ୍ଷେତ୍ରରେ ପରିବର୍ତ୍ତନ – ଉପକୂଳ ଅର୍ଥବ୍ୟବସ୍ଥା ଉପରେ ଗୁରୁତ୍ୱ’ ଏବଂ ‘ଦକ୍ଷତା ଢାଞ୍ଚା ଓ ପ୍ରଶାସନିକ ମଡେଲ – ସିଙ୍ଗାପୁର ମଡେଲରୁ ଅଧ୍ୟୟନ’।

ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ଠାରୁ ଏକ ମାସ ଧରି ରାଜ୍ୟବ୍ୟାପୀ ‘ଜନ ଭାଗିଦାରୀ’ ଅଭିଯାନ ଆୟୋଜନ କରାଯାଇଥିଲା। ଏହି ଅଭିଯାନ ଅଧୀନରେ ଯୁବବର୍ଗ, ବିଶେଷ କରି ଛାତ୍ରଛାତ୍ରୀଙ୍କୁ ନେଇ ସଚେତନତା ଶୋଭାଯାତ୍ରା, ଗଣଦୌଡ଼, ପ୍ରବନ୍ଧ ଲିଖନ ପ୍ରତିଯୋଗିତା, ଝୋଟି ପ୍ରତିଯୋଗିତା, ଯୋଗ ଶିବିର, ପ୍ରଶ୍ନୋତ୍ତର, ବକ୍ତୃତା, ବିତର୍କ ପ୍ରତିଯୋଗିତା, ଛାୟା ଜି୨୦ ସମ୍ମିଳନୀ ଏବଂ ଆହୁରି ଅନେକ ସଚେତନତା କାର୍ଯ୍ୟକ୍ରମ ରାଜ୍ୟର ୩୦ଟି ଜିଲ୍ଲାରେ ଆୟୋଜନ କରାଯାଇଥିଲା। ଏହି ଅଭିଯାନରେ ଓଡ଼ିଶାର ୩୫ରୁ ଅଧିକ ଅନୁଷ୍ଠାନର ୧ଲକ୍ଷରୁ ଅଧିକ ପ୍ରତିଭାଗୀ ଅଂଶଗ୍ରହଣ କରିଥିଲେ।

ଜି -୨୦ ଅଧ୍ୟକ୍ଷତା ଭାରତ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.