Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ: ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଲାଗି ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ
ଆଜିର ଖବର

ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ: ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଲାଗି ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ

April 28, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଆଜି ଭୁବନେଶ୍ଵର ଠାରେ ଉଦଯାପିତ ହୋଇଯାଇଛି। ଏହି ତିନି ଦିନିଆ ବୈଠକ ଓ ସେମିନାର ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଇଥିଲା। ଏଥିରେ ପ୍ରାଥମିକ କ୍ଷେତ୍ର ଯଥା: କ୍ଷମତା ନିର୍ମାଣ, ଭବିଷ୍ୟତର କାର୍ଯ୍ୟ ପରିଦୃଶ୍ୟରେ ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ ଉପରେ ବିଚାରବିମର୍ଶ କରାଯାଇଥିଲା।

ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ ସଚିବ କେ. ସଞ୍ଜୟ ମୂର୍ତ୍ତି, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ସଞ୍ଜୟ କୁମାର ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ସଚିବ ଅତୁଲ ତିୱାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ଜି-୨୦ ସଦସ୍ୟ ରାଷ୍ଟ୍ର ସମେତ ୨୭ଟି ନିମନ୍ତ୍ରିତ ରାଷ୍ଟ୍ର, ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ, ୟୁନିସେଫ, ୟୁନେସ୍କୋ ଏବଂ ଆର୍ଥିକ ସହଯୋଗ ଓ ବିକାଶ ସଂଗଠନ (ଓଇସିଡି)ର ୬୦ରୁ ଅଧିକ ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିଥିଲେ।

ପ୍ରତିନିଧିସ୍ତରୀୟ ବୈଠକ ପୂର୍ବରୁ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଧାତୁ ଓ ଖଣିଜ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସଆଇଆର-ଆଇଏମଏମଟି) ଠାରେ ଏକ ସେମିନାର ଆୟୋଜନ କରାଯାଇଥିଲା। ସେମିନାରର ବିଷୟବସ୍ତୁ ଥିଲା : ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ କ୍ଷମତା ନିର୍ମାଣ, ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ’।

ଏହି ସେମିନାରରେ ତିନୋଟି ପାନେଲ ଆଲୋଚନା ହୋଇଥିଲା। ପ୍ରଥମ ପାନେଲ ଆଲୋଚନାରେ “କାର୍ଯ୍ୟର ଭବିଷ୍ୟତ ସନ୍ଦର୍ଭରେ ଶ୍ରମ ବଜାର ଓ ସଂସ୍ଥାଗତ କ୍ଷମତା ନିର୍ମାଣର ଆବଶ୍ୟକତା ଲାଗି ଏକ ସକ୍ରିୟ ବ୍ୟବସ୍ଥା ନିର୍ମାଣ : ଉଚ୍ଚ ଗୁଣବତ୍ତା ଆଧାରିତ ପ୍ରଯୁକ୍ତି ଏବଂ ଧନ୍ଦାମୂଳକ ଶିକ୍ଷାକୁ ସକ୍ଷମ କରିବା” ବିଷୟ ସ୍ଥାନ ପାଇଥିଲା। ସେହିପରି ଉଚ୍ଚ ଶିକ୍ଷା ଏବଂ ଧନ୍ଦାମୂଳକ ଶିକ୍ଷା ମଧ୍ୟରେ ମାର୍ଗ ସୃଷ୍ଟି କରିବା ଉପରେ ଆଉ ଏକ ଆଲୋଚନା ହୋଇଥିଲା।

ଏହାଛଡ଼ା ପିଲାମାନଙ୍କୁ ଆଜୀବନ ଅଧ୍ୟୟନର ଧାରାକୁ ଆଣିବା ଲାଗି ବିଭିନ୍ନ ପ୍ରକାରର ଭବିଷ୍ୟତ କୌଶଳ ସେଟ୍‌ ଜରିଆରେ ସେମାନଙ୍କୁ ସକ୍ଷମ କରିବା ବିଷୟକୁ ନେଇ ପାନେଲ ଆଲୋଚନା ହୋଇଥିଲା। ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ସଚିବ ଅତୁଲ କୁମାର ତିୱାରୀ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର, ଏଲଆଣ୍ଡ ଟି ଏଡୁ ଟେକର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସବ୍ୟସାଚୀ ଦାସ ଏସବୁ ଆଲୋଚନାରେ ଅଧ୍ୟକ୍ଷତା କରିଥିଲେ। ବ୍ରାଜିଲ, ସ୍ପେନ, ୟୁଏଇ, ସିଙ୍ଗାପୁର, ରୁଷ, ଦକ୍ଷିଣ ଆଫ୍ରିକା, ମରିସସ, ଓଇସିଡି, ୟୁନିସେଫ, ଅଷ୍ଟ୍ରେଲିଆ, ବ୍ରିଟେନ ସମେତ ଅନ୍ୟ ରାଷ୍ଟ୍ର ଓ ଅନ୍ତର୍ଜାତୀୟ ସଂଗଠନର ବିଶେଷଜ୍ଞ ପାନେଲିଷ୍ଟମାନେ ଏଥିରେ ଅଂଶଗ୍ରହଣ କରିଥିଲେ।

ଏଥିରେ ଅଂଶଗ୍ରହଣ କରିଥିବା ପାନେଲିଷ୍ଟମାନେ ସେମାନଙ୍କ ନିଜ ଦେଶରେ ଏହି ବିଷୟବସ୍ତୁ ଉପରେ ଆଧାରିତ ଶ୍ରେଷ୍ଠ ପଦ୍ଧତି ଓ ନୀତିଗୁଡ଼ିକ ଉପରେ ମତାମତ ରଖିଥିଲେ। ସେମାନେ ଧନ୍ଦାମୂଳକ ଶିକ୍ଷା ଓ ତାଲିମ ଉପରେ ସେମାନଙ୍କର ନୀତି ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପରିବର୍ତ୍ତିତ ବିଶ୍ଵ ସହିତ ଖାପଖୁଆଇବା ଲାଗି ଦକ୍ଷତା ବିକାଶ, ଉନ୍ନତ ଦକ୍ଷତା ବିକାଶ ଏବଂ ନିରନ୍ତର ଦକ୍ଷତା ବିକାଶ ବା ସ୍କିଲିଂ, ଅପ ସ୍କିଲିଂ ଓ ରି ସ୍କିଲିଂ ଉପରେ ଆଲୋକପାତ କରିଥିଲେ। ସେମାନେ ଭବିଷ୍ୟତର କାର୍ଯ୍ୟକୁ ନେଇ ନିଜ ଦେଶରେ ଦେଖା ଦେଇଥିବା ସମସ୍ୟା ଉପରେ ମଧ୍ୟ ଆଲୋକପାତ କରିଥିଲେ।

ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପରିପ୍ରେକ୍ଷୀରେ ଏକ ସପ୍ତାହବ୍ୟାପୀ ମଲ୍ଟିମିଡିଆ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଥିଲା। ଏହି ପ୍ରଦର୍ଶନୀରେ ଶିଳ୍ପ, ଶିକ୍ଷାଜଗତ, ସରକାରୀ ସଂସ୍ଥା, ବହୁପକ୍ଷୀୟ ସଂସ୍ଥା, ଷ୍ଟାର୍ଟଅପ୍‌ ଏବଂ ଅନ୍ୟାନ୍ୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ସେହିପରି ଏଠାରେ ଭବିଷ୍ୟତର କାର୍ଯ୍ୟ ଉପରେ ଏକ ସ୍ୱତନ୍ତ୍ର ଅନୁଭୂତି ଜୋନ ସହିତ ବ୍ୟାପକ ଜ୍ଞାନକୌଶଳ ପ୍ରଦର୍ଶିତ ହୋଇଥିଲା। ମେଟା, ହେକ୍ସାଗନ, ଇନଫୋସିସ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ, ୟୁନିସେଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଡିଭିଜନ, ଆଇଆଇଟି ଭୁବନେଶ୍ୱର, ଆଇଆଇଏମ ସମ୍ବଲପୁର, ଟ୍ରାଇଫେଡ ଏବଂ ଆହୁରି ଅନେକ ସଂସ୍ଥା ଯୋଗ ଦେଇଥିଲେ। ପ୍ରଦର୍ଶନୀଟି ୨୩ରୁ ୨୫ ଏବଂ ୨୭ ଓ ୨୮ ତାରିଖରେ ସ୍ଥାନୀୟ ଶିକ୍ଷାନୁଷ୍ଠାନ, ଛାତ୍ରଛାତ୍ରୀ, ଶିକ୍ଷାବିତ ଓ ଗବେଷକଙ୍କ ପାଇଁ ଖୋଲା ଯାଇଥିଲା।

ପ୍ରତିନିଧିସ୍ତରୀୟ କାର୍ଯ୍ୟକ୍ରମର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ଉଦବୋଧନ ଦେଇଥିଲେ। ସେ ଏକବିଂଶ ଶତାବ୍ଦୀ ପାଇଁ ଆବଶ୍ୟକ ଜ୍ଞାନ, ସାମର୍ଥ୍ୟ, କୌଶଳ ଏବଂ ଦୃଷ୍ଟିକୋଣ ହାସଲ ପାଇଁ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିବେଶ ଲାଗି ଜୋର ଦେଇଥିଲେ। ଆସନ୍ତା ଜୁନ ମାସରେ ଶିକ୍ଷା ମନ୍ତ୍ରୀଙ୍କ ବୈଠକ ପାଇଁ ପରିଣାମ ଦସ୍ତାବିଜ ଉପରେ ଜି୨୦ ସଦସ୍ୟ ଓ ନିମନ୍ତ୍ରିତ ଦେଶର ପ୍ରତିନିଧିମାନେ ବିଚାରବିମର୍ଶ କରିଥିଲେ।

ଶେଷରେ ଅନ୍ତର୍ଜାତୀୟ ପ୍ରତିନିଧିମାନଙ୍କୁ ବିଶ୍ଵ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ନିଆଯାଇଥିଲା। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରତିନିଧିମାନଙ୍କୁ ଓଡ଼ିଶା ଗସ୍ତ କରିବାର ଏକ ସ୍ମରଣୀୟ ପ୍ରତିକ ରୂପରେ ପଟ୍ଟଚିତ୍ର ଉପହାର ଦିଆଯାଇଥିଲା।

ଜି ୨୦ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ତୃତୀୟ କାର୍ଯ୍ୟଗୋଷ୍ଠୀ ବୈଠକ ସଫଳ ହୋଇଥିଲା। ଉତ୍କଳ ଦିବସ ଏପ୍ରିଲ ୧ ତାରିଖ ଠାରୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ବିଭିନ୍ନ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏକାଧିକ ଛାୟା ଜି-୨୦ ସମ୍ମିଳନୀରେ ୫୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ୧୨୩୫ରୁ ଅଧିକ ଜନ ଭାଗିଦାରୀ କାର୍ଯ୍ୟକ୍ରମରେ ୧ ଲକ୍ଷରୁ ଅଧିକ ନାଗରିକ ଅଂଶଗ୍ରହଣ କରିବା ସହିତ ବାସ୍ତବରେ ଭାରତର ଜି୨୦ ଅଧ୍ୟକ୍ଷତାକୁ ଜନସାଧାରଣଙ୍କ ଅଧ୍ୟକ୍ଷତା ବୋଲି ପ୍ରମାଣିତ କରିଥିଲେ।

ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ଭାରତ ଭୁବନେଶ୍ଵର ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Latest News

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.