Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ: ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ
ଆଜିର ଖବର

ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ: ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ

April 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପଗୂଡିକ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ ପ୍ରକୋଷ୍ଠରେ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବୈଠକରେ ଅଧ୍ୟକ୍ଷତା କରିବା ସହିତ କହିଲେ ଯେ ବିଭାଗର ସ୍ୱଚ୍ଛତା ବଜାୟ ଲକ୍ଷ ନେଇ ସମ୍ପୁର୍ଣ୍ଣ ଡିଜିଟାଇଜେସନ୍‌ କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଛି। ଏଣିକି ବିଭାଗର ସମସ୍ତ ପ୍ରକଳ୍ପ ଅନ୍‌ଲାଇନରେ ଅପଲୋଡ ହେବା ସହିତ କ୍ଷେତ୍ରସ୍ତରୀୟ କାର୍ଯ୍ୟ ଯଥା: ପ୍ରଶାସନିକ ଅନୁମୋଦନ, ଇ-ମେଜରମେଣ୍ଟ, ପ୍ରୋକ୍ୟୋରମେଣ୍ଟ ଆଦି ଅନ୍‌ଲାଇନ୍‌ ମାଧ୍ୟମରେ ହେବ। ଯେ କୌଣସି ପ୍ରକଳ୍ପ ଆରମ୍ଭଠାରୁ ଶେଷ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ପ୍ରତ୍ୟେକଟି କାର୍ଯ୍ୟକୁ ଭିଡିଓଗ୍ରାଫି/ ଫଟୋଗ୍ରାଫି ମାଧ୍ୟମରେ ଉତ୍ତୋଳନ କରାଯାଇ ଦସ୍ତାବିଜ ପ୍ରସ୍ତୁତ କରାଯିବ। ଏଣୁ କାର୍ଯ୍ୟକାରୀ ହେଉଥିବା ପ୍ରତ୍ୟେକ ଯୋଜନାର ସଫଳ ରୂପାୟନ ତଥା ସୁବିନିଯୋଗ ନିମନ୍ତେ ମୁଖ୍ୟଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ନିମ୍ନସ୍ତରର ଅଧିକାରୀମାନେ ସମସ୍ତେ ଉତ୍ତରଦାୟୀ ରହିବା ଜରୁରୀ।

ଏହି ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସହିତ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ଓ ‘ମୋ ସରକାର’ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରା ଯାଇଥିଲା। ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ ଟି ଇଞ୍ଜିନିୟରିଂ ସର୍କଲ ସସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇ ଥିଲେ। ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିବା ସହ ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମାରେ ସାରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡା, ଇ.ଆଇ.ସି  ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଗ୍ରାମ୍ୟ ଉନ୍ନୟନ ବିଭାଗ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.