Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାସ୍ଥ୍ୟ ହିତପଯୋଗୀ ଏକ ନୂତନ ପ୍ରୋବାୟୋଟିକ ଆବିଷ୍କାର କଲେ ଆଇ.ଏଲ୍.ଏସ୍. ବୈଜ୍ଞାନିକ
ଆଜିର ଖବର

ସ୍ୱାସ୍ଥ୍ୟ ହିତପଯୋଗୀ ଏକ ନୂତନ ପ୍ରୋବାୟୋଟିକ ଆବିଷ୍କାର କଲେ ଆଇ.ଏଲ୍.ଏସ୍. ବୈଜ୍ଞାନିକ

May 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍, ଭୁବନେଶ୍ୱର, ବାୟୋଟେକ୍ନୋଲୋଜି ଅନୁସନ୍ଧାନର ଏକ ଉତ୍କର୍ଷ କେନ୍ଦ୍ର। ଓଡିଶାର ଆଦିବାସୀ ସମ୍ପ୍ରଦାୟର ସ୍ୱାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଏକ ଅଭିନବ ଗବେଷଣା ପଦକ୍ଷେପ ଆଣିଛି। ପ୍ରାୟ ତିନି ବର୍ଷ ପୂର୍ବେ, ଆଇ.ଏଲ୍.ଏସ.ର ପୂର୍ବତନ ନିର୍ଦ୍ଦେଶକ ସ୍ଵର୍ଗତଃ ଡକ୍ଟର. ଅଜୟ ପରିଡାଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ, ଆଦିବାସୀ ଙ୍କ ସ୍ୱାସ୍ଥ୍ୟ ଏବଂ ପୁଷ୍ଟି ସମ୍ବନ୍ଧିତ ଆଇ.ଏଲ୍.ଏସ୍.ର ଏହି ଫ୍ଲାଗସିପ୍ କାର୍ଯ୍ୟକ୍ରମକୁ ସମର୍ଥନ କରିଛି।

ଏହି କାର୍ଯ୍ୟକ୍ରମର ଅନ୍ତର୍ଗତ ଆଇ.ଏଲ୍.ଏସର ଏକାଧିକ ବୈଜ୍ଞାନିକମାନେ ଏହି ପ୍ରକଳ୍ପର ବିଭିନ୍ନ ଦିଗରେ ଗବେଷଣା କରୁଛନ୍ତି ଯାହାକି ଓଡିଶାର ଜନଜାତିର ସ୍ୱାସ୍ଥ୍ୟରେ ଉନ୍ନତି ଆଣିପାରେ। ଏହାର ଏକ ଅଧ୍ୟୟନରେ, ଆଇ.ଏଲ୍.ଏସ୍. ଗବେଷକମାନେ ଏହି ଆଦିବାସୀ ଲୋକଙ୍କ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଉପକାରୀ ଜୀବାଣୁକୁ ଅନୁସନ୍ଧାନ କରିବାକୁ ଯୋଜନା କରିଥିଲେ।

ପ୍ରୋବାୟୋଟିକ ହେଉଛି ଏକ ପ୍ରକାର ର ଉପକାରୀ ଅଣୁଜୀବ ଯାହା ଜୀବନ୍ତ ଅବସ୍ଥା ରେ ପର୍ଯ୍ୟାପ୍ତ ପରିମାଣରେ ସେବନ କଲେ ମଣିଷ ଏବଂ ପଶୁମାନଙ୍କୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟ ସମ୍ଵନ୍ଧିତ ଉପକାର ଯୋଗାଇଥାଏ। ଏହି ସହାୟକ ପ୍ରୋବାୟୋଟିକ ମାନେ ତରଳ ଝାଡ଼ା, ମେଦବହୁଳତା ଏବଂ ଅନେକ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ପ୍ରତିରୋଧ ଏବଂ ନିୟନ୍ତ୍ରଣରେ ଉପଯୋଗୀ ବୋଲି ଜଣାଶୁଣା। ଓଡିଶା ଜନଜାତିର ଅନନ୍ୟ ଖାଦ୍ୟ ଅଭ୍ୟାସ, ସଂସ୍କୃତି ଏବଂ ପରିସଂସ୍ଥା କୁ ହୃଦୟଙ୍ଗମ କରି ଆଇ.ଏଲ୍.ଏସ.ର ବୈଜ୍ଞାନିକ ସମ୍ଭାବ୍ୟ ପ୍ରୋବୋଟିକ୍ସ କୁ ଅନୁସନ୍ଧାନ କରିବାକୁ ଯୋଜନା କରିଥିଲେ।

ଏହି ପରିପ୍ରେକ୍ଷୀରେ, ଆଇ.ଏଲ୍.ଏସ୍.ର ବୈଜ୍ଞାନିକ ଡକ୍ଟର. ଶାନ୍ତିଭୂଷଣ ସେନାପତିଙ୍କ ଗବେଷଣା ଦଳ ଆଇଏଲ୍ଏସ୍ ରୁ ଏକାଧିକ ପ୍ରୋବାୟୋଟିକ କୁ ଚିହ୍ନଟ ଏବଂ ପୃଥକ କରିଛି। ନିକଟରେ ଡକ୍ଟର. ସେନାପତିଙ୍କ ଗବେଷଣା ଦଳ ଏହିପରି ଏକ ଉପଯୋଗୀ ପ୍ରୋବାୟୋଟିକ ର ପୁରା ଜିନୋମ୍ କ୍ରମ ଏବଂ ଅନ୍ୟାନ୍ୟ ପ୍ରୋବାୟୋଟିକ୍ ଗୁଣଗୁଡିକ ଅନୁସନ୍ଧାନ କରିଛନ୍ତି ଏବଂ ଏହି କାର୍ଯ୍ୟଟି “ୱାର୍ଲ୍ଡ ଜର୍ନାଲ୍ ଅଫ ମାଇକ୍ରୋବାୟୋଲୋଜି ଏଣ୍ଡ ବାୟୋଟେକ୍ନୋଲୋଜି” ରେ ପ୍ରକାଶିତ ହୋଇଛି, ଯାହାକି ଏହି କ୍ଷେତ୍ରରେ ଏକ ପ୍ରତିଷ୍ଠିତ ଆନ୍ତର୍ଜାତୀୟ ପତ୍ରିକା। ଏହି ପ୍ରକାଶନର ମୁଖ୍ୟ ଗବେଷକ ଡକ୍ଟର. ଜୟଲକ୍ଷ୍ମୀ ଦାଶ ଏବଂ ମନୀଷା ସେଠୀ ଉଲ୍ଲେଖ କରିଛନ୍ତି ଯେ, ଆଉ ତିନିଟି ପ୍ରୋବାୟୋଟିକ ପାଇଁ ସମଗ୍ର ଜିନୋମ୍ କ୍ରମ ସମାପ୍ତ ହୋଇସାରିଛି ଏବଂ କ୍ରମଗୁଡିକ ଏନ.ସି.ବି.ଆଇ. ଡାଟାବେସରେ ଜମା କରାଯାଇଛି।

ଆଇ.ଏଲ୍.ଏସ୍. ନିର୍ଦ୍ଦେଶକ ଡକ୍ଟର. ପୁଲୋକ କୁମାର ମୁଖାର୍ଜୀ ଏହି ସଫଳତା ଉପରେ ନିଜର ଅଶେଷ ଖୁସି ବ୍ୟକ୍ତ କରିଛନ୍ତି ଏବଂ ଭବିଷ୍ୟତରେ ଏହି ପ୍ରୋବାୟୋଟିକ ଯୁକ୍ତ ଖାଦ୍ୟର ବିକାଶ ପାଇଁ ଏହି ପ୍ରୟାସକୁ ଅଧିକ ଦିଗନ୍ତକାରୀ କରିବାକୁ ଉଲ୍ଲେଖ କରିଛନ୍ତି। ଏହି ପ୍ରୋବାୟୋଟିକ୍ସର ଉତ୍ପତ୍ତି ଓଡିଶାର ଜନଜାତିଙ୍କ ଠାରୁ ହୋଇଥିବାରୁ ଡକ୍ଟର ସେନାପତି ଆଶା କରିଛନ୍ତି ଯେ ଏହି ଜିବାଣୁମାନେ ଓଡିଶାର ଆଦିବାସୀମାନଙ୍କ ସ୍ୱାସ୍ଥ୍ୟ ପ୍ରୋତ୍ସାହନ ପାଇଁ ଅଧିକ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସାମଗ୍ରିକ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବାରେ ସାହାଯ୍ୟ କରିବ। ଜନ ନିର୍ଦ୍ଦିଷ୍ଟ ପ୍ରୋବାୟୋଟିକ ର ବିକାଶ ଦିଗରେ ଏହା ଏକ ଉତ୍ସାହଜନକ ପଦକ୍ଷେପ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.