ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିଲେ 5ଟି ସଚିବ ଭି କେ ପାଣ୍ଡିଆନ

Published: May 6, 2023, 4:30 pm IST

ପୁରୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ପୁରୀର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଆଜି ପାଣ୍ଡିଆନ ପୁରୀରେ ପହଞ୍ଚିବା ପରେ ସେ ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜୀୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କରିଥିଲେ।

ସେ ସିଂହଦ୍ବାର ନିକଟରୁ ଏମାର ମଠ ଚକଡ଼ ଅଞ୍ଚଳ, କାକୁଡ଼ିଖାଇ ହୋଇ ଦକ୍ଷିଣ ଦ୍ବାରରେ ଜାରି ରହିଥିବା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ପରେ ପଶ୍ଚିମ ଓ ଉତ୍ତର ଦ୍ବାରରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର ଆଉଟର ରୋଡ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିବା ସହିତ ଉତ୍ତର ଦ୍ବାର ନିକଟରେ ଚାଲିଥିବା ବିଭିନ୍ନ ରାସ୍ତା ସମ୍ପର୍କରେ ଅନୁଧ୍ୟାନ କରିଥିଲେ ।

ରଥଯାତ୍ରା ପୂର୍ବରୁ ବାହାର କାର୍ଯ୍ୟ ଶିଘ୍ର ଶେଷ କରିବା ପାଇଁ ପାଣ୍ଡିଆନ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସେ ଶ୍ରୀସେତୁ ନିର୍ମାଣ କାର୍ଯ୍ୟକୁ ମଧ୍ୟ ଅନୁଧ୍ୟାନ କରିଥିଲେ। ପ୍ରତି ଶନିବାର ଦିନ 5ଟି ସଚିବ ପୁରୀ ଯାଇ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ତଦାରଖରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲିଛି।

Related posts