Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱକବି ରବୀନ୍ଦ୍ରନାଥଙ୍କୁ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ବିଶ୍ୱକବି ରବୀନ୍ଦ୍ରନାଥଙ୍କୁ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି

May 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ୧୬୨ତମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପସ୍ଥିତ ତାଙ୍କ ପ୍ରତିମୂର୍ତ୍ତିିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି।

ବିଧାୟକ ପ୍ରଫୁଲ୍ଲ ସାମଲ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ, ଅଧ୍ୟାପକ ଡ଼ଃ ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ଉଇ ଫର ଭୁବନେଶ୍ୱର ପକ୍ଷରୁ ନରେନ ସାହୁ, ସୁଶାନ୍ତ ସାହୁ, ଗୁରୁଚରଣ ସାହୁ, ସତ୍ୟବ୍ରତ ଜେନା, ଗିରିଜା ଶଙ୍କର ମହାପାତ୍ର ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନିଜ ବକ୍ତବ୍ୟରେ ଅନୁବାଦ ସାହିତ୍ୟ ଦ୍ୱାରା ବିଭିନ୍ନ ଭାଷାରେ ରଚିତ ସାହିତ୍ୟକୃତି ବିଶ୍ୱପାଠକମାନଙ୍କ ନିକଟରେ ପହଁଚି ପାରିବ ବୋଲି ମତବ୍ୟକ୍ତ କରିଥିଲେ। ସେଥିପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟ ବଳଦେବ ରଥଙ୍କ ସହ ପ୍ରତିଷ୍ଠିତ ଲେଖକମାନଙ୍କ ରଚନାର ଅନୁବାଦ ହେବା ଆବଶ୍ୟକ ଯାହା ଦ୍ୱାରା ସାହିତ୍ୟ ପରିବ୍ୟାପ୍ତ ହେବ ବୋଲି ସେମାନେ ଉଲ୍ଲେଖ କରିଥିଲେ।

ନିର୍ଦ୍ଦେଶକ ଶ୍ରୀ ରାଉତରାଏ କହିଲେ ଯେ ଆଗାମୀ ଦିନରେ ସାହିତ୍ୟକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ଉଦ୍ୟମ ଆରମ୍ଭ ହେବ। ଓଡ଼ିଆ ପୁସ୍ତକକୁ ଅନ୍ୟ ଭାଷାରେ ଏବଂ ଅନ୍ୟ ପ୍ରସିଦ୍ଧ ପୁସ୍ତକକୁ ଓଡ଼ିଆ ଭାଷାରେ ଅନୁବାଦ କରିବାକୁ ବ୍ୟବସ୍ଥା କରାଯିବ। ସ୍ୱାଧୀନତା ପୂର୍ବର ଗଡ଼ଜାତ ଆନ୍ଦୋଳନ ନେତା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଧର୍ମପନିୀ ବିଶିଷ୍ଟ ଲେଖିକା ଓ ଚିତ୍ରଶିଳ୍ପୀ ଫ୍ରିଡାଙ୍କ ମ୍ୟାରେଜ ଟୁ ଇଣ୍ଡିଆ ପୁସ୍ତକର ଓଡ଼ିଆ ଅନୁବାଦ କରାଯିବ। ଓଡ଼ିଆ ଭାଷା ପ୍ରତିଷ୍ଠାନ ଓ ଓଡିଶା ସାହିତ୍ୟ ଏକାଡେମୀର କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଶ୍ରୀ ରାଉତରାଏ ମତବ୍ୟକ୍ତ କରିଥିଲେ।

ଏହା ବ୍ୟତୀତ ଆଗାମୀ ଦିନରେ ବରପୁତ୍ରମାନଙ୍କ ସ୍ମୃତି ରକ୍ଷା ସହ ସେମାନଙ୍କ ଜୟନ୍ତୀ ଓ ଶ୍ରାଦ୍ଧୋତ୍ସବ ଜିଲ୍ଲାସ୍ତରରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ସହ ଦେଶ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କ ସହଯୋଗରେ ପାଳନ କରିବାକୁ ବ୍ୟବସ୍ଥା କରାଯାଇ ଓଡିଶାକୁ ପୂଜ୍ୟପୂଜା କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ଦେଶର ମଡେଲ ଭାବେ ସ୍ଥାନିତ କରାଯିବ। ଏଥିପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରା ଉକ୍ତ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ।

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.