Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ରେକର୍ଡ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ଵ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ
ଆଜିର ଖବର

ରାଜ୍ୟରେ ରେକର୍ଡ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ଵ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ

May 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ୨୦୨୨-୨୩ ବର୍ଷରେ ଓଡ଼ିଶାରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ତୃତୀୟ ଆଗୁଆ ଆକଳନ ଅନୁଯାୟୀ ୨୦୨୨-୨୩ ବର୍ଷରେ ରାଜ୍ୟରେ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ଵ ଖାଦ୍ୟଶସ୍ୟ ଉତ୍ପାଦନ ହେବାର ଆକଳନ କରାଯାଇଛି। ଏହା ପୂର୍ବରୁ ୨୦୨୦-୨୧ ବର୍ଷରେ ରାଜ୍ୟରେ ୧୩୦ ଲକ୍ଷ ୩୮ ହଜାର ମେଟ୍ରିକ୍‌ ଟନ୍‌ରୁ ଊଦ୍ଧ୍ୱର୍ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା।
ରାଜ୍ୟରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିବା ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଖୁସି ବ୍ୟକ୍ତ କରିବା ସହିତ ଏଥି ନିମନ୍ତେ ରାଜ୍ୟର ଚାଷୀ ଭାଇ ଓ ଭଉଣୀ ଏବଂ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
୨୦୨୨-୨୩ ବର୍ଷର ଆକଳନ ଅନୁଯାୟୀ ରାଜ୍ୟର ମୋଟ ଶସ୍ୟ ଉତ୍ପାଦନ ମଧ୍ୟରେ ଚାଉଳ ଉତ୍ପାଦନ ୧୧୫ ଲକ୍ଷ ମେଟ୍ରିକ୍‌ ଟନ ହେବାବେଳେ ମକା ୮ ଲକ୍ଷ ୬୦ ହଜାର ମେଟ୍ରିକ୍‌ ଟନରୁ ଊର୍ଦ୍ଧ୍ଵ, ମାଣ୍ଡିଆ ୧ ଲକ୍ଷ ୬୧ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ ଏବଂ ଗହମ, ବାଜରା, ଯୱାର ଓ ଅନ୍ୟ ଲଘୁଶସ୍ୟ ୨୮ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ ଉତ୍ପାଦନର ଆକଳନ କରାଯାଇଛି।
ସେହିପରି ମୋଟ ୧୦ ଲକ୍ଷ ୫୫ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ ଡାଲିଜାତୀୟ ଶସ୍ୟ ଉତ୍ପାଦନ ମଧ୍ୟରେ ମୁଗ ୪ ଲକ୍ଷ ୨୧ ହଜାର ମେଟ୍ରିକ୍‌ ଟନରୁ ଊର୍ଦ୍ଧ୍ଵ ବିରି ୧ ଲକ୍ଷ ୯୭ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ, ହରଡ଼ ୧ ଲକ୍ଷ ୩୭ ହଜାର ମେଟ୍ରିକ୍‌ ଟନରୁ ଊର୍ଦ୍ଧ୍ଵ, କୋଳଥ ୯୧ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ, ମଟର ୨୯ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ, ମସୁର ୭ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ, ବରଗୁଡ଼ି ୬୮ ହଜାର ମେଟ୍ରିକ୍‌ ଟନରୁ ଉର୍ଦ୍ଧ୍ଵ ଏବଂ ଅନ୍ୟ ଡାଲିଜାତୀୟ ଫସଲ ୭୬ ହଜାର ମେଟ୍ରିକ୍‌ ଟନ ଅନ୍ତର୍ଭୁକ୍ତ।
ଓଡିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଖାଦ୍ୟଶସ୍ୟ ଉତ୍ପାଦନ ରେକର୍ଡ଼ ପରିମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.