Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଠକେଇ ଅଭିଯୋଗ: ବାଣପୁର ଅଞ୍ଚଳର ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ
ଆଜିର ଖବର

ଠକେଇ ଅଭିଯୋଗ: ବାଣପୁର ଅଞ୍ଚଳର ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

May 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୁଷୋତ୍ତମପୁର/ବାଣପୁର: ଗତକାଲି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ପୋଲିସ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳର ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଠକେଇ ଅଭିଯୋଗରେ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଭୀମପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ।

ଅଭିଯୋଗ ମୁତାବକ, ଶ୍ରୀ ବାରିକ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ରାଜେଶ କୁମାର ମୁନି (୪୧) ଙ୍କ ଠାରୁ ସର୍ବଭାରତୀୟ ବନ୍ଧୁକ ଲାଇସେନ୍ସ କରାଇଦେବା ଏବଂ ମୁମ୍ବାଇରେ ଚାକିରୀ କରାଇଦେବା କହି ଗତବର୍ଷ ସେପ୍ଟେମ୍ବର ୨୨ ତାରିଖରେ ଅନଲାଇନ ମାଧ୍ୟମରେ ୬୫ ହଜାର ଏବଂ ନକଦ ୨ ହଜାର ସମୁଦାୟ ୬୭ହଜାର ଟଙ୍କା ନେଇଥିଲେ। ତେବେ ମାସ ମାସ ଧରି ରାଜେଶଙ୍କ କୌଣସି କାମ ନହେବାରୁ ସେ ପୂର୍ଣ୍ଣଙ୍କୁ ଟଙ୍କା ଫେରାଇଦେବା ପାଇଁ କହିଥିଲେ। ପୂର୍ଣ୍ଣ ଏହାକୁ ଭୃକ୍ଷେପ ନକରି ଓଲଟା ରାଜେଶଙ୍କୁ ଧମକଚମକ ଦେଉଥିଲେ।

ଏହି ପରିପ୍ରେକ୍ଷୀରେ ରାଜେଶ ଚଳିତବର୍ଷ ଜାନୁଆରୀ ୮ ତାରିଖରେ ଏ ନେଇ ପୁରୁଷୋତ୍ତମପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ କେସ ନମ୍ବର ୧୫/୨୩, ଆଇପିସି ଧାରା ୪୨୦, ୫୦୬ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା।

ତେବେ ପୋଲିସ ସହ ପୂର୍ଣ୍ଣ ପୁର୍ବରୁ ଲୁଚକାଳି ଖେଳିଆସୁଥିବା ବେଳେ ଗତକାଲି ତାଙ୍କୁ ଏକ ନିର୍ଦ୍ଦିଷ୍ଟ ସ୍ଥାନରୁ ପୁରୁଷୋତ୍ତମପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।

ଗଞ୍ଜାମ ପୋଲିସ ଠକେଇ ଅଭିଯୋଗ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026
Latest News

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.