Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଲୋକ ଅଦାଲତ, ଫଇସଲା ହେଲା ୪୧,୯୧୫ ମାମଲାର
ଆଜିର ଖବର

ଜାତୀୟ ଲୋକ ଅଦାଲତ, ଫଇସଲା ହେଲା ୪୧,୯୧୫ ମାମଲାର

May 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସଂପ୍ରତି ଜାତୀୟ ଆଇନ ସେବା ପ୍ରାଧିକରଣ, ନୂଆଦିଲ୍ଲୀ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶମତେ ଚଳିତ ବର୍ଷ ୨୦୨୩ର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍‌-ତଥା-ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ନିଶିଥ ନିଶାଙ୍କଙ୍କ ନିର୍ଦ୍ଦେଶମତେ ଆଜି ତା. ୧୩/୦୫/୨୦୨୩ (ଶନିବାର) ଦିନ ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା ଓ ଟାଙ୍ଗୀଠାରେ ଥିବା ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା ଫୌଜଦାରୀ (ସାଲିସ୍‌ଯୋଗ୍ୟ), ଚେକ୍‌ ବାଉନ୍ସ ମାମଲା, ବ୍ୟାଙ୍କ ଋଣ, ଦୁର୍ଘଟଣାଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ବିଦୁ୍ୟତ ଓ ଜଳ, ଟେଲିଫୋନ୍‌, ଇତ୍ୟାଦି ମାମଲା ଓ ପ୍ରାକ୍‌ ମୋକଦ୍ଦମା ଯଥା: ବ୍ୟାଙ୍କ ଋଣ ଅନାଦେୟ, ଦୂରସଂଚାର ଅନାଦେୟ ବିଲ୍‌, ରାଜସ୍ୱ ପାରିବାରିକ ଓ ବିଭିନ୍ନ ଜନ ଉପଯୋଗୀ ମାମଲାମାନ ଅଦାଲତଙ୍କ ପକ୍ଷରୁ ସର୍ବମୋଟ ୬୮,୧୨୪ ଗୋଟି ଆଗତ କରାଯାଇ ସେଥି ମଧ୍ୟରୁ ଆପୋଷ ଆଲୋଚନା ଓ ସହମତି ଭିତ୍ତିରେ ରେକର୍ଡ ସଂଖ୍ୟକ ୪୧,୯୧୫ ଗୋଟି ମାମଲା ଫଇସଲା କରାଯାଇ ୧୪,୪୨,୦୩,୩୧୧ ଟଙ୍କା ସେଟେଲମେଣ୍ଟ କରାଯାଇଥିଲା। ଉକ୍ତ ଲୋକ ଅଦାଲତରେ ସଚିବ, ସୌଦାମିନୀ ସିଂଙ୍କ ସମେତ ସମସ୍ତ ବିଚାର ବିଭାଗୀୟ ଅଧିକାରୀମାନେ ନିଜ ନିଜ ଅଦାଲତରେ ମାମଲା ଫଇସଲା କରିଥିଲେ।

ଶେଷରେ ଜିଲ୍ଲା ଜଜ୍‌ ନିଶିଥ ନିଶାଙ୍କ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତର ସଫଳତା ପାଇଁ ସମସ୍ତ ବିଚାର ବିଭାଗୀୟ ଅଧିକାରୀ, ଆଇନଜୀବୀ ଏବଂ ସମସ୍ତ କର୍ମଚାରୀମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହ ପରବର୍ତ୍ତୀ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୦୯/୦୯/୨୦୨୩ରେ ପୁନଶ୍ଚ ଅନୁଷ୍ଠିତ ହେବ ବୋଲି ପ୍ରକାଶ କରିଥିଲେ। ଜନସାଧାରଣ ଏହାର ସୁଯୋଗ ନେବାକୁ ସେ ପରାମର୍ଶ ଦେଇଥିଲେ।

ଜାତୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି

July 7, 2026
Latest News

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026

Pandian in Venezueal: ଭେନଜୁଏଲା ଭୂକମ୍ପ ଅଞ୍ଚଳରେ ପାଣ୍ଡିଆନ, ରାଜ୍ୟ ରାଜନୀତିରେ ପ୍ରବଳ ଚର୍ଚ୍ଚା

July 7, 2026

ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.