Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆକୁ ନୂଆଦିଲ୍ଲୀରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ
ଆଜିର ଖବର

ସୋଆକୁ ନୂଆଦିଲ୍ଲୀରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ

May 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଆୟୋଜିତ ଏଚ୍‌ଆର୍ ଇଣ୍ଡିଆ ନ୍ୟାସ୍‌ନାଲ୍ ଏଚ୍‌ଆର୍ କନ୍‌ଫରେନ୍ସରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ କରାଯାଇଛି। ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଅଫିସର୍ ଅନ୍ ସ୍ପେଶାଲ ଡ୍ୟୁଟି ପ୍ରୀତମ ନାୟକ ଏହି ସମ୍ମାନ ଗ୍ରହଣ କରିଥିଲେ।

ଶୈକ୍ଷିକ ଉତ୍କର୍ଷତା ଓ ଉଚ୍ଚ ଶିକ୍ଷାକୁ ନେଇ ଅଭିନବ କାର୍ଯ୍ୟ କ୍ଷେତ୍ରରେ ଉତ୍କୃଷ୍ଟ ସଫଳତା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଥିବା ମାନପତ୍ରରେ ଉଲ୍ଲେଖ କରାଯାଇଛି। ଗବେଷଣା ଏବଂ ସ୍କଲାରସିପ୍ ପ୍ରଦାନ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ଅନେକ ସାହାଯ୍ୟ, ସହଯୋଗ ଓ ପ୍ର୍ରୋତ୍ସାହନ ଦେଇଆସୁଛି।

ଏହି ଏକ ଦିବସୀୟ କାର୍ଯ୍ୟକ୍ରମଟି ଇଣ୍ଡିଆନ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ଦ୍ୱାରା ଆୟୋଜନ କରାଯାଇଥିବା ବେଳେ ଏହି ସମ୍ମିଳନୀରେ “ହାର୍ଟ ସେଂଟ୍ରିକ ଅର୍ଗାନାଇଜେସନ୍ ଆଣ୍ଡ ମାଇଣ୍ଡ ସେନ୍‌ଟ୍ରିକ୍ ପରଫର୍ମାନ୍ସ”, “ରୋଲ ଅଫ୍ ଏଚ୍‌ଆର୍ ଇନ୍ ଦ ଏଜ୍ ଅଫ୍ ଏଆଇ/ଡିଜିଟାଲାଇଜେସନ୍‌”, “ହାପିଫିକେସନ୍‌”, “ କମ୍ପାସନେଟ୍ ଲିଡରସିପ୍‌: ଏ ମିଥ୍ ଅର୍ ରିଆଲିଟି”, “ଲିଡରସିପ୍ ଲେସନ୍ସ ଫ୍ରମ୍ ମହାଭାରତ” ଏବଂ “ଅଣ୍ଡରଷ୍ଟାଣ୍ଡିଙ୍ଗ୍ ସ୍ପିରିଚୁଆଲ ଇଂଟେଲିଜେନ୍ସ” ଭଳି ବିଭିନ୍ନ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଷ୍ଠିତ କର୍ପୋରେଟ୍ ଓ ଶିଳ୍ପାନୁଷ୍ଠାନରୁ ପ୍ରାୟ ୨୦୦ ଏଚ୍‌ଆର୍ ନେତୃତ୍ୱ ଓ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ। ନୂଆଦିଲ୍ଲୀ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମ୍ୟାନେଜମେଂଟରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।

ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍‌ର ଡିଜାଇନର ସୁଧାଂଶୁ ମଣି, ଚିନ୍ମୟ ମିଶନ୍‌ର ସ୍ୱାମୀ ଚିଦ୍ରୁପାନନ୍ଦ, ପ୍ରତିଷ୍ଠିତ ଶିଳ୍ପପତି ପ୍ରଦୀପ ମହାନ୍ତି, ସମାଜସେବୀ ଡକ୍ଟର ସୁନୀତା ପଚାରଙ୍କୁ ହାର୍ଟ ସେଂଟ୍ରିକ୍ସ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିପରି ଅକ୍ୱିଲ୍ ବୁସରାଇ କନ୍‌ସଲ୍ଟିଙ୍ଗ୍‌ର ସିଇଓ ଡକ୍ଟର ଅକ୍ୱିଲ୍ ବୁସରାଇଙ୍କୁ ଆଇକନିକ୍ ଏଚ୍‌ଆର୍ ଲିଡର ଓ ମେଂଟର ସମ୍ମାନ ପ୍ରଦାନ କରାଯାଇଥିଲା।

ଏହି ଅବସରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍‌ର ପୂର୍ବତନ ମାନବସମ୍ବଳ ନିର୍ଦ୍ଦେଶକ ରଞ୍ଜନ ମହାପାତ୍ର, ଏନ୍‌ଡିଆଇଏମ୍‌ର ଅଧ୍ୟକ୍ଷ ଭି.ଏମ୍‌. ବଂଶଲ୍‌, ଏଚ୍‌ଆର୍ ଇଣ୍ଡିଆ ଫୋରମ୍ ସଭାପତି ତଥା ଗ୍ଲୋବାଲ୍ ଏଚଆର୍ ଫୋରମ୍‌ର ଉପଦେଷ୍ଟା ସମର ମହାପାତ୍ର, ଚିତ୍ରକଳା ଓ କାରୁକାର୍ଯ୍ୟ ବିଶେଷଜ୍ଞ ପୁଷ୍ପା ସାହୁ ଏବଂ ଆଧ୍ୟାତ୍ମିକ ଶିକ୍ଷକ ଭି.ପି ସିଂହ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ।

ନୂଆଦିଲ୍ଲୀ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.