ଅପେକ୍ଷାରେ ପଡିଲା ପୂର୍ଣ୍ଣଚ୍ଛେଦ: ଆସନ୍ତା ୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

Published: May 16, 2023, 12:02 pm IST

ଭୁବନେଶ୍ଵର: ମାଟ୍ରିକ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ ଖବର ଆସିଛି। ଆସନ୍ତା ୧୮ ତାରିଖରେ ମାଟ୍ରିକ ଫଳ ପ୍ରକାଶ ପାଇବ। ସକାଳ ୧୦ଟାରେ ଫଳାଫଳ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରଛାତ୍ରୀମାନେ ମାଧ୍ୟମିକ ଶିକ୍ଷା ପରିଷଦର ଅଫିସିଆଲ ୱେବ ସାଇଟରୁ ପରୀକ୍ଷା ଫଳ ପାଇପାରିବେ। ଏ ନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି।

ମାଟ୍ରିକ୍ ସହିତ ସଂସ୍କୃତ ମଧ୍ୟମା ଏବଂ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି। ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା। ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା।

Related posts