Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପ୍ଲବୀ ଧରଣୀଧରଙ୍କ ଶ୍ରାଦ୍ଧଦିବସ ପାଳିତ
ଆଜିର ଖବର

ବିପ୍ଲବୀ ଧରଣୀଧରଙ୍କ ଶ୍ରାଦ୍ଧଦିବସ ପାଳିତ

May 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦୁଝର ପ୍ରଜାମେଳି ନେତା ବିପ୍ଲବୀ ଧରଣୀଧର ନାଏକ (ଭୂୟାଁ)ଙ୍କ ୭୯ତମ ଶ୍ରାଦ୍ଧୋତ୍ସବ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଅନୁଶାସନ ସଚିବ ଲଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ପ୍ରତୁ୍ୟଷରେ ଭୁବନେଶ୍ୱର ଜୟଦେବ ବିହାର ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି।

ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ ସାମଲ, ଅଖିଳ ଭାରତୀୟ ଭୂୟାଁ ସମାଜର କର୍ମକର୍ତ୍ତା ବିଜୟ ନାଏକ, ମାନସୀ ନାଏକ, ନୀଳମଣି ମାଝୀ, ପ୍ରବୀର ମହାନ୍ତି, ଗିରିଜା ଶଙ୍କର ମହାପାତ୍ର, ଜୟ ଓଡ଼ିଶା ଅଧ୍ୟକ୍ଷ ରୁଦ୍ରନାରାୟଣ ସାମନ୍ତରାୟ, ଅଧ୍ୟାପକ ଡ଼ଃ ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, କର୍ପୋରେଟର ଜୟନ୍ତୀ ସାହୁ, ସାମାଜିକ କର୍ମୀ ସନାତନ ବେହେରା, କବ୍ୟୟତ୍ରୀ ଅନ୍ନଦା ମିଶ୍ର, କେନ୍ଦୁଝର ବିକାଶ ପରିଷଦ କର୍ମକର୍ତ୍ତା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନିଜ ବକ୍ତବ୍ୟରେ ମାନବିକ ଅଧିକାର ସୁରକ୍ଷା ସହ ବେଠି ବେଗାରୀ, ରାଜ ଅତ୍ୟାଚାର କବଳରୁ ପ୍ରଜାଙ୍କ ସୁରକ୍ଷା ପାଇଁ ଧରଣୀଧରଙ୍କ ତ୍ୟାଗ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ଏଥିପାଇଁ ସେ ଅକଥନୀୟ ଅତ୍ୟାଚାର ସହିବା ସହ ନିଜ ଜନ୍ମମାଟି କେନ୍ଦୁଝର ତ୍ୟାଗ କରିଥିଲେ।

ଶେଷ ଜୀବନରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିବା ସହ ଶ୍ରୀକ୍ଷେତ୍ର ପୁରୀରେ ସନ୍ନ୍ୟାସୀ ଜୀବନଯାପନ କଲେ। ପରବର୍ତ୍ତୀ ଅବସ୍ଥାରେ ଆଳିରେ ଅବସ୍ଥାନ କରି ଜୈବିକ କୃଷି ଏବଂ ପ୍ରାକୃତିକ ଚିକିତ୍ସା ସମ୍ପର୍କରେ ଜନସାଧାରଣଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ତାଙ୍କ ତ୍ୟାଗ ଓ ସମର୍ପିତ ସେବା ଯୁବପିଢିକୁ ମାର୍ଗଦର୍ଶନ ପ୍ରଦାନ କରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଦାମୀ ମୋବାଇଲ ପାଇ ଫେରାଇଥିବା ଅଟୋଚାଳକ ସୁଶାନ୍ତ ମାଝୀଙ୍କୁ ତାଙ୍କ ସାଧୁତା ପାଇଁ ସମ୍ମାନିତ କରାଯାଇଥିଲା।

କେନ୍ଦୁଝର ଜୟଦେବ ବିହାର ଶ୍ରାଦ୍ଧୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.