Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ୪୭୩ ଜଣଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ୪୭୩ ଜଣଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ

May 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବର୍ତ୍ତମାନର ପରିବର୍ତ୍ତିତ ଦୁନିଆ ଏବଂ ଟେକ୍ଲୋଲୋଜି ଯୁଗରେ ନିଜକୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ ସ୍କିଲିଂ କରାଇବା ଜରୁରୀ। ବିଶେଷ ଭାବରେ ଆଜି ନିଯୁକ୍ତି ପାଇଥିବା ଯୁବବନ୍ଧୁମାନେ ଏହି ମନ୍ତ୍ରକୁ ନିରନ୍ତର ଜପ କରନ୍ତୁ ଏବଂ ଓଡ଼ିଶା ପାଇଁ ବଡ ଭାବିବା ସହ ବଡ ସ୍ୱପ୍ନ ଦେଖନ୍ତୁ ବୋଲି ମଙ୍ଗଳବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ର ପଞ୍ଚମ ପର୍ଯ୍ୟାୟ ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରାଷ୍ଟ୍ରୀୟ ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ଓଡ଼ିଶାର ୪୭୩ ଜଣ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବିରତଣ କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କରିଥିବା ଯୁବବର୍ଗଙ୍କୁ ଶୁଭେଚ୍ଛା। ଏମ୍ସ ଭୁବନେଶ୍ୱର, ଆଇଆଇଟି ଭୁବନେଶ୍ୱର, ଭାରତୀୟ ରେଳ, ଡ଼ାକ ବିଭାଗ, ଇଏସଆଇସି, ଇସ୍ପାତ୍ ବିଭାଗ, ଜିଏସଆଇ ସମେତ ବିଭିନ୍ନ ବର୍ଗରେ ନିଯୁକ୍ତି ପାଇଥିବା ଯୁବକ ଯୁବତୀମାନେ ଆଜି ଦାୟିତ୍ୱବୋଧର ନୂଆ ଅଧ୍ୟାୟକୁ ଯାଉଛନ୍ତି। ତେବେ ଦାୟିତ୍ୱ ଏତିକିରେ ସୀମିତ ନୁହେଁ।

ଆମ ଦେଶ ଆଉ ପ୍ରାୟ ୨୫ ବର୍ଷ ପରେ ୨୦୪୭ରେ ସ୍ୱତନ୍ତ୍ରତାର ୧୦୦ ବର୍ଷ ପୂରଣ ହେବ ଏବଂ ପ୍ରାୟ ୧୩ ବର୍ଷ ପରେ ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ। ଏହି କାଳଖଣ୍ଡରେ ଆମେ ବଡ ଦାୟିତ୍ୱରେ ଥିବା ସମୟରେ କେବଳ ନିଜ କଥା ଭାବିବା ନାହିଁ ବରଂ ସମସ୍ତଙ୍କ କଥା ଚିନ୍ତା କରିବା। ସ୍ୱୟଂ ପାଇଁ ନୁହେଁ ସମୂହଙ୍କ ପାଇଁ ଚିନ୍ତା କରିବା ଦରକାର। ଅମୃତ କାଳରେ ଏହି ଯୁବବର୍ଗଙ୍କ ନେତୃତ୍ୱରେ ଦେଶ ଓ ରାଜ୍ୟ ଆଗକୁ ଯିବ। ନିରନ୍ତର ଭାବରେ ଭାରତ ସରକାରଙ୍କ ଅନଲାଇନ ଶିକ୍ଷା ବ୍ୟବସ୍ଥାରେ ରି ସ୍କିଲିଂ- ଅପ ସ୍କିଲିଂ ବ୍ୟବସ୍ଥାରେ ଯୋଡି ହେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନବନିଯୁକ୍ତ ଯୁବବର୍ଗମାନେ  ନିଜର ସ୍ୱପ୍ନ ସହ ସମାଜ ଓ ଜାତିର ଆକାଂକ୍ଷାକୁ ପୂରଣ କରନ୍ତୁ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ସାମ୍ପ୍ରତିକ ସମୟରେ ବଣମଲ୍ଲି ବଣରେ ରହିଯାଉଛି। ହଜାର ହଜାର ବର୍ଷ ପୂର୍ବରୁ ବଳରାମ ଦାସ ଲକ୍ଷ୍ମୀ ପୁରାଣ ମାଧ୍ୟମରେ ଶ୍ରୀୟା ଚଣ୍ଡାଳୁଣୀର କଥା ଚରିତ୍ରକୁ ବର୍ଣ୍ଣନା କରି ସ୍ୱଚ୍ଛ ଭାରତର କଳ୍ପନା କରିଥିଲେ। ଓଡ଼ିଶା ମାଟିର ବରପୁତ୍ର ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ ଏକ ସାଧାରଣ ପରିବେଶରୁ ଆସି ବଡ ଭାବିବା ସହ ବିଶ୍ୱକୁ ପ୍ରଭାବିତ କରିଥିଲେ। ତେଣୁ ଆମ ସମସ୍ତଙ୍କୁ ମଧ୍ୟ ନୂଆ ଭାବିବା ପାଇଁ ପଡିବ, ବଡ ଭାବିବା ଓ ବଡ଼ ସ୍ୱପ୍ନ ଦେଖିବା ଦରକାର।

ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି କାରଣରୁ ଜାତୀୟ ଶିକ୍ଷା ନୀତିରେ ଭାଷା ନୂଆ ସୂତ୍ରଧର ହୋଇଛି। ନୂଆ ବନ୍ଧନର ସେତୁ ତିଆରି କରୁଛି ଭାଷା। ଆଜି ଭାରତୀୟ ଭାଷାର ପ୍ରାଥମିକତା ବଢିଛି। ଭାରତକୁ ଆସୁଥିବା ଲୋକମାନେ ଭାରତୀୟ ଭାଷାକୁ ଶିଖିବାର ଆଗ୍ରହ ପ୍ରକାଶ କରୁଛନ୍ତି। କୁଳବୃଦ୍ଧ ମଧୁସୂଦନ ଦାସ ହିଁ ପ୍ରଥମେ ଭାଷା ଆଧାରିତ ପ୍ରଶାସନିକ ଢାଞ୍ଚା କରିବାର କଳ୍ପନା କରିଥିଲେ।

ଆନନ୍ଦ ଓ ଉତ୍ସାହ ଭରା ରୋଜଗାର ମେଳାର ଉତ୍ସବରେ ଆଜି ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ଠାରୁ ୭ଠ ହଜାରରୁ ଅଧିକ ଯୁବକ ଯୁବତୀମାନେ ବିଭିନ୍ନ ବିଭାଗରେ କାମ କରିବା ପାଇଁ ରୋଜଗାରର ସ୍ୱୀକୃତି ପତ୍ର ପାଇଛନ୍ତି। ଏହି ରାଷ୍ଟ୍ରୀୟ ନିଯୁକ୍ତି ମେଳା ଯୁବକମାନଙ୍କ ପ୍ରତି ମୋଦି ସରକାରଙ୍କ ପ୍ରତିବଦ୍ଧତାର ପ୍ରମାଣ ଅଟେ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.