ଆସନ୍ତା ୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

Published: May 19, 2023, 11:18 am IST

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନୁ୍ୟ ମ୍ୟାରିୟନଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବ।

ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତିନି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ।

କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି।

Related posts