Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଜୀବିକା ମିଶନ କଣ, କେମିତି ହାସଲ କରିବେ ଏହାର ଫାଇଦା
ଆଜିର ଖବର

ଓଡିଶା ଜୀବିକା ମିଶନ କଣ, କେମିତି ହାସଲ କରିବେ ଏହାର ଫାଇଦା

May 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜୀବିକା ମିଶନ କଣ, କେମିତି ହାସଲ କରିବେ ଏହାର ଫାଇଦା

ସୁନ୍ଦରଗଡ଼: ଚାଷୀମାନଙ୍କ ଆୟକୁ ବହୁ ଗୁଣିତ କରିବା ଲାଗି ଅର୍ଥକାରୀ ଫସଲ ଚାଷ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ଚାଷୀ ଭାଇ ଭଉଣୀମାନେ ବିଭିନ୍ନ ପୁଷ୍ଟିଶସ୍ୟ ସହିତ ଡାଲି ଜାତୀୟ, ତୈଳବୀଜ ଏବଂ ବିଭିନ୍ନ ପନିପରିବା ଚାଷ କରୁଛନ୍ତି।

ଆଗରୁ ଆଦିବାସୀ ବର୍ଗର ଚାଷୀମାନେ ପାରମ୍ପରିକ ପଦ୍ଧତିରେ ବିଭିନ୍ନ ଚାଷ କରୁଥିଲେ। ତେଣୁ ସେମାନେ କିପରି ଉନ୍ନତ ପ୍ରଣାଳୀରେ ଚାଷ କରି ଦୀର୍ଘସ୍ଥାୟୀ ଜୀବିକା ପାଇପାରିବେ ସେଥିପାଇଁ ଏକ ୩ ବର୍ଷିଆ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସୁନ୍ଦରଗଡ଼ ଆଇଟିଡିଏର ୯ଟି ବ୍ଲକରେ ଏହା ଲାଗୁ କରାଯାଇଛି।

ଏଥିପାଇଁ ସୁନ୍ଦରଗଡ଼ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ “ମିଶନ ଜୀବିକା” କାର୍ଯ୍ୟକ୍ରମ ମାଧ୍ୟମରେ ଆବଶ୍ୟକ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି।

“ଆଦିବାସୀ ବର୍ଗର ଚାଷୀମାନଙ୍କ ଜୀବନ ଜୀବିକାକୁ ସଶକ୍ତ କରିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ମିଶନ ଜୀବିକା ମାଧ୍ୟମରେ ସେମାନେ ବିଭିନ୍ନ ଲାଭଜନକ ଫସଲ କରୁଛନ୍ତି। ୧୩ଟି ଫସଲ ଲାଗି ଚାଷୀମାନଙ୍କୁ ପ୍ରୋତ୍ସାହନ ଦିଆଯାଉଛି। ସ୍ଥାନୀୟ ବଜାରରେ ଏହାକୁ ବିକ୍ରି କରି ଚାଷୀମାନେ ଲାଭବାନ ହେଉଛନ୍ତି”, କହିଛନ୍ତି ସୁନ୍ଦରଗଡ଼ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ।

“ମିଶନ ଜୀବିକା” କାର୍ଯ୍ୟକ୍ରମ ଅଧୀନରେ ଚାଷୀମାନେ ଉନ୍ନତ ପଣାଳୀରେ ୧୩ଟି ଫସଲର ଚାଷ କରୁଛନ୍ତି। ସେଥିମଧ୍ୟରେ ରହିଛି ମକା, ମାଣ୍ଡିଆ, ହରଡ଼, ବାଦାମ, ସୋରିଷ ସହିତ ବାଇଗଣ, ଫୁଲ କୋବି, ସିମଲା ଲଙ୍କା, କଞ୍ଚା ଲଙ୍କା, ଛତୁ ଏବଂ ତରଭୁଜ ଆଦି ଫସଲ। ଏହି ଚାଷ ପାଇଁ ଆଇଟିଡିଏ ପକ୍ଷରୁ ଚାଷୀମାନଙ୍କୁ ଉନ୍ନତ କିସମର ବିହନ ଏବଂ ଜୈବିକ ସାର ଦିଆଯାଉଛି।

ସୁନ୍ଦରଗଡ଼ର ୯ଟି ବ୍ଲକର ୪ ହଜାର ୫୦୦ ଏକର ଜମିରେ ଏହିସବୁ ଚାଷ କରାଯାଇଛି। ଏଥିରେ ୬ ହଜାରରୁ ଅଧିକ ହିତାଧିକାରୀ ଯୋଡ଼ି ହୋଇଛନ୍ତି। ଜୈବିକ ପଦ୍ଧତିରେ ହେଉଥିବା ଫସଲର ଚାହିଦା ବଜାରରେ ଭଲ ରହିଛି।

“ଆଗରୁ ବଜାରରୁ ବିହନ କିଣି ତରଭୁଜ ଚାଷ କରୁଥିଲୁ। ହେଲେ ଗତ ତିନି ବର୍ଷ ହେଲା ସୁନ୍ଦରଗଡ଼ ଆଇଟିଡିଏ ପକ୍ଷରୁ ଆମକୁ ଉନ୍ନତମାନର ବିହନ ମିଳୁଛି। ଫସଲରେ ଜୈବିକ ସାର ବ୍ୟବହାର କରୁଥିବାରୁ ଆଗ ଅପେକ୍ଷା ଚଳିତ ବର୍ଷ ଭଲ ତରଭୁଜ ଅମଳ ହେଉଛି”, କହିଛନ୍ତି ବଡ଼ଗାଁ ବ୍ଲକ ଫୁଲବାରୀ ଗ୍ରାମର ଜଣେ ମହିଳା ଚାଷୀ ପବିତା କିସାନ।

“ଆଇଟିଡିଏର ଅଧିକାରୀମାନଙ୍କ ପରାମର୍ଶକ୍ରମେ ମୁଁ ୧ ଏକର ଜମିରେ କ୍ୟାପ୍ସିକମ୍ ଚାଷ କରୁଛି। ଗତ ବର୍ଷ ସ୍ଥାନୀୟ ବଜାରରେ ଏହାକୁ ବିକ୍ରି କରି ୫୦ରୁ ୬୦ ହଜାର ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିଥିଲି”, କହନ୍ତି ସୁନ୍ଦରଗଡ଼ର ଯୁବ ଚାଷୀ ରବି ବାର୍ଲା।

ସୁନ୍ଦରଗଡ଼ର ଆଦିବାସୀ ବର୍ଗର ଚାଷୀମାନଙ୍କୁ ଜୀବିକାର ବ୍ୟାପକ ସୁଯୋଗ ଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଜୀବିକା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଛି।

ଓଡିଶା ଜୀବିକା ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.