![](https://thesamikhsya.com/odia/wp-content/uploads/2023/05/School2.jpg)
ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବା ପାଇଁ ପଦକ୍ଷେପ ନିଆଯାଇଛି। ଏଥି ମଧ୍ୟରୁ ୧୦୦ ଗୋଟି ବିଦ୍ୟାଳୟରେ କଳା ଓ ୬ ଗୋଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବ।
ଏହି ବିଦ୍ୟାଳୟଗୁଡ଼ିକରେ ଦୁଇ ଗୋଟି ଲେଖାଏଁ ସେକ୍ସନ ଖୋଲିବା ପାଇଁ ସ୍ଥିର ହୋଇଛି। ପ୍ରତ୍ୟେକ ସେକ୍ସନରେ ୬୪ ଜଣ ଲେଖାଏଁ ମୋଟ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବେ। ଏହାଦ୍ୱାରା ରାଜ୍ୟରେ ୧୦୬ ଗୋଟି ସରକାରୀ ବିଦ୍ୟାଳାୟରେ ମୋଟ ୧୩୪୬୮ ସିଟ ନାମ ଲେଖାପାଇଁ ବୃଦ୍ଧି ପାଇବ।
ସମ୍ପ୍ରତି ପ୍ରଧାନଶିକ୍ଷକମାନେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ରାଜ୍ୟସ୍ତରରେ ତାଲିମ ଦିଆଯାଇଛି। ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିଯୋଜନ ପ୍ରକ୍ରିୟା ବିଦ୍ୟାଳୟ ସ୍ତରରେ ଚାଲୁ ରହିଛି।
Tags: ଏକାଦଶ ଶ୍ରେଣୀ, ସ୍କୁଲ