Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ: ସମାପ୍ତ ହେଲାଣି 50% ନିର୍ମାଣ କାର୍ଯ୍ୟ
ଆଜିର ଖବର

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ: ସମାପ୍ତ ହେଲାଣି 50% ନିର୍ମାଣ କାର୍ଯ୍ୟ

May 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବ ତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଭଦ୍ରକ ଏବଂ କଟକ ରେଳ ଷ୍ଟେସନ ମଧ୍ୟରେ ତୃତୀୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଅଛି। ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ 50% ରୁ ଅଧିକ ସମାପ୍ତ ହୋଇଛି।

ହରିଦାସପୁର ଏବଂ ବୈରୀ ମଧ୍ୟରେ 16.80 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗ ଯାହା ଜୁନ୍ 2023 ର ଶେଷ ସପ୍ତାହ ସୁଦ୍ଧା ଶେଷ ହେବାର ଥିଲା ତାହା ମଇ 2023 ର ପ୍ରଥମ ସପ୍ତାହ ପୂର୍ବରୁ ସମାପ୍ତ ହୋଇଛି।

ଏହି ପ୍ରକଳ୍ପ ର ନିର୍ମାଣ କାର୍ଯ୍ୟକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପଗୁଡିକ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ସଂସ୍ଥା ସମେତ ସହଭାଗୀ ମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ଓଡିଶାରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନିରନ୍ତର ଭାବେ ନଜର ରଖିଛନ୍ତି। ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ କାର୍ଯ୍ୟ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍ ଚଳାଚଳକୁ ଏଡାଇ ଦେଇ ପାରିବ।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ (92.19 କିମି) ପ୍ରକଳ୍ପ 2012-13 ରେ ଅନ୍ତର୍ଭୁକ୍ତ ହୋଇଥିଲା ଏବଂ ଅକ୍ଟୋବର 2015 ରେ ଅନ୍ତିମ ମଞ୍ଜୁରୀ ଦିଆଯାଇଥିଲା। ଜଖପୁରା ଏବଂ ହରିଦାସପୁର ମଧ୍ୟରେ 23.53କିମି ରେଳ ମାର୍ଗ ଏପ୍ରିଲ 2016 ରେ , କପିଳାସ ରୋଡ୍ ଠାରୁ ଶାଳଗାଁ ପର୍ଯ୍ୟନ୍ତ 4.30 କିମି ରେଳ ମାର୍ଗ ମଇ 2019 ରେ ଏବଂ କପିଳାସ ରୋଡ୍ ଠାରୁ ନିର୍ଗୁଣ୍ଡି ପର୍ଯ୍ୟନ୍ତ 4.20 କିମି ରେଳ ମାର୍ଗ ଅକ୍ଟୋବର 2022 ରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହୋଇଛି।

ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ମାର୍ଗ ବଳକା 83.69 କିମି କାର୍ଯ୍ୟ ସମାପ୍ତ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ 2023-24। ପ୍ରକଳ୍ପର ସର୍ବଶେଷ ଆନୁମାନିକ ମୂଲ୍ୟ ବର୍ତମାନ 1284.39 କୋଟି ଥିବାବେଳେ ଏବେ ସୁଦ୍ଧା 648.68 କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ପୂର୍ଣ୍ଣ ପ୍ରକଳ୍ପ ନିର୍ମାଣ ପାଇଁ ଭୌତିକ ପ୍ରଗତି ହେଉଛି ପ୍ରାୟ 54% ଏବଂ ଖର୍ଚ୍ଚ ପ୍ରାୟ 50.5%।

ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପୂର୍ବ ତଟ ରେଳପଥ ଭଦ୍ରକ-ନିର୍ଗୁଣ୍ଡି ରେଳ ଲାଇନ ପ୍ରକଳ୍ପ ହାଓଡ଼ା-ଚେନ୍ନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026
Latest News

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.