Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପରିସରରେ କୁଇ ଓ ଦେଶିଆ ଭାଷାର କର୍ମଶାଳା
ଆଜିର ଖବର

ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପରିସରରେ କୁଇ ଓ ଦେଶିଆ ଭାଷାର କର୍ମଶାଳା

May 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ସରକାରଙ୍କ ନୂତନ ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ଓଡ଼ିଶା, ବିହାର, ଛତିଶଗଡ ଓ ଝାଡ଼ଖଣ୍ଡ ରାଜ୍ୟରେ ମୁଖ୍ୟତଃ କୁଇ ଓ ଦେଶିଆ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କ ପାଇଁ ପ୍ରାରମ୍ଭିକ ଶିକ୍ଷା ସ୍ତରରେ କହିବା, ପଢ଼ିବା, ବୁଝିବା ଓ ଲେଖିବାର ଉଦ୍ଦେଶ୍ୟ ନେଇ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପରୀକ୍ଷଣ ପରିଷଦ (NCERT), ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE), ଭୁବନେଶ୍ଵର ଏବଂ ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟର ମିଳିତ ଉଦ୍ୟମରେ ତା.୨୯.୦୫.୨୦୨୩ ରୁ ତା.୦୨.୦୬.୨୦୨୩ରିଖ ପର୍ଯ୍ୟନ୍ତ ଏକ ପାଞ୍ଚଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ ଜାତୀୟ କର୍ମଶାଳା ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି।

ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ‘କୁଇ’ ବା ‘ଦେଶିଆ’ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କର ମୌଖକ ଭାଷା ବିକାଶ, ପଠନ ଓ ଲିଖନ ଦକ୍ଷତା ବିକାଶ ଉପଯୋଗୀ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ଶିକ୍ଷାର୍ଥୀ ତଥା ଶିକ୍ଷକମାନଙ୍କୁ ଯୋଗାଇଦେବା। ଏହି କର୍ମଶାଳାଟି NCERTର ମାନ୍ୟବର ନିର୍ଦ୍ଦେଶକ ପ୍ରଫେସର ଦିନେଶ ପ୍ରସାଦ ସାକଲାନି ଏବଂ ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ,ର ମାନ୍ୟବର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀଙ୍କ ମିଳିତ ସହଯୋଗ କ୍ରମେ ଓଡ଼ିଆ ଶାସ୍ତ୍ରୀୟ ଭାଷା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହେବ।

ଏଥିରେ ସଦସ୍ୟ ଡ. ମହେନ୍ଦ୍ର କୁମାର ମିଶ୍ର, ପ୍ରଫେସର ଗୋପବନ୍ଧୁ ମହାନ୍ତି, ଡ. ପରମାନନ୍ଦ ପଟେଲ, ଡ. ରାଜେନ୍ଦ୍ର ପାଢ଼ୀ, ଡ. କପିଳ ଖେମଣ୍ଡୁ, ଡ. ରୁଦ୍ରାଣୀ ମହାନ୍ତି, ଡ. ଗୋବିନ୍ଦ ଚନ୍ଦ୍ର ପେଣ୍ଡେଇ, ସୁରେଶ ଖରା, ସନା ସାନ୍ତା, ତ୍ରିନାଥ ଖରା, ସୋମନାଥ ଅମାନତ୍ୟ, ଗୀତାଞ୍ଜଳି ପୂଜାରୀ, ନାରାୟଣ ମାଝି, ଗୋବିନ୍ଦ କୁମ୍ଝରିଆ, ସୁରେନ୍ଦ୍ର ତନ୍ତୀ ଏବଂ ଶିବଶଙ୍କର ପଟ୍ଟନାୟକ ପ୍ରମୁଖ ଯୋଗଦାନ କରିବେ।

ଓଡିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ କେନ୍ଦ୍ର ସରକାର ଜାତୀୟ ଶିକ୍ଷାନୀତି-୨୦୨୦
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026

2026 IPL ର ଉଦଘାଟନୀ ଉତ୍ସବ ବାତିଲ: ଜାଣନ୍ତୁ କାରଣ

March 27, 2026
Latest News

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026

2026 IPL ର ଉଦଘାଟନୀ ଉତ୍ସବ ବାତିଲ: ଜାଣନ୍ତୁ କାରଣ

March 27, 2026

ନିର୍ବାଚନ ହେବାକୁ ଥିବା ୫ ଟି ରାଜ୍ୟରେ ବିଜେପି ର ବିଧାୟକ ସଂଖ୍ୟା କେତେ?: ଜାଣନ୍ତୁ ସ୍ଥିତି

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.