Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ ଫିଲ୍ମ ‘ଟି’ ର ପ୍ରଚାର
ଆଜିର ଖବର

‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ ଫିଲ୍ମ ‘ଟି’ ର ପ୍ରଚାର

May 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବହୁ ପ୍ରତିକ୍ଷିତ ଫିଲ୍ମ ‘ଟି’ ରିଲିଜ୍ ହୋଇଛି ଓଡ଼ିଶାର ସମସ୍ତ ପ୍ରମୁଖ ଫିଲ୍ମ ହଲ୍ ରେ ଓ ଦର୍ଶକଙ୍କ ଭଲପାଇବା ମଧ୍ୟ ସାଉଁଟିଛି। ଟ୍ରାନ୍ସଜେଣ୍ଡରଙ୍କ ଜୀବନୀକୁ ନେଇ ଓଡିଆ ଫିଲ୍ମ ‘ଟି’ର ଟିମ୍ ପହଞ୍ଚିଥିଲା ୨୮ ତାରିଖ, ରବିବାର ସନ୍ଧ୍ୟାରେ ଭୁବନେଶ୍ୱରର ଜନତା ମୈଦାନ ଠାରେ ଆୟୋଜିତ ହେଉଥିବା ‘ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩’ ରେ। ସାଧାରଣ ଜନତାଙ୍କ ସହ ପୁରା ଟିମ୍ ମିଶିଥିଲା ଓ ଶୁଟିଂ ସମୟର କିଛି ଅଭୂଲା ସ୍ମୃତି ବାଣ୍ଟିବା ସହ ଗୋଟେ ସାଧାରଣ କୁଇଜ୍ ମଧ୍ୟ ଆୟୋଜନ ହୋଇଥିଲା। ସଠିକ ଉତ୍ତର ଦେଇଥିବା କିଛି ଦର୍ଶକଙ୍କୁ ‘ଟି’ ର ମାଗଣା ଟିକେଟ୍ ମଧ୍ୟ ଦିଆ ଯାଇଥିଲା।

ଉପସ୍ଥିତ ଦର୍ଶକ ଦେଖିଥିଲେ ଟ୍ରାନ୍ସଜେଣ୍ଡର କମ୍ୟୁନିଟିର ମେଘନାଙ୍କ ସଂଘର୍ଷର କାହାଣୀ ଫିଲ୍ମ ‘ଟି’ର ଟ୍ରେଲର୍ କୁ। ଏହି ଟ୍ରେଲର୍ ଦର୍ଶକ ମାନଙ୍କ ମଧ୍ୟରେ ଏକ ଉତ୍ସାହ ଭରିଦେଇଥିଲା।  ସମସ୍ତେ କରତାଳି ଦେଇ ଉପଭୋଗ କରିଥିଲେ ଏହି ଟ୍ରେଲର୍। ଏହି ଅବସରରେ ମୀରା ପରିଡ଼ା ଙ୍କ ସହ ଉପସ୍ଥିତ ଥିଲେ ନିଜେ ମେଘନା ସାହୁ। ଅନ୍ୟ ମାନଙ୍କ ମଧ୍ୟରେ ଥିଲେ ଫିଲ୍ମର କଳାକାର ହର ରଥ, ଦେବାଶିଷ ସାହୁ, ରଣବୀର କାଲସି, ନିର୍ଦେଶକ ଜିତେଶ କୁମାର ପରିଡ଼ା। ‘ଟି’ର ପୁରା ଟିମ୍ ଉପସ୍ଥିତ ସମସ୍ତ ଦର୍ଶକଙ୍କୁ ତାଙ୍କ ଫିଲ୍ମ ଦେଖିବାକୁ ଅନୁରୋଧ କରିଥିଲେ।

ଫିଲ୍ମର କାହାଣୀ ପରି ଫିଲ୍ମର ପ୍ରମୋସନର କନସେପ୍ଟ ବି ସମ୍ପୂର୍ଣ ନୂଆ ଓ ଦମଦାର୍ ତେଣୁ ଦର୍ଶକ ବହୁମାତ୍ରାରେ ଏହି ଫିଲ୍ମ ଦେଖିବାକୁ ହଲକୁ ଆସିବେ ବୋଲି ଫିଲ୍ମର ପ୍ରଚାର ଓ ପ୍ରସାର ଦାୟିତ୍ବରେ ଥିବା ମିଡ଼ିଆ ପ୍ଲାନର୍ ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି।

ମଜବୁତ୍ ବିଷୟବସ୍ତୁ ଓ କାହାଣୀ ଉପରେ ଓଡିଆ ଫିଲ୍ମ ‘ଟି’ ରିଲିଜ୍ ହୋଇଛି ମଇ ୨୫ ତାରିଖରେ ଆପଣଙ୍କ ନିକଟସ୍ଥ ଫିଲ୍ମ ହଲ୍ ରେ। ଟ୍ରାନ୍ସଜେଣ୍ଡର କମ୍ୟୁନିଟିର ମେଘନାଙ୍କ ସଂଘର୍ଷର କାହାଣୀ ତାଙ୍କର ଜନ୍ମରୁ ଆରମ୍ଭ କରି ତାଙ୍କ ବୈବାହିକ ଜୀବନ ଯାଏଁ ଲମ୍ବିନି ବରଂ ତାଙ୍କ ସମ୍ପ୍ରଦାୟର ଲୋକଙ୍କ ସ୍ୱର ହେବାର ପରିଧିକୁ ବି ପାର କରିଛି ଏହି ଫିଲ୍ମରେ। ପୂର୍ବରୁ ଏହି ଚଳଚ୍ଚିତ୍ର ମୁମ୍ବାଇର ଗୋଲଡେନ୍ ଜୁରି ଫିଲ୍ମ ଫେଷ୍ଟିଭାଲରେ ସର୍ବୋତ୍ତମ ଏଲଜିବିଟି ଚଳଚ୍ଚିତ୍ର ପୁରସ୍କାର ଜିତି ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଏକ ଗୌରବମୟ ପୃଷ୍ଠା ଯୋଡ଼ି ସାରିଛି। ଜିତେଶ କୁମାର ଫିଲ୍ମଜ ଓ ଆର ଆର ଆର ମୋସନ ପିକ୍ଚର୍ସର ପ୍ରଯୋଜନା ତଥା ବିଘ୍ନହର୍ତା ମୁଭିଜ, ମୋହିତ କୁମାର ପୁରୀ ଓ ହିମାଦ୍ରି ତନୟା ଦାସଙ୍କ ସହ ପ୍ରଯୋଜନା ତଥା ଥମ୍ରିତା ମୋହନ୍ ସମ୍ଭୂତି ସୋମା କିରଣ ଜେନା, ରାଜଶ୍ରୀ ମହାପାତ୍ରଙ୍କ ସହ ପ୍ରଯୋଜନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ଦେବାଶିଷ ସାହୁ, ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି।

'ଟି' ଜନତା ମୈଦାନ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026
Latest News

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.