Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଚଳିତ ରଥଯାତ୍ରାର ସୁପରିଚାଳନା ନେଇ ବୈଠକ
ଆଜିର ଖବର

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଚଳିତ ରଥଯାତ୍ରାର ସୁପରିଚାଳନା ନେଇ ବୈଠକ

May 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଆମାନଙ୍କର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର କେନ୍ଦ୍ରବିନ୍ଦୁ ହେଉଛନ୍ତି ପ୍ରଭୁ ଜଗନ୍ନାଥ। ରଥଯାତ୍ରା ହେଉଛି ଓଡ଼ିଆ ଜାତିର ସବୁଠାରୁ ଶ୍ରେଷ୍ଠ ପର୍ବ। ଦେଶବିଦେଶରୁ ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଆସନ୍ତି। ଚଳିତ ରଥଯାତ୍ରାରେ ସୂଚନା ଓ ଲୋକସଂପର୍କ ବିଭାଗ ଉପରେ ନ୍ୟସ୍ତ ସମସ୍ତ କାର୍ଯ୍ୟକୁ ଅଧିକ ଆନ୍ତରିକତା ଓ ବ୍ୟବସ୍ଥିତ ଢଙ୍ଗରେ ନିର୍ବାହ କରି ରଥଯାତ୍ରାକୁ ଅଧିକ ସରସସୁନ୍ଦର କରିବା ପାଇଁ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ କହିଛନ୍ତି।

ଆଜି ଲୋକସଂପର୍କ ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୩ ଉପଲକ୍ଷେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଅମାତ ବିଗତ ବର୍ଷମାନଙ୍କରେ ଦେଖଯାଇଥିବା ଅସୁବିଧାଗୁଡ଼ିକର ସମାଧାନ ଉପରେ ବିଶେଷ ଦୃଷ୍ଟି ଦେଇ ଚଳିତ ବର୍ଷର ରଥାଯାତ୍ରାକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ କହିଲେ ଯେ ରଥଯାତ୍ରା ହେଉଛି ଓଡ଼ିଆ ଅସ୍ମିତାର ପ୍ରତୀକ। ରଥଯାତ୍ରାରେ ନିର୍ଦ୍ଦିଷ୍ଟ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗକୁ ସୁଯୋଗ ଦେଇଛନ୍ତି। ଏହା ବିଭାଗ ପାଇଁ ଗର୍ବ ଓ ଗୌରବର ବିଷୟ। ବିଭାଗ ଉପରେ ନ୍ୟସ୍ତ ଦାୟିତ୍ୱଗୁଡ଼ିକୁ ଗତବର୍ଷ ତୁଳନାରେ ଅଧିକ ସୁଚାରୁ ରୂପେ ସଂପାଦିତ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ରଥଯାତ୍ରା ବିଶେଷାଙ୍କ ତଥା ଜଗନ୍ନାଥ ଜଣାଣ ଆଦି ପୁସ୍ତିକାର ପ୍ରକାଶନ ଏବଂ ଭକ୍ତମାନଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ପୁରୀଠାରେ ଏହାର ବିକ୍ରୟ ଉପରେ ମତ ରଖିଥିଲେ।
ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ଦେବା ସହ ଆଲୋଚନା ନିମେନ୍ତ ବିଭିନ୍ନ ବିଷୟ ଉପସ୍ଥାପନ କରିଥିଲେ। ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରଥଯାତ୍ରାର ସିଧା ପ୍ରସାରଣ କରାଯିବ ଓ ବିଭିନ୍ନ ବୈଦୁ୍ୟତିକ ଗଣମାଧ୍ୟମକୁ ଲାଇଭ୍‌ କମନ୍‌ ଫିଡ୍‌ ଯୋଗାଇ ଦିଆଯିବ। ଭକ୍ତମାନଙ୍କ ସୁବିଧା ନିମନ୍ତେ ପୁରୀର ୧୧ଟି ପ୍ରମୁଖ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ କରାଯିବ। ବିଭାଗ ପକ୍ଷରୁ ସମସ୍ତ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ, ଘୋଡ଼ାନାଚ ଇତ୍ୟାଦି ଲୋକକଳା ଏବଂ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପ୍ରତ୍ୟେକ ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଙ୍ଗମଞ୍ଚରେ ଭଜନ ସମାରୋହ ଆୟୋଜିତ ହେବ।

ମହାନ ଜଗନ୍ନାଥ ସଂସ୍କୃତି ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଉପରେ ଆଧାରିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ। ରଥଯାତ୍ରା ସଂପର୍କିତ ଖବର ସଂଗ୍ରହ ପାଇଁ ରାଜ୍ୟସ୍ତରୀୟ ସାମ୍ବାଦିକମାନଙ୍କ ପୁରୀ ଗସ୍ତ ଉପରେ ଆଲୋଚନା ହୋଇଥିଲା। ସରକାରଙ୍କ ବିଭିନ୍ନ ଲୋକକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ନେଇ ସାମାଜିକ ଗଣମାଧ୍ୟମ, ଖବରକାଗଜ, ରେଡ଼ିଓ ଜିଙ୍ଗିଲ୍‌ ଓ ବୈଦୁ୍ୟତିକ ଗଣମାଧ୍ୟମରେ ବିଜ୍ଞାପନ ପ୍ରସାରଣ କରାଯିବ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସଂପର୍କିତ ବିବରଣୀ ହୋଡିଙ୍ଗ୍‌ ମାଧ୍ୟମରେ ପ୍ରଦର୍ଶିତ ହେବ।

ଏହି ଅବସରରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡ. ପ୍ରଦୀପ କୁମାର ରାଉତ, ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ଓଡ଼ିଆ ଜାତି ପ୍ରଦିପ କୁମାର ଅମାତ ପ୍ରସ୍ତୁତି ବୈଠକ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.