Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାପାନରେ ଓଡ଼ିଶା ମହୋତ୍ସବ
ଆଜିର ଖବର

ଜାପାନରେ ଓଡ଼ିଶା ମହୋତ୍ସବ

May 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଆ ଓ ଜାପାନୀମାନଙ୍କ ଜୀବନଧାରାରେ ବ୍ୟାପକ ସାମଞ୍ଜସ୍ୟ ରହିଛି। ଖାଦ୍ୟସଂସ୍କୃତି ସହିତ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ କର୍ମପ୍ରବଣତା ସମାନ ହୋଇଥିବାବେଳେ ଓଡ଼ିଶା ଓ ଜାପାନ ମଧ୍ୟରେ ସାଂସ୍କୃତିକ ସଂପର୍କ ବିଶେଷ ଉଲ୍ଲେଖଯୋଗ୍ୟ ବୋଲି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମତ ଦେଇଛନ୍ତି।

ଜାପାନର ରିଉକୋକୁ ବିଶ୍ୱବିଦ୍ୟାଳୟର କିଓଟୋ ହଲ୍‌ରେ ଓଡ଼ିଶା କଲଚରାଲ୍‌ ଏକ୍ସଚେଞ୍ଜ ସୋସାଇଟି ଜାପାନ ଆନୁକୂଲ୍ୟରେ ଆୟୋଜିତ ‘ଓଡ଼ିଶା ମହୋତ୍ସବ’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପଣ୍ଡା କହିଲେ ଯେ ଓଡ଼ିଶାର ଧଉଳିଠାରେ ୧୯୭୩ ମସିହାରେ ଭାରତ-ନିପନ ବୌଦ୍ଧ ସଂଘ ପକ୍ଷରୁ ସ୍ଥାପିତ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ନିକଟରେ ପାଳିତ ହୋଇଥିବାବେଳେ ଓଡ଼ିଶାରେ ବୌଦ୍ଧ ପର୍ଯ୍ୟଟନର ବିଶେଷ ଗୁରୁତ୍ୱ ରହିଛି।

ଶ୍ରୀ ପଣ୍ଡା କହିଲେ ଯେ ଓଡ଼ିଶା ଜାପାନ ସଂପର୍କ ଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ଜାପାନୀ ଭାଷା ଶିକ୍ଷଣ ଓ ଜୈବପ୍ରଯୁକ୍ତି କ୍ଷେତ୍ରରେ ଅଧିକତର ଗବେଷଣା ଏବଂ ଅଧ୍ୟୟନ ପାଇଁ ପ୍ରୟାସ ବିଶେଷ ଭାବରେ ଫଳପ୍ରଦ ସାବ୍ୟସ୍ତ ହେବ। ସହଭାଗିତା ବଳରେ ଓଡ଼ିଶା-ଜାପାନ ସଂପର୍କ ଦୃଢ଼ତର ହେବ ବୋଲି ମନ୍ତ୍ରୀ ଶ୍ରୀ ପଣ୍ଡା ଆଶାପ୍ରକାଶ କରିଥିଲେ।

ଓଡ଼ିଶା-ଜାପାନ ସଂସ୍କୃତିକ ପୃଷ୍ଠଭୂମି ଉପରେ ରାଜ୍ୟସଭା ସଦସ୍ୟ ସୁଜିତ କୁମାର, କିଓଟୋ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର କାଜିନୋବୁ ମିତ୍‌ସୁବା, ଜାପାନସ୍ଥିତ ଭାରତର କନ୍‌ସୁଲେଟ୍‌ ଜେନେରାଲ ଓସାକା କୋବେ, ଖ୍ୟାତିସଂପନ୍ନ ଚିତ୍ର ନିର୍ଦ୍ଦେଶକ ପଦ୍ମଶ୍ରୀ ନୀଳମାଧବ ପଣ୍ଡା, ବିଧାୟକ ଦେବୀପ୍ରସାଦ ମିଶ୍ର ବକ୍ତବ୍ୟ ରଖି ଜାପାନର ସଂସ୍କୃତିପ୍ରେମୀମାନଙ୍କ ଏପରି ଉଦ୍ୟମ ସାଂସ୍କୃତିକ ଭାବବିନିମୟ ଏବଂ ଅଧ୍ୟୟନକୁ ସୁଦୃଢ଼ କରିବ ବୋଲି ଆଶାବ୍ୟକ୍ତପୂର୍ବକ ଓଡ଼ିଶା ମହୋତ୍ସବ ଆୟୋଜନର ଭୂୟସୀ ପ୍ରଶଂସା କରିଥିଲେ।

ମହୋତ୍ସବରେ ଜଳବାୟୁ ପରିବର୍ତ୍ତନ ଆଧାରିତ ନୀଳମାଧବଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘କାଲିର ଅତୀତ’ ପ୍ରଦର୍ଶିତ ହୋଇଥିବାବେଳେ ଓଡ଼ିଶାର ପର୍ଯ୍ୟଟନ ବିଭବ ନେଇ ଏକ ଫଟୋ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା। ଜାପାନୀ ନୃତ୍ୟଶିଳ୍ପୀ ୟୁମିକୋ ହାନାନୋମିଆ ଓ ସୁଶ୍ରୀ ସାଚିକୋ ମୁରାକାମୀଙ୍କ ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ପରିବେଷଣ ମହୋତ୍ସବର ଅନ୍ୟତମ ଆକର୍ଷଣ ଥିଲା। କଳାହାଣ୍ଡିର ମହାବୀର ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦ ଘୁମୁରା ଓ ବଜାଶାଲ ଲୋକନୃତ୍ୟ ପରିବେଷଣ କରିଥିଲେ।

ଓଡ଼ିଶା କଲଚରାଲ୍‌ ଏକ୍ସଚେଞ୍ଜ ସୋସାଇଟି ପକ୍ଷରୁ ପରବର୍ତ୍ତୀ ସମୟରେ ଅଧିକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସୋସାଇଟିର କର୍ମକର୍ତ୍ତା ଉଲ୍ଲେଖ କରିଥିଲେ।

ଅଶୋକ ଚନ୍ଦ୍ର ପଣ୍ଡା ଜାପାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Latest News

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.