
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଆଉ ଏକ ବଡ ନିଷ୍ପତ୍ତି। ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ୟୁନିଫର୍ମ ଦେବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି।
ରାଜ୍ୟର ସମସ୍ତ ପିଲାଙ୍କୁ ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ତେବେ ଚଳିତ ଶିକ୍ଷା ବର୍ଷରୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନାରେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯିବ। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ଯୋଜନାରେ ସାମିଲ ହେବେ।