Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଗୀତକାର ଅଭିଜିତ୍ ମଜୁମଦାର ଓ ଗୀତିକାର ଗୀତା ଖୁଣ୍ଟିଆଙ୍କୁ ‘ମୂର୍ଚ୍ଛନା ସମ୍ମାନ-୨୦୨୩’
ଆଜିର ଖବର

ସଂଗୀତକାର ଅଭିଜିତ୍ ମଜୁମଦାର ଓ ଗୀତିକାର ଗୀତା ଖୁଣ୍ଟିଆଙ୍କୁ ‘ମୂର୍ଚ୍ଛନା ସମ୍ମାନ-୨୦୨୩’

June 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ବିଶିଷ୍ଟ ସଂଗୀତକାର ଅକ୍ଷୟ ମହାନ୍ତିଙ୍କ ଦ୍ଵାରା ପ୍ରତିଷ୍ଠିତ ଭାରତୀୟ ସଂଗୀତ, ଶାସ୍ତ୍ରୀୟ, ବାଦ୍ୟଯନ୍ତ୍ର, ନୃତ୍ୟ ଓ ନାଟକ, ସାଂସ୍କୃତିକ ଅନୁଷ୍ଠାନ ‘ମୂର୍ଚ୍ଛନା’ର ୧୯ତମ ବାର୍ଷିକୋତ୍ସବ ଓ ସଂଗୀତ ଉତ୍ସବ ତା. ୩୧.୦୫,୨୦୨୩ (ବୁଧବାର) ଦିନ ଭୁବନେଶ୍ୱର ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସଂଗୀତ ସାଧନା ପାଇଁ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କୁ ‘‘ସଂଗୀତକାର ସମ୍ମାନ-୨୦୨୩’’ ଓ ବିଶିଷ୍ଟ ଗୀତିକାର ଗୀତା ଖୁଣ୍ଟିଆଙ୍କୁ ‘‘ଗୀତିକାର ସମ୍ମାନ-୨୦୨୩’’ ଓ ସଂଗୀତ, ସାହିତ୍ୟ କ୍ଷେତ୍ରରେ ଆଜୀବନ ସାଧନା ପାଇଁ ଗୀତା ପଟ୍ଟନାୟକଙ୍କୁ ‘‘ଆଜୀବନ ସାଧନା ସମ୍ମାନ-୨୦୨୩’’ ରେ ସମ୍ମାନିତ କରାଯାଇଥିଲା।

ଏହି ଅବସରରେ ମୂର୍ଚ୍ଛନା ର ମୁଖ୍ୟ ଉପଦେଷ୍ଟା ବୈଷ୍ଣବ ପ୍ରସାଦ ମହାନ୍ତି ମୂର୍ଚ୍ଛନା କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। ପରେ ପରେ ସଭାପତି ପ୍ରଦୋଷ ପଟ୍ଟନାୟକ ଉଦ୍‌ବୋଧନ ଦେଇଥିଲେ। ମୂର୍ଚ୍ଛନାର ସଂପାଦକ ଅଜୟ ମହାନ୍ତି ବାର୍ଷିକ ବିବରଣୀ ପାଠ କରିଥିଲେ।

ମୁଖ୍ୟ ବକ୍ତା ନିତି ରଂଜନ ସେନ୍, ଅତିରିକ୍ତ ଶାସନ ସଚିବ, ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗ ଭୁବନେଶ୍ଵର ତାଙ୍କ ବକ୍ତବ୍ୟ ଆଲୋକପାତ କରିଥିଲେ ଓ ମୁଖ୍ୟ ଅତିଥି ସଂସ୍କୃତି ଓପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ରଙ୍କ ପ୍ରତିନିଧି ଭାଵେ ମଧୂସୁଦନ ଦାସ ଅତିରିକ୍ତ ଶାସନ ସଚିବ ଯୋଗଦେଇ ମନ୍ତ୍ରୀଙ୍କ ଶୁଭେଛା ବାର୍ତ୍ତା ପାଠ କରିବାସହ ପୁରସ୍କାର ବିତରଣ କରିଥିଲେ।

ଅନୁଷ୍ଠାନ ତରଫରୁ ଅନୁଷ୍ଠିତ ହୋଇଥିବା ଆଧୁନିକ ନୃତ୍ୟ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ସ୍ଵରୂପ ନଗଦ ରାଶି, ଫଳକ ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ଏହି ଅବସରରେ ମୂର୍ଚ୍ଛନା ର ମୂଖପତ୍ର ‘ମୂର୍ଣନା’ ଉନ୍ମୋଚିତ ହୋଇଥିଲା। ପରେ ପରେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ଜୟଶ୍ରୀ ସାହୁ, ଅଜୟ ମହାନ୍ତି, ମହେନ୍ଦ୍ର ଆଚାର୍ଯ୍ୟ, ସତରୂପା, ଶୁଭାଶିଷ ମହାକୁଡ଼ ଓ ଆର୍ଯ୍ୟ ଆଚାର୍ଯ୍ୟ ପ୍ରମୁଖ ଓଡ଼ିଆ ଚଳଚିତ୍ରର ପୁରୁଣା ସୁମଧୁର ଗୀତ ସବୁକୁ ପରିବେଷଣ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ।

ଶେଷରେ ଉପସଭାପତି ଗୋଲକ ଚରଣ ମାର୍ଥା ଧନ୍ୟବାଦ ଅର୍ପଣ କରିଥିଲେ। ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ। ମୂର୍ଚ୍ଛନା ର କର୍ମକର୍ତ୍ତା ହେମନ୍ତ ପରମଗୁରୁ, ରବିନ୍ଦ୍ର ମହାନ୍ତି, ତୁଷାରକାନ୍ତି ଚୌଧୁରୀ, ସତରୁପା, ପ୍ରଣୟ ଜେଠୀ, ଦେବେନ୍ଦ୍ର ସାହୁ ଓ ପୁଷ୍ପମିତ୍ରା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ କମଲ କିରଣ ସଂଚାଳନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.