Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହନଗା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ସ୍ୱତନ୍ତ୍ର ରକ୍ତଦାନ ଶିବିର ଆୟୋଜନ
ଆଜିର ଖବର

ବାହନଗା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ସ୍ୱତନ୍ତ୍ର ରକ୍ତଦାନ ଶିବିର ଆୟୋଜନ

June 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଲିଉଡ଼ ଅଭିନେତ୍ରୀ ଏଲିନା ସାମନ୍ତରାୟ, ସମାଜସେବୀ ହୀରାଲାଲ ଶର୍ମା ଏବଂ ସି.କେ ଶର୍ମାଙ୍କ ନେତୃତ୍ୱରେ ଭୁବନେଶ୍ୱର ରେଡ଼କ୍ରସ ଭବନ ଠାରେ ସକାଳ ୯ ଟା ରେ ବାଲେଶ୍ୱର ବାହାନଗା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତର ହୋଇ ବିଭିନ୍ନ ଡାକ୍ତରଖାନା ରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିର ରେ ନିଜର ମାନବିକତାର ପରିଚୟ ଦେଇ ରାଜଧାନୀର ଅନେକ ଜନସାଧାରଣ ରକ୍ତଦାନ‌ କରିବାକୁ ଲମ୍ବା ଧାଡି ଲାଗିଥିଲା। ଭୁବନେଶ୍ବରର ଅନେକ ରାଜନେତା, ସ୍ଵେଚ୍ଛାସେବୀଙ୍କ ସହିତ ସିନେମା ଜଗତ ସହିତ ଜଡିତ ଥିବା ଅନେକପ୍ରଯୋଜକ, ଅଭିନେତା, ଅଭିନେତ୍ରୀ ମଧ୍ୟ ଯୋଗଦେଇ ସ୍ବେଛାକୃତ ଭାବେ ରକ୍ତଦାନ କରିଛନ୍ତି।

ପିପିଲିର ଯୁବ ବିଧାୟକ ରୁଦ୍ର ମହାରଥୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ରୋଜାଲିନ ପଟ୍ଟଶାଣୀ, ଋଷି ପଟ୍ଟନାୟକ, ସିନେ ପ୍ରଯୋଜକ ସଚିକାନ୍ତ ଜେନା, ଟୁଟୁ ନାୟକ, ଜୀତେଶ ପରିଡା, ସାନୁ ରଥ, ଚଳଚ୍ଚିତ୍ର ଅଭିନେତ୍ରୀ ଭୂମିକା ଦାଶ, ଶୀତଲ ପାତ୍ର, ଓଲିଉଡ଼ ମିଡ଼ିଆ ପ୍ଲାନର ପ୍ରଣୟ ଜେଠୀ ଶିବିରରେ ଯୋଗଦେଇ ରକ୍ତଦାନ କରିବା ସହିତ ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ ଏବଂ ମାନବିକତାର ପରିଚୟ ଦେଇଥିବାରୁ ସମସ୍ତଙ୍କୁ ପ୍ରଶଂସା ସହିତ ଧନ୍ୟବାଦ ଜଣାଇଥିଲେ।

ଦିନ ୩ ଟା ପର୍ଯ୍ୟନ୍ତ ୧୬୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ଏବଂ ଆହୁରି ୯୫ ଜଣ ରକ୍ତଦାନ ପାଇଁ ଧାଡିରେ ଥିଲେ। ଅଭିନେତ୍ରୀ ଏଲିନା ସାମନ୍ତରାୟ ଏବଂ ତାଙ୍କ ସହଯୋଗୀ ଏହି ମହତ କାର୍ଯ୍ୟକ୍ରମ ପାଇଁ ସମସ୍ତେ ଉଚ୍ଚ ପ୍ରଶଂସା କରିଥିଲେ।

ରେଡକ୍ରସ ଭବନର ଡାକ୍ତର ରଘୁନାଥ ବେହୁରା, ଡାକ୍ତର ଗୀତା ମିଶ୍ର ଏବଂ ରେଡକ୍ରସର ସମ୍ପାଦକ ବିଭୁତି ଭୂଷଣ ପଟ୍ଟନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ରକ୍ତଦାନ‌ଶିବିର ପରିଚାଳନା ସହିତ ସମସ୍ତ ପ୍ରକାର ସହଯୋଗ କରିଥିଲେ।

ଏଲିନା ସାମନ୍ତରାୟ ବାହନଗା ଭୁବନେଶ୍ୱର ମର୍ମନ୍ତୁଦ ରେଳ ଦୁର୍ଘଟଣା ରକ୍ତଦାନ ଶିବିର ରେଡ଼କ୍ରସ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.