ଖୋର୍ଦ୍ଧା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

Published: Jun 5, 2023, 7:24 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୩୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବାବେଳେ ସେଥିମଧ୍ୟରୁ ୨୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ, ୦୩ ଗୋଟି ସାମୁହିକ, ୨ ଗୋଟି ଅଭିଯୋଗର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ୧୦ ହଜାର ଟଙ୍କା ର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନ ଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ, ସ୍ଥାନୀୟ ବି. ଡ଼ି.ଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts