
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ଆହୁରି ମଜବୁତ କରିବ।
କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ଯେ, “ଏହା ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶନ କରିବ ଓ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ମଜବୁତ କରିବ।”