Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଟି ଭୁବନେଶ୍ୱରରେ ଭର୍ଚ୍ଚୁଆଲ ଏବଂ ଅଗମେଣ୍ଟେଡ୍ ରିଆଲିଟି ସେଣ୍ଟର ଉଦଘାଟିତ
ଆଜିର ଖବର

ଆଇଆଇଟି ଭୁବନେଶ୍ୱରରେ ଭର୍ଚ୍ଚୁଆଲ ଏବଂ ଅଗମେଣ୍ଟେଡ୍ ରିଆଲିଟି ସେଣ୍ଟର ଉଦଘାଟିତ

June 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଆଇଆଇଟି ଭୁବନେଶ୍ୱରରେ ଭର୍ଚ୍ଚୁଆଲ ଏବଂ ଅଗମେଣ୍ଟେଡ୍ ରିଆଲିଟି ସେଣ୍ଟର ଅଫ୍ ଏକ୍ସଲେନ୍ସ ଉଦଘାଟନ କରିଛନ୍ତି। ଏହା ସେଣ୍ଟର ବିଭିନ୍ନ କ୍ଷେତ୍ରରେ ଡିଜିଟାଲ ପରିବର୍ତ୍ତନ ତ୍ୱରାନ୍ୱିତ କରିବ ଓ ଆପ୍ଲିକେସନ୍ ଦ୍ୱାରା ପରିଚାଳିତ ଗବେଷଣାକୁ ପ୍ରୋତ୍ସାହନ ଦେବା ସହ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବ ବୋଲି ସେ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ସ୍ଥାପତ୍ୟ ଆଦି କ୍ଷେତ୍ରରେ ପରିବର୍ତ୍ତନ କରିବା ପାଇଁ ଏଆର ଏବଂ ଭିଆର ପାଖରେ ଅପାର ସାମର୍ଥ୍ୟ ରହିଛି। ଏହିଭଳି ଭାବେ ଆଇଆଇଟି ଭୁବନେଶ୍ୱର  ନ୍ୟୁ ଇଣ୍ଡିଆର ପରିବର୍ତ୍ତିତ ଆକାଂକ୍ଷା ସହ ତାଳ ଦେଇ ନବସୃଜନ ଏବଂ ସମାଧାନର ସ୍ଥାନୀୟକରଣ କରିବା ଉପରେ ଗୁରୁତ୍ୱ ଦେବା ଦରକାର।

ଆଇଆଇଟି ଭୁବନେଶ୍ୱର ଉନ୍ନତମାନର ପରୀକ୍ଷାମୂଳକ ସୁବିଧା ପ୍ରଦାନ କରିବା ପାଇଁ ଦୁଇଟି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ପ୍ରଶଂସନୀୟ। ଗୋଟିଏ ହେଲା ମ୍ୟାଟେରିଆଲ ପଦ୍ଧତିକୁ ଜାଣିବା ସହ ପ୍ରକ୍ରିୟାକରଣ, ଉତ୍ପାଦନ କେନ୍ଦ୍ର ଏବଂ ଅନ୍ୟଟି ହେଲା ଲାବୋରେଟୋରୀ  ଗ୍ରୋନ ଡାଇମଣ୍ଡ କେନ୍ଦ୍ର। ଏହି ସୁବିଧା ଶିକ୍ଷାନୁଷ୍ଠାନର ଗବେଷଣା ଓ ବିକାଶ ଏବଂ ନବସୃଜନ କ୍ଷେତ୍ରକୁ ସମ୍ପ୍ରସାରଣ କରିବ। ମ୍ୟାଟେରାଲ ସାଇନ୍ସରେ ନବସୃଜନ ଏବଂ ଗବେଷଣାକୁ ସୁଦୃଢ଼ କରିବ। ଶିଳ୍ପ-ଶିକ୍ଷାଗତ ସମ୍ପର୍କକୁ ପ୍ରୋତ୍ସାହିତ କରିବା ସହ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକୌଶଳର ବିକାଶରେ ସହାୟତା କରିବ । ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ସଙ୍ଗେସଙ୍ଗେ ନିଯୁକ୍ତି ବୃଦ୍ଧି କରିବ ଏବଂ ଭାରତକୁ ଆତ୍ମନିର୍ଭର କରିବ।

ଏହି ଅବସରରେ ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନର ନବନିଯୁକ୍ତ ସମସ୍ତ ଅଧ୍ୟାପକମାନଙ୍କୁ ଭେଟି ଅଭିନନ୍ଦନ ଜଣାଇଥିଲେ। ଯୁବକମାନଙ୍କ ମନରେ ସାମାଜିକ ଦାୟିତ୍ୱ ସୃଷ୍ଟି କରିବା ଏବଂ ଜାତୀୟ ଶିକ୍ଷା ନୀତିର ଦର୍ଶନ ଅନୁଯାୟୀ ବୈଶ୍ୱିକ ନାଗରିକ ହେବା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଜାତୀୟ ଶିକ୍ଷା ନୀତି ହେଉଛି, ଏକବିଂଶ ଶତାବ୍ଦୀରେ ବିଶ୍ୱର ମାନବ ସମ୍ବଳର ଆବଶ୍ୟକତାକୁ ପୂରଣ କରିବା ଭଳି ଏକ ଦାର୍ଶନିକ ତତ୍ତ୍ୱ। ଏକ ଆଧୁନିକ, ସାଂସ୍କୃତିକ ଭିତ୍ତିକ ଓ ବିକଶିତ ଭାରତର ଲକ୍ଷ୍ୟକୁ ସାକାର କରିବା ପାଇଁ ଆମେ ସମସ୍ତେ ଏହାକୁ କାର୍ଯ୍ୟକାରୀ କରିବା ଉଚିତ୍।

ଆଇଆଇଟି ଭୁବନେଶ୍ୱର ଠାରେ ଶ୍ରୀ ପ୍ରଧାନ ଆଇଆଇଟି ଭୁବନେଶ୍ୱର ସମେତ ଆଇଆଇଏମ ସମ୍ବଲପୁର, ଏନଆଇଟି ରାଉରକେଲା, ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟ ଏବଂ ଆଇଜର ବ୍ରହ୍ମପୁରର ଭିତ୍ତିଭୂମି, ରିସର୍ଚ୍ଚ ପ୍ରଜେକ୍ଟ ଏବଂ ଏକାଡେମିକ୍ ପ୍ରୋଗ୍ରାମ ଉପରେ ଶ୍ରୀ ପ୍ରଧାନ ସମୀକ୍ଷା କରିଥିଲେ।

ଆଇଆଇଟି ପରିସରରେ ବୃକ୍ଷରୋପଣ କରିବା ସହ କ୍ୟାମ୍ପସକୁ ସବୁଜ ଓ ସୁନ୍ଦର ରଖିବା ବ୍ୟାପକ ବୃକ୍ଷରୋପଣ ଅଭିଯାନ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଇଆଇଟି ଆସିଲେ ନୂଆ ବିଷୟ ଜାଣିବାକୁ ମିଳିଥାଏ। ଏହି ଅନୁଷ୍ଠାନ ଆମକୁ ସର୍ବଦା ନୂଆ ଉର୍ଜା, ପ୍ରେରଣା ଦେଇଥାଏ ଏବଂ ଶିକ୍ଷାର୍ଥୀମାନଙ୍କୁ ନିଜ ଭିତରେ ଜାଗ୍ରତ କରିଥାଏ ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀ।

ଆଇଆଇଟି ଭୁବନେଶ୍ୱର ଧର୍ମେନ୍ଦ୍ର ପ୍ରଧାନ ସ୍ୱାସ୍ଥ୍ୟସେବା
Share. Facebook Twitter LinkedIn Email WhatsApp Copy Link

Related Posts

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026
Latest News

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.