Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬ ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀଙ୍କ ଶିକ୍ଷା ବିଭାଗ ପରିଦର୍ଶନ
ଆଜିର ଖବର

୬ ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀଙ୍କ ଶିକ୍ଷା ବିଭାଗ ପରିଦର୍ଶନ

June 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି। ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେସନରେ ତାଲିମ ନେବାକୁ ଥିବା ଏହି ପ୍ରଶାସନିକ ଅଧିକାରୀ ଗୁରୁବାର ଦିନ ମୋ ସ୍କୁଲ କାର୍ଯ୍ୟାଳୟ, ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ କାର୍ଯ୍ୟାଳୟ ଓ ଚନ୍ଦ୍ରଶେଖରପୁରଠାରେ ଥିବା ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମଗୁଡିକ ସମ୍ବନ୍ଧରେ ସେମାନଙ୍କୁ ଅବଗତ କରିଛନ୍ତି। ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନର୍ଦ୍ଦେଶକ ଅନୁପମ ସାହା ପ୍ରଶାସନିକ ଶାସନ ବ୍ୟବସ୍ଥା ଏବଂ ୫-‘ଟି’ ହାଇସ୍କୁଲ୍‌ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ବିଷୟରେ ସେମାନଙ୍କୁ କହିଥିଲେ। ସେହିଭଳି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ର, ମୋ ସ୍କୁଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅମରଜିତ୍‌ ଜେନା ଓ ମୋ ସ୍କୁଲର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ବିଷୟରେ ସେମାନଙ୍କୁ ଅବଗତ କରିଥିଲେ।

୫-‘ଟି’ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୋ ସ୍କୁଲ ଅଧିନରେ ପୁରାତନ ଛାତ୍ରଛାତ୍ରୀଙ୍କ ଅବଦାନ, ସମଗ୍ର ଶିକ୍ଷା, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଆଦି କାର୍ଯ୍ୟକ୍ରମର ବିସ୍ତୃତ ଧାରଣା ସେମାନଙ୍କୁ ପ୍ରଦାନ କରାଯାଇଛି। ୨୦୨୨ ବ୍ୟାଚ୍‌ ଓଡିଶା କ୍ୟାଡରର ଏହି ୬ଜଣ ପ୍ରଶାସନିକ ଅଧିକାରୀ ରାଜ୍ୟ ସ୍ତରରେ ମୟୂରଭଞ୍ଜ, ଗଞ୍ଜାମ, ଝାରସୁଗଡା, ସମ୍ବଲପୁର, ସୁନ୍ଦରଗଡ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଏକ ବର୍ଷ ତାଲିମ ନେବେ। ଓଡିଶାରେ ତାଲିମ ସମାପ୍ତ ପରେ ସେମାନେ ଉତ୍ତରାଖଣ୍ଡର ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାସନାଲ ଏକାଡେମୀ ଅଫ ଆଡମିନିଷ୍ଟ୍ରେସନରେ ତାଲିମ ଗ୍ରହଣ କରିବେ। ଏହାପରେ ଓଡିଶାରେ ସେମାନଙ୍କ ପାଇଁ ଦିଆଯାଇଥିବା ନିଜ ନିଜ ଜିଲ୍ଲାରେ କାର୍ଯ୍ୟରେ ଯୋଗଦେବେ।

ଓଡିଶା କ୍ୟାଡର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜେଲ ଅଭାବରୁ ଚିଲିକାରେ ଫସିଲା ୪୦ ଡଙ୍ଗା

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026
Latest News

ଡିଜେଲ ଅଭାବରୁ ଚିଲିକାରେ ଫସିଲା ୪୦ ଡଙ୍ଗା

May 16, 2026

ସପ୍ତାହରେ ଦୁଇଥର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି କରାଯିବ : ସୁପ୍ରିମକୋର୍ଟ

May 16, 2026

ସାଇବର ଠକଙ୍କ ପାଇଁ ଆସିଗଲା CBI ABHAY, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ 

May 16, 2026

ଆଜି ୧୬ ତାରିଖ ଶନିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 16, 2026

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.