Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ବିଧାନସଭାରେ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ: ନେଭା ସେବାକେନ୍ଦ୍ର ଉଦ୍‌ଘାଟିତ
ଆଜିର ଖବର

ଓଡିଶା ବିଧାନସଭାରେ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ: ନେଭା ସେବାକେନ୍ଦ୍ର ଉଦ୍‌ଘାଟିତ

June 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ନେଭା (ନ୍ୟାସନାଲ୍‌ ଇ-ବିଧାନ) ଜରିଆରେ ପେପରଲେସ୍‌ ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରି ଆଗାମୀ ଦିନରେ ଓଡ଼ିଶା ବିଧାନସଭାର ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ ଏବଂ ଡିଜିଟାଲ ମାଧ୍ୟମରେ କରାଯିବ। ଏଥି ପାଇଁ ପର୍ଯ୍ୟାୟ କ୍ରମେ ଓଡ଼ିଶା ବିଧାନସଭାର ସମସ୍ତ ପଦାଧିକାରୀ ଏବଂ ମାନ୍ୟବର ସଦସ୍ୟମାନଙ୍କୁ ଏନ୍‌ଆଇସି ଏବଂ ଓକାକ୍‌ କର୍ତ୍ତୃପକ୍ଷଙ୍କ ଦ୍ୱାରା ତାଲିମ ପ୍ରଦାନ କରାଯିବ।

ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ୱାରା ଓଡ଼ିଶା ବିଧାନସଭା ପରିସରରେ ନେଭା ସେବା କେନ୍ଦ୍ର ଉଦ୍‌ଘାଟିତ ହେବା ସହ ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଆଜି ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାରେ କାର୍ଯ୍ୟରତ ସମସ୍ତ ସହକାରୀ ଉପବିଭାଗ ଅଧିକାରୀ ଏ ସମ୍ବନ୍ଧରେ ତାଲିମ ଗ୍ରହଣ କରିଛନ୍ତି।

ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂହ କହିଲେ ଯେ ନେଭାକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ବିଧାନସଭା ଦେଶରେ ଅଗ୍ରଣୀ। ଓଡ଼ିଶା ବିଧାନସଭାର ସମସ୍ତ କର୍ମଚାରୀ ଓସ୍ୱାସ୍‌ରେ କାର୍ଯ୍ୟ କରିବାରେ ଅଭ୍ୟସ୍ତ ଥିବାରୁ ଧାର୍ଯ୍ୟ ଜୁଲାଇ ମାସ ମଧ୍ୟରେ ତାଲିମ ସମାପ୍ତ କରି ନେଭା ଆପ୍ଲିକେସନ୍‌ ପ୍ରୟୋଗରେ ସଫଳ ହେବେ ବୋଲି ଶ୍ରୀ ସିଂହ ଆଶାପ୍ରକାଶ କରିଥିଲେ।

ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଧାନସଭା ସଚିବ ଦାଶରଥୀ ଶତପଥୀ ବିଧାନସଭା ପ୍ରଶ୍ନଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ଇ-ବିଧାନ ମାଧ୍ୟମରେ ସଂପନ୍ନ କରିବା ପାଇଁ ବିଧାନସଭାର କର୍ମଚାରୀ ଓ ଅଧିକାରୀମାନଙ୍କୁ ଏହି ତାଲିମ କାର୍ଯ୍ୟକ୍ରମ ବିଶେଷ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ।

ପ୍ରକାଶଯୋଗ୍ୟ ଯେ ୨୦୧୮ ମସିହାରେ ଦେଶରେ ‘ୱାନ୍‌ ନେସନ୍‌, ୱାନ୍‌ ଆପ୍ଲିକେସନ୍‌’ ପଦ୍ଧତି ଆରମ୍ଭ କରିବା ପାଇଁ ନ୍ୟାସନାଲ୍‌ ଇ-ବିଧାନ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିଲା। ସମଗ୍ର ଦେଶରେ ବିଧାନସଭାର କାର୍ଯ୍ୟାବଳୀକୁ ଡିଜିଟାଲ୍‌ ପ୍ରଣାଳୀରେ ସଂପନ୍ନ କରିବା ଇ-ବିଧାନର ଉଦ୍ଦେଶ୍ୟ। ଏହି ଆପ୍ଲିକେସନ୍‌ ଦ୍ୱାରା ବିଧାନସଭା କାର୍ଯ୍ୟକ୍ରମ ସଂପର୍କିତ ସମସ୍ତ ତଥ୍ୟ ଗୋଟିଏ ମଞ୍ଚରେ ଉପଲବ୍ଧ ହେବ।

ଓଡିଶା ବିଧାନସଭା ତାଲିମ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026
Latest News

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.