Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ
ଆଜିର ଖବର

ଭବାନୀପାଟଣା ଠାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ

June 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, କଳାହାଣ୍ଡି ତରଫରୁ ଏକ ଶିଶୁ ଶ୍ରମିକ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଏହି ସଚେତନତା ରଥ ଜିଲ୍ଲା ର ବିଭିନ୍ନ ବ୍ଲକ , ଏନ୍ ଏ ସି ଅଂଚଳ ପରିକ୍ରମା କରି ଶିଶୁ ଶ୍ରମିକ ନିରାକରଣ ଓ ଶିଶୁ ତଥା କିଶୋର ମାନଙ୍କୁ ବିଭିନ୍ନ କର୍ମସଂସ୍ଥାନ ରେ ନିୟୋଜନ ନିଷେଧ ଉପରେ ସଚେତନତା ସୃଷ୍ଟି କରିବ। ଶିଶୁ ଓ କିଶୋର ( ନିରାକରଣ ଓ ନିୟନ୍ତ୍ରଣ) ୧୯୮୬ ନିୟମ ଅନୁଯାୟୀ ୧୪ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁ ମାନଙ୍କୁ ବିଭିନ୍ନ ବୃତ୍ତି ରେ ନିଯୁକ୍ତି ଦେବା ନିଷେଧ ଏବଂ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ କିଶୋର ମାନଙ୍କୁ ବିପଦ ସଙ୍କୁଳ କର୍ମ ସଂସ୍ଥାନ ଓ ପ୍ରକ୍ରିୟାରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ। ଏଭଳି ନିୟୋଜନ କରିଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ ହେଲେ ୫୦,୦୦୦ ଟଙ୍କା ଆର୍ଥିକ ଜୋରିମାନା ଓ ୩ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଭୋଗିବାକୁ ପଡିବ। ଦେଖାଯାଉଛି ବିଭିନ୍ନ ହୋଟେଲ , ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କରେ ଅସାଧୁ ବ୍ୟବସାୟୀ କମ ପାରିଶ୍ରମିକ ଦେଇ ଶିଶୁ ଶ୍ରମିକ ନିୟୋଜନ କରୁଛନ୍ତି ଏହି ବିଷୟରେ ଜନ ସାଧାରଣ ସଚେତନ ହୋଇ ଶ୍ରମ କାର୍ଯ୍ୟାଳୟ ରେ ଅଭିଯୋଗ କରିପାରିଲେ ଶିଶୁ ଶ୍ରମିକ ମୁକ୍ତ ଓଡ଼ିଶା ର ସଂକଳ୍ପ ପୂରଣ ହୋଇପାରିବ ବୋଲି ଆଶା କରାଯାଉଛି।

ସଚେତନତା ରଥ ଶୁଭାରମ୍ଭ ସମୟରେ ଜିଲ୍ଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳ,ସହକାରୀ ଶ୍ରମ ଅଧିକାରୀ ଜିତମ୍ ମାଝୀ, ଟ୍ରେଡ ୟୁନିଅନ୍ ସଭାପତି ଶିଶିର ପଟ୍ଟନାୟକ, ଡି ଆଇ ପି ଆର୍ ଓ ମନୋଜ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ର କର୍ମଚାରୀ ଅଂଶୁମାନ ବାବୁ ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଭବାନୀପାଟଣା ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026
Latest News

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ପରିବର୍ତ୍ତନ 

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.